Posted inଖେଳ

ସିଏସ୍‌କେ ହାରିବା ପରେ ପରେ ବ୍ରାଭୋଙ୍କୁ ମିଳିଲା ଖୁସିଖବର, ଟି୨୦ ବିଶ୍ୱକପ୍‌ରେ…

ନୂଆଦିଲ୍ଲୀ,୨୨।୫: ୱେଷ୍ଟଇଣ୍ଡିଜର କିମ୍ବଦନ୍ତୀ କ୍ରିକେଟର ଡୱେନ ବ୍ରାଭୋ ଆଇପିଏଲ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସର ବୋଲିଂ କୋଚ୍‌ ଭାବେ ଦାୟିତ୍ୱ ତୁଲାଉଥିଲେ। ଦଳ ଟୁର୍ନାମେଣ୍ଟରୁ ବାହାରିବାର ୪ ଦିନ ହୋଇଥିବା ବେଳେ ତାଙ୍କୁ ନୂଆ ଖୁସିଖବର ମିଳିଛି। ଟି-୨୦ ବିଶ୍ୱକପରେ ଆଫଗାନିସ୍ତାନ ଟିମର ବୋଲିଂ କନସଲଟାଣ୍ଟ ଭାବେ ସେ କାମ କରିବେ। ଆଫଗାନିସ୍ତାନ କ୍ରିକେଟ ବୋର୍ଡ ଏନେଇ ଘୋଷଣା କରିଛି।

ଟି-୨୦ ବିଶ୍ୱକପ ପାଇଁ ଆଫଗାନିସ୍ତାନ ଟିମ ଓ୍ବେଷ୍ଟଇଣ୍ଡିଜର ସେଣ୍ଟ କିଟ୍ସକୁ ଆସି ସାରିଛି। ଏଠାରେ ଦଳ ୧୦ ଦିନିଆ ଟ୍ରେନିଂ କ୍ୟାମ୍ପ କରିବ। ଏହି ସମୟରେ ବ୍ରାଭୋ ଦଳ ସହ ସାମିଲ ହେବେ।

୪୦ ବର୍ଷୀୟ ବ୍ରାଭୋ ଇଣ୍ଡିଜ ଟିମରେ ବୋଲିଂ ଅଲରାଉଣ୍ଡର ଭାବେ ଖେଳୁଥିଲେ। ସେ ୨୯୫ଟି ଅନ୍ତର୍ଜାତୀୟ ମ୍ୟାଚ ଖେଳି ୬୪୨୩ ରନ କରିବା ସହ ୩୬୩ଟି ଉଇକେଟ ନେଇଛନ୍ତି। ଏହାବାଦ ସେ ୧୦୦ ଟି ପ୍ରଥମ ଶ୍ରେଣୀ, ୨୨୭ଟି ଲିଷ୍ଟ ଏ ଓ ୫୭୩ ଟି-୨୦ ମ୍ୟାଚ୍‌ ଖେଳିବାର ଅଭିଜ୍ଞତା ରଖିଛନ୍ତି।

ଟି-୨୦ କ୍ରିକେଟରେ ସର୍ବାଧିକ ଉଇକେଟ ଦଖଲକାରୀ କ୍ରିକେଟର ହେଉଛନ୍ତି ବ୍ରାଭୋ। ସେ ୫୭୩ ମୁକାବିଲାରେ ୬୨୫ଟି ଉଇକେଟ ନେବା ସହ ଏହି ଫର୍ମାଟରେ ପ୍ରାୟ ୭ ହଜାର ରନ୍‌ କରିଛନ୍ତି। ଏହାଛଡ଼ଶ ଆଇପିଏଲ୍‌ରେ ସେ ୧୮୧ ଉଇକେଟ ସହ ସେ ତୃତୀୟ ସର୍ବାଧିକ ଉଇକେଟ ନେଇଥିବା ବୋଲର୍‌ ପାଲଟିଛନ୍ତି। ସେ ଟି-୨୦ ବିଶ୍ୱକପ, ଚାମ୍ପିୟନ୍ସ ଟ୍ରଫି, ଆଇପିଏଲ୍‌ ଟ୍ରଫି ଓ ସିପିଏଲ୍‌ ଟ୍ରଫି ମଧ୍ୟ ଜିତିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri