Posted inଖେଳ

ବିଶ୍ୱର ପ୍ରଥମ ବୋଲର ଭାବେ ଟି୨୦ରେ ୫୦୦ ଉଇକେଟ୍‌ ନେଲେ ଏହି କ୍ରିକେଟର୍‌

ତ୍ରିନିଦାଦ୍‌, ୨୭।୮: ଓ୍ବେଷ୍ଟଇଣ୍ଡିଜ ଅଲ୍‌ରାଉଣ୍ଡର ତଥା ଟି୨୦ କ୍ରିକେଟ୍‌ରେ ଜଣେ ସ୍ପେଶାଲିଷ୍ଟ ଖେଳାଳି ଭାବେ ସ୍ବତନ୍ତ୍ର ପରିଚୟ ଲାଭ କରିଥିବା ଡ୍ବେନ ବ୍ରାଭୋ ଏକ ବିରଳ ରେକର୍ଡ ସ୍ଥାପନ କରିଛନ୍ତି। ବିଶ୍ୱରରେ ପ୍ରଥମ ବୋଲର ଭାବେ ବ୍ରାଭୋ ଟି୨୦ କ୍ରିକେଟ୍‌ରେ ୫୦୦ ଉଇକେଟ୍‌ ନେବାର କୀର୍ତ୍ତିମାନ କରିଛନ୍ତି। ଚଳିତ କାରବୀୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌)ର ତ୍ରୟୋଦଶ ମ୍ୟାଚ୍‌ ଅବସରରେ ସେ ଏହି ସଫଳତା ପାଇଛନ୍ତି। ତ୍ରିନିବାଗୋ ନାଇଟ୍‌ ରାଇଡର୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ବ୍ରାଭୋ ପ୍ରତିପକ୍ଷ ସେଣ୍ଟ ଲୁସିଆ ଜୌକ୍ସର ଓପନର୍‌ ରାଖିମ କର୍ନଓ୍ବାଲ (୧୮ ରନ)ଙ୍କୁ ଆଉଟ୍‌ କରି ଟି୨୦ କ୍ରିକେଟ୍‌ରେ ୫୦୦ ଉଇକେଟ୍‌ ପୂରଣ କରିଥିଲେ। ଏହି ସଫଳତା ଲାଭ କରିବାକୁ ବ୍ରାଭୋ ୪୫୯ ମ୍ୟାଚ୍‌ ଖେଳିଥିଲେ। ଏହା ମଧ୍ୟରେ ବିଶ୍ୱର ସମସ୍ତ ଦେଶରେ ଅନୁଷ୍ଠିତ ହେଉଥିବା ଟି୨୦ ଲିଗ୍‌ ଏବଂ ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ଖେଳିଥିବା ଅନ୍ତର୍ଜାତୀୟ ମ୍ୟାଚ୍‌ ଅନ୍ତର୍ଭୁକ୍ତ ରହିଛି। ବ୍ରାଭୋ ତାଙ୍କ କ୍ୟାରିୟରରେ ୨୧ଟି ଭିନ୍ନ ଭିନ୍ନ ଟିମ୍‌ ପକ୍ଷରୁ ଖେଳି ସାରିଛନ୍ତି। ଯେଉଁଥିରେ ସେ ୪୦୦ ଭିନ୍ନ ଭିନ୍ନ ଖେଳାଳିଙ୍କ ସହ ଖେଳିଛନ୍ତି। ଏହି ଅବସରରେ ସେ ୩୧୨ ଜଣ ଅଲଗା ଅଲଗା ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିଛନ୍ତି। ସେ ତାଙ୍କ କ୍ୟାରିୟରରେ କିରନ ପୋଲାର୍ଡ (୯ଥର)ଙ୍କୁ ସର୍ବାଧିକ ଥର ଆଉଟ୍‌ କରିଛନ୍ତି। ଓ୍ବେ୍‌ଷ୍ଟଇଣ୍ଡିଜ ପକ୍ଷରୁ ବ୍ରାଭୋ ଟେଷ୍ଟରେ ୮୬ ଓ ଦିନିକିଆରେ ୧୯୯ ଉଇକେଟ୍‌ ଅକ୍ତିଆର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri