Posted inଖେଳ

ବିଶ୍ୱର ପ୍ରଥମ ବୋଲର ଭାବେ ଟି୨୦ରେ ୫୦୦ ଉଇକେଟ୍‌ ନେଲେ ଏହି କ୍ରିକେଟର୍‌

ତ୍ରିନିଦାଦ୍‌, ୨୭।୮: ଓ୍ବେଷ୍ଟଇଣ୍ଡିଜ ଅଲ୍‌ରାଉଣ୍ଡର ତଥା ଟି୨୦ କ୍ରିକେଟ୍‌ରେ ଜଣେ ସ୍ପେଶାଲିଷ୍ଟ ଖେଳାଳି ଭାବେ ସ୍ବତନ୍ତ୍ର ପରିଚୟ ଲାଭ କରିଥିବା ଡ୍ବେନ ବ୍ରାଭୋ ଏକ ବିରଳ ରେକର୍ଡ ସ୍ଥାପନ କରିଛନ୍ତି। ବିଶ୍ୱରରେ ପ୍ରଥମ ବୋଲର ଭାବେ ବ୍ରାଭୋ ଟି୨୦ କ୍ରିକେଟ୍‌ରେ ୫୦୦ ଉଇକେଟ୍‌ ନେବାର କୀର୍ତ୍ତିମାନ କରିଛନ୍ତି। ଚଳିତ କାରବୀୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌)ର ତ୍ରୟୋଦଶ ମ୍ୟାଚ୍‌ ଅବସରରେ ସେ ଏହି ସଫଳତା ପାଇଛନ୍ତି। ତ୍ରିନିବାଗୋ ନାଇଟ୍‌ ରାଇଡର୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ବ୍ରାଭୋ ପ୍ରତିପକ୍ଷ ସେଣ୍ଟ ଲୁସିଆ ଜୌକ୍ସର ଓପନର୍‌ ରାଖିମ କର୍ନଓ୍ବାଲ (୧୮ ରନ)ଙ୍କୁ ଆଉଟ୍‌ କରି ଟି୨୦ କ୍ରିକେଟ୍‌ରେ ୫୦୦ ଉଇକେଟ୍‌ ପୂରଣ କରିଥିଲେ। ଏହି ସଫଳତା ଲାଭ କରିବାକୁ ବ୍ରାଭୋ ୪୫୯ ମ୍ୟାଚ୍‌ ଖେଳିଥିଲେ। ଏହା ମଧ୍ୟରେ ବିଶ୍ୱର ସମସ୍ତ ଦେଶରେ ଅନୁଷ୍ଠିତ ହେଉଥିବା ଟି୨୦ ଲିଗ୍‌ ଏବଂ ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ଖେଳିଥିବା ଅନ୍ତର୍ଜାତୀୟ ମ୍ୟାଚ୍‌ ଅନ୍ତର୍ଭୁକ୍ତ ରହିଛି। ବ୍ରାଭୋ ତାଙ୍କ କ୍ୟାରିୟରରେ ୨୧ଟି ଭିନ୍ନ ଭିନ୍ନ ଟିମ୍‌ ପକ୍ଷରୁ ଖେଳି ସାରିଛନ୍ତି। ଯେଉଁଥିରେ ସେ ୪୦୦ ଭିନ୍ନ ଭିନ୍ନ ଖେଳାଳିଙ୍କ ସହ ଖେଳିଛନ୍ତି। ଏହି ଅବସରରେ ସେ ୩୧୨ ଜଣ ଅଲଗା ଅଲଗା ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିଛନ୍ତି। ସେ ତାଙ୍କ କ୍ୟାରିୟରରେ କିରନ ପୋଲାର୍ଡ (୯ଥର)ଙ୍କୁ ସର୍ବାଧିକ ଥର ଆଉଟ୍‌ କରିଛନ୍ତି। ଓ୍ବେ୍‌ଷ୍ଟଇଣ୍ଡିଜ ପକ୍ଷରୁ ବ୍ରାଭୋ ଟେଷ୍ଟରେ ୮୬ ଓ ଦିନିକିଆରେ ୧୯୯ ଉଇକେଟ୍‌ ଅକ୍ତିଆର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ସୌମ୍ୟ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ: ସମ୍ପୃକ୍ତ ଝିଅମାନଙ୍କର ହେବ…

ଭୁବନେଶ୍ୱର,୫।୧୦: ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ ତଦନ୍ତକୁ ଆହୁରି ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ ଆକ୍ରମଣର ଶିକାର ହୋଇଥିବା ଝିଅମାନଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

ଲାଞ୍ଚ ନେଉଥିଲେ RI, ମାଡ଼ି ବସିଲା ଭିଜିଲାନ୍ସ

ଭୁବନେଶ୍ୱର, ୫।୧୦: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର କେଶରୀ ନଗର ରାଜସ୍ୱ ନିରୀକ୍ଷକ (RI) ନିରଞ୍ଜନ ସିଂ। ସମ୍ପତ୍ତିର ମାଲିକାନାସ୍ୱତ୍ତ୍ୱ ପ୍ରଦାନ କରିବା…

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?