ଆଇପିଏଲ୍‌ରୁ ବାଦ୍‌ ପଡ଼ିଲେ ଡ୍ବେନ ବ୍ରାଭୋ

ଦୁବାଇ,୨୨।୧୦(ପି.ଟି.): ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ତାରକା ଅଲରାଉଣ୍ଡର ଡ୍ବେନ ବ୍ରାଭୋ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ବାଦ୍‌ ପଡିଛନ୍ତି। ଗ୍ରୋନ୍‌ ଇଞ୍ଜୁରି କାରଣରୁ ସେ ଆଇପିଏଲ୍‌ର ଆଗାମୀ ମ୍ୟାଚ୍‌ଗୁଡିକ ଖେଳିପାରିବେ ନାହିଁ। ଫଳରେ ଟୁର୍ନାମେଣ୍ଟରେ ଏଥର ପ୍ଲେ- ଅଫ୍‌ ଆଶା ଉଜ୍ଜୀବିତ ରଖିବା ପାଇଁ ସଂଘର୍ଷ କରୁଥିବା ଚେନ୍ନାଇକୁ ଶକ୍ତ ଧକ୍କା ଲାଗିଛି। ୩୭ ବର୍ଷୀୟ ବ୍ରାଭୋ ଦୀର୍ଘ ବର୍ଷଧରି ଚେନ୍ନାଇ ତରଫରୁ ଖେଳି ଆସୁଥିଲେ। ଗତ ୧୭ ତାରିଖରେ ଶାରଜାରେ ଅନୁଷ୍ଠିତ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌ରେ ସେ ଇଞ୍ଜୁରି କାରଣରୁ ଅନ୍ତିମ ଓଭର ବୋଲିଂ କରିପାରି ନ ଥିଲେ। ଫଳରେ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ ଅନ୍ତିମ ଓଭର ବୋଲିଂ କରିବାକୁ ଦେଇଥିଲେ ଓ ତାଙ୍କୁ ଅକ୍ଷର ପଟେଲ ୩ଟି ଛକା ମାରିଥିଲେ।
ଗ୍ରୋନ ଇଞ୍ଜୁରି କାରଣରୁ ବ୍ରାଭୋ ଆଇପିଏଲ୍‌ରୁ ବାଦ୍‌ ପଡିଛନ୍ତି ବୋଲି ସିଏସ୍‌କେ ମୁଖ୍ୟ କାର୍ଯ୍ୟନିର୍ବାହୀ କାଶୀ ବିଶ୍ୱନାଥନ କହିଛନ୍ତି। ୬ଟି ମ୍ୟାଚ୍‌ ଖେଳି ବ୍ରାଭୋ ୨ଟି ଇନିଂସରେ ମାତ୍ର ୭ ରନ ସଂଗ୍ରହ କରିଛନ୍ତି। ତେବେ ଭଲ ବୋଲିଂ କରି ସେ ୮.୫୭ ରନ ହାରରେ ୬ଟି ଉଇକେଟ ହାସଲ କରିଛନ୍ତି। ଚେନ୍ନାଇ ୧୦ଟି ମ୍ୟାଚ୍‌ ଖେଳି ୭ଟି ପରାଜୟ ବରଣ କରିଛି। ମାତ୍ର ୩ଟି ବିଜୟ ସହ ୬ ପଏଣ୍ଟ ହାସଲ କରି ଚେନ୍ନାଇ ତାଲିକାର ସର୍ବନିମ୍ନ ସ୍ଥାନରେ ରହିଛି। ସୁରେଶ ରାଇନା, ହରଭଜନ ସିଂଙ୍କ ଭଳି ଅଭିଜ୍ଞ ଖେଳାଳି ବ୍ୟକ୍ତିଗତ କାରଣ ଦର୍ଶାଇ ଆଇପିଏଲ୍‌ରୁ ଓହରିଯିବା ଫଳରେ ଚେନ୍ନାଇର ପ୍ରଦର୍ଶନ ଏଥର ସାଂଘାତିକ ଭାବେ ପ୍ରଭାବିତ ହୋଇଛି। ଧୋନୀ ଓ କେଦାର ଯାଦବଙ୍କ ଭଳି ଖେଳାଳିଙ୍କ ଦୁର୍ବଳ ଫର୍ମ ଦଳ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

୬ ବଲ୍‌ରେ ୫ ଉଇକେଟ୍‌ ନେଇ କ୍ରିକେଟ୍‌ ଜଗତରେ ହଇଚଇ କଲେ ଏହି କ୍ରିକେଟର୍‌: ପ୍ରଥମଥର ଘଟିଲା…

ଜାକର୍ତ୍ତା,୨୩।୧୨: ଟି-୨୦ କ୍ରିକେଟରେ ପାଞ୍ଚ ଉଇକେଟ ହାସଲ କରିବା ପ୍ରତ୍ୟେକ ବୋଲରଙ୍କ ସ୍ବପ୍ନ, କାରଣ ଚାରି ଓଭର ସ୍ପେଲରେ ଏହି ସଫଳତା ହାସଲ କରିବା ଅତ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri