ଆଇପିଏଲ୍‌ରୁ ବାଦ୍‌ ପଡ଼ିଲେ ଡ୍ବେନ ବ୍ରାଭୋ

ଦୁବାଇ,୨୨।୧୦(ପି.ଟି.): ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ତାରକା ଅଲରାଉଣ୍ଡର ଡ୍ବେନ ବ୍ରାଭୋ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ବାଦ୍‌ ପଡିଛନ୍ତି। ଗ୍ରୋନ୍‌ ଇଞ୍ଜୁରି କାରଣରୁ ସେ ଆଇପିଏଲ୍‌ର ଆଗାମୀ ମ୍ୟାଚ୍‌ଗୁଡିକ ଖେଳିପାରିବେ ନାହିଁ। ଫଳରେ ଟୁର୍ନାମେଣ୍ଟରେ ଏଥର ପ୍ଲେ- ଅଫ୍‌ ଆଶା ଉଜ୍ଜୀବିତ ରଖିବା ପାଇଁ ସଂଘର୍ଷ କରୁଥିବା ଚେନ୍ନାଇକୁ ଶକ୍ତ ଧକ୍କା ଲାଗିଛି। ୩୭ ବର୍ଷୀୟ ବ୍ରାଭୋ ଦୀର୍ଘ ବର୍ଷଧରି ଚେନ୍ନାଇ ତରଫରୁ ଖେଳି ଆସୁଥିଲେ। ଗତ ୧୭ ତାରିଖରେ ଶାରଜାରେ ଅନୁଷ୍ଠିତ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌ରେ ସେ ଇଞ୍ଜୁରି କାରଣରୁ ଅନ୍ତିମ ଓଭର ବୋଲିଂ କରିପାରି ନ ଥିଲେ। ଫଳରେ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ ଅନ୍ତିମ ଓଭର ବୋଲିଂ କରିବାକୁ ଦେଇଥିଲେ ଓ ତାଙ୍କୁ ଅକ୍ଷର ପଟେଲ ୩ଟି ଛକା ମାରିଥିଲେ।
ଗ୍ରୋନ ଇଞ୍ଜୁରି କାରଣରୁ ବ୍ରାଭୋ ଆଇପିଏଲ୍‌ରୁ ବାଦ୍‌ ପଡିଛନ୍ତି ବୋଲି ସିଏସ୍‌କେ ମୁଖ୍ୟ କାର୍ଯ୍ୟନିର୍ବାହୀ କାଶୀ ବିଶ୍ୱନାଥନ କହିଛନ୍ତି। ୬ଟି ମ୍ୟାଚ୍‌ ଖେଳି ବ୍ରାଭୋ ୨ଟି ଇନିଂସରେ ମାତ୍ର ୭ ରନ ସଂଗ୍ରହ କରିଛନ୍ତି। ତେବେ ଭଲ ବୋଲିଂ କରି ସେ ୮.୫୭ ରନ ହାରରେ ୬ଟି ଉଇକେଟ ହାସଲ କରିଛନ୍ତି। ଚେନ୍ନାଇ ୧୦ଟି ମ୍ୟାଚ୍‌ ଖେଳି ୭ଟି ପରାଜୟ ବରଣ କରିଛି। ମାତ୍ର ୩ଟି ବିଜୟ ସହ ୬ ପଏଣ୍ଟ ହାସଲ କରି ଚେନ୍ନାଇ ତାଲିକାର ସର୍ବନିମ୍ନ ସ୍ଥାନରେ ରହିଛି। ସୁରେଶ ରାଇନା, ହରଭଜନ ସିଂଙ୍କ ଭଳି ଅଭିଜ୍ଞ ଖେଳାଳି ବ୍ୟକ୍ତିଗତ କାରଣ ଦର୍ଶାଇ ଆଇପିଏଲ୍‌ରୁ ଓହରିଯିବା ଫଳରେ ଚେନ୍ନାଇର ପ୍ରଦର୍ଶନ ଏଥର ସାଂଘାତିକ ଭାବେ ପ୍ରଭାବିତ ହୋଇଛି। ଧୋନୀ ଓ କେଦାର ଯାଦବଙ୍କ ଭଳି ଖେଳାଳିଙ୍କ ଦୁର୍ବଳ ଫର୍ମ ଦଳ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri