ସ୍ୱାମୀ ସ୍ତ୍ରୀ କଳହରୁ ଡିନାମାଇଟ ବିସ୍ଫୋରଣ: ଉଡ଼ିଲା ଛାତ ଅଳ୍ପକେ ବର୍ତ୍ତିଲେ ୩ ପରିବାର

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ କାଳିଞ୍ଜୀ ସାହିରେ ବୁଧବାର ଅପରାହ୍ନ ପ୍ରାୟ ୨ ଟାରେ ବୋମା ବିସ୍ଫୋରଣରେ ୩ ଘରର ଛାତ ଉଡ଼ି ଧ୍ବସ୍ତବିଧ୍ବସ୍ତ ହୋଇଯାଇଛି। ଗାଁ’ରେ ଚାଲିଥିବା ମା’ ଦଣ୍ଡକାଳୀଙ୍କ ନାଚ ଦେଖିବାକୁ ଯାଇଥିବା ୩ ପରିବାର ଲୋକେ ମୃତ୍ୟୁମୁଖରୁ ବର୍ତ୍ତି ଯାଇଛନ୍ତି।

ସ୍ବାମୀ-ସ୍ତ୍ରୀ କଳହରୁ ଏହି ବିସ୍ଫୋରଣ ଘଟିଥିବା ଜଣାପଡ଼ିଛି। ଗ୍ରାମର ଗୌଡ଼ ସାହି ବାସିନ୍ଦା ବି. ଲାଛୁ ଦୋରାଙ୍କ ଜ୍ବାଇଁ ସୁରେନ୍ଦ୍ର ଦୋରା ଏହି ଘଟଣା ଘଟାଇଥିବା ଜଣାପଡ଼ିଛି। ସମ୍ବଲପୁର ଜିଲା ରଣାବନ୍ଧ ଗ୍ରାମର ସୁରେନ୍ଦ୍ର ପ୍ରାୟ ୭ ବର୍ଷ ପୂର୍ବେ ବି. ଲାଛୁ ଦୋରାଙ୍କ ଝିଅ ଗୀତାଞ୍ଜଳୀଙ୍କୁ ବିବାହ କରିଥିଲେ। ସୁରେନ୍ଦ୍ର ଭୁବନେଶ୍ଵରରେ ଦିନ ମଜୁରିଆ କାମ କରୁଥିବା ବେଳେ ପ୍ରାୟ ୬ ମାସ ପୂର୍ବେ ଶ୍ଵଶୁର ଘର କୁଶପଡ଼ା ଗ୍ରାମକୁ ଆସି ଅନୀଲ ସାହୁଙ୍କ ଘରେ ସସ୍ତ୍ରିକ ଭଡ଼ା ରହୁଥିଲେ।

୩ ଦିନ ପୂର୍ବେ ସୁରେନ୍ଦ୍ର ଭୁବନେଶ୍ଵରରୁ କୁଶପଡା ଗ୍ରାମକୁ ଆସିଥିବା ବେଳେ ମଙ୍ଗଳବାର ରାତିରେ କୈାଣସି କାରଣରୁ ସ୍ତ୍ରୀ’ଙ୍କ ସହ ପ୍ରବଳ ଯୁକ୍ତିତର୍କ ପରେ ଝଗଡା ହୋଇଥିଲା। ଏଥିରେ ଉତ୍ତେଜିତ ହୋଇ ସ୍ତ୍ରୀ ଓ ତାଙ୍କ ୫ ବର୍ଷ ବୟସର ପୁଅକୁ ନେଇ ଶୋଇଥିବା ବେଳେ ଉଭୟଙ୍କୁ ଜୀବନରେ ମାରିଦେବା ପାଇଁ ଉକ୍ତ ଭଡ଼ା ଘରେ ସୁରେନ୍ଦ୍ର ଡିନାମାଇଟ ଖଞ୍ଜି ବିସ୍ଫୋରଣ ଘଟାଇଥିଲେ। କିନ୍ତୁ ସ୍ୱଳ୍ପ ସମୟ ପୂର୍ବରୁ ସ୍ତ୍ରୀ ତାଙ୍କ ପୁଅ’ଙ୍କୁ ଧରି ଦଣ୍ଡନାଚ ଦେଖିବାକୁ ପାଖ ପଡୋଶୀଙ୍କ ସହ ପଳାଇଥିଲେ।

ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଗ୍ରାମବାସୀ ଖୁସି ମନରେ ନାଚ ଦେଖୁଥିବା ବେଳେ ପ୍ରଚଣ୍ଡ ଶବ୍ଦ ହୋଇଥିଲା । ପ୍ରଥମେ ଗ୍ରାମବାସୀ ଭୟଭୀତ ହୋଇଯାଇଥିଲେ। ବହୁ ସଂଖ୍ୟକ ଲୋକେ ଘଟଣାସ୍ଥଳକୁ ଦୈାଡି ଯାଇ ଦେଖିବା ବେଳକୁ ଗ୍ରାମର ଅନୀଲ ସାହୁ, ବାବୁ ସାହୁ ଏବଂ ଦଣ୍ଡପାଣି ସାହୁଙ୍କ ଘର ଛାତ ଭାଙ୍ଗି ଯାଇ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା । ଏହି ବିସ୍ଫୋରଣରେ ବାବୁ ସାହୁଙ୍କ ଘରେ ଭଡ଼ାରେ ରହୁଥିବା ଶୁଭଶ୍ରୀ ବିଷୋୟୀ ଏବଂ ଅନିଲ ,ଦଣ୍ଡପାଣି ୨ ପରିବାରଙ୍କ ଲକ୍ଷାଧିକ ଟଙ୍କା ମୂଲ୍ୟର ଆସବାବ ପତ୍ର ଧ୍ବଂସ ହୋଇଯାଇଛି।

ସୁରେନ୍ଦ୍ର ସେଠାରୁ ଦୌଡ଼ି ପଳାଇବାକୁ ଚେଷ୍ଟା କରୁଥିବା ବେଳେ ଗ୍ରାମବାସୀ ତାଙ୍କୁ ଅଟକ ରଖି ଦିଗପହଣ୍ଡି ଥାନାକୁ ଖବର ଦେଇଥିଲେ। ଖବରପାଇ ପୋଲିସ ଟିମ୍ ଗ୍ରାମରେ ପହଞ୍ଚି ଅଭିଯୁକ୍ତ ସୁରେନ୍ଦ୍ରଙ୍କୁ ଥାନାକୁ ନେଇ  ପଚରାଉଚରା ଚଳାଇଛନ୍ତି। ଅନୀଲ ସାହୁଙ୍କ ଏତଲା କ୍ରମେ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?