Posted inଜାତୀୟ

ଏକଛତ୍ରବାଦୀ ଶାସନଠାରୁ ବଂଶବାଦ ଶାସନ ଭଲ, ଭାଜପାକୁ ଶିବସେନାର ଟାର୍ଗେଟ…

ମୁମ୍ବାଇ, ୧୩।୯ :  ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଶିବସେନା ପୁଣି ଥରେ କେନ୍ଦ୍ରର ଭାଜପା ନେତୃତ୍ୱାଧିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରିଛି। ମଙ୍ଗଳବାର ଶିବସେନା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରାକୁ ପ୍ରଶଂସା କରିବା ସହ ଭାଜପା ସରକାରଙ୍କ ଏକଛତ୍ରବାଦୀ ଶାସନଠାରୁ କଂଗ୍ରେସର ବଂଶବାଦ ଶାସନ ଭଲ ବୋଲି କହିଛନ୍ତି।

ରାହୁଲ ଗାନ୍ଧୀଙ୍କ ପୋଷାକକୁ ଟାର୍ଗେଟ କରିବା ପରିବର୍ତ୍ତେ ଭାଜପା ତାଙ୍କ ଦ୍ୱାରା ଉଠାଯାଇଥିବା ପ୍ରଶ୍ନର ଉତ୍ତର ଦେବା ଉଚିତ ବୋଲି ଶିବସେନା ମୁଖପତ୍ର ସାମନାର ସମ୍ପାଦକୀୟରେ ପ୍ରକାଶିତ ଲେଖାରେ ଉଲ୍ଲେଖ କରାଯାଇଛି। ସେ କିପରି ପୋଷାକ ପିନ୍ଧନ୍ତି ଏବଂ ସେ କଣ ଖାଉଛନ୍ତି’ ଭଳି ଗୁରୁତ୍ୱହୀନ ପ୍ରସଙ୍ଗ ଭାଜପା ଉଠାଉଛି।

ଭାରତ ଯୋଡ ଯାତ୍ରା ସମୟରେ ଉଠାଯାଇଥିବା ପ୍ରଶ୍ନର ଯୋଗ୍ୟତା ରହିଛି ଏବଂ ସେମାନେ ଭାଜପାକୁ ଚୁପ କରି ଦେଇଛନ୍ତି।

ସମ୍ପାଦକୀୟରେ କୁହାଯାଇଛି ରାହୁଲ ଗାନ୍ଧୀଙ୍କ ଗସ୍ତ ବେରୋଜଗାର, କୃଷକ, ଶ୍ରମିକ ଏବଂ କ୍ଷୁଦ୍ର ଏବଂ ମଧ୍ୟମ ବ୍ୟବସାୟ ସହ ଜଡିତ ପ୍ରସଙ୍ଗ ଉଠାଉଥିବାରୁ ଲୋକଙ୍କ ଠାରୁ ଭଲ ପ୍ରତିକ୍ରିୟା ମିଳୁଛି। ସୂଚନାଯୋଗ୍ୟ, ନିକଟରେ ଦାମୀ ଟି-ଶର୍ଟ ପିନ୍ଧିଥିବା ନେଇ ଭାଜପା ରାହୁଲଙ୍କୁ ଟାର୍ଗେଟ କରିଥିଲା।

ଏହାର ଜବାବରେ ସାମନା ସମ୍ପାଦକୀୟରେ ଏଭଳି କୁହାଯାଇଛି। ଭାରତ ଯୋଡ ଯାତ୍ରା ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରୁଛି ଏବଂ ଏହା ଯୋଗୁ ଭାଜପାର ପେଟ ଯନ୍ତ୍ରଣା ବଢ଼ିବାରେ ଲାଗିଛି। ରାହୁଲ ଗାନ୍ଧୀଙ୍କ ଗସ୍ତ ଦେଶରେ ଘୃଣାର ପରିବେଶକୁ ଶେଷ କରିବ ବୋଲି ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri