ଇ-ବିଧାନସଭା ହେବ ଷଷ୍ଠ ଅଧିବେଶନ

ଭୁବନେଶ୍ୱର,୧୨।୨ (ବ୍ୟୁରୋ): ଷୋଡ଼ଶ ବିଧାନସଭାର ଷଷ୍ଠ ଅଧିବେଶନ ସମ୍ପୂର୍ଣ୍ଣ ଇ-ବିଧାନସଭା ରୂପେ କାର୍ଯ୍ୟ କରିବ। ଏ ସମ୍ପର୍କରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ଡାକି ସମୀକ୍ଷା କରିଛନ୍ତି। ରାଜ୍ୟପାଳଙ୍କ ଅଭିଭାଷଣଠାରୁ ଆରମ୍ଭକରି ବଜେଟ ଉପସ୍ଥାପନ, ବିଧାନସଭା ସଦସ୍ୟମାନଙ୍କ ଅଣତାରକା ଚିହ୍ନିତ ପ୍ରଶ୍ନର ଉତ୍ତର ଏବଂ ସମୁଦାୟ ଅଧିବେଶନର ବିବରଣୀ ‘ନେଭା’ ମାଧ୍ୟମରେ କାର୍ଯ୍ୟକାରୀ ହେବ। ସୂଚନା ପ୍ରଯୁକ୍ତି ବିଭାଗର ଜଣେ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ସମ୍ପାଦନ କରିବା ପାଇଁ ମଧ୍ୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ତେବେ ଚଳିତ ଥର ଇ-ବିଧାନସଭା ସହ ଏହାର ସଦସ୍ୟମାନଙ୍କୁ ଆବଶ୍ୟକ କାଗଜପତ୍ର ମଧ୍ୟ ପ୍ରଦାନ କରାଯିବ, ଯଦ୍ଦ୍ବାରା ବିଧାନସଭା କାର୍ଯ୍ୟକ୍ରମ କୌଣସି ପରିସ୍ଥିତିରେ ବ୍ୟାହତ ହେବନାହିଁ। ମୋବାଇଲ ଆପ୍‌ ମାଧ୍ୟମରେ ମଧ୍ୟ ଏହା ଉପଲବ୍ଧ କରିବାକୁ ଅର୍ଥ ବିଭାଗ ସଚିବ ଅଶୋକ କୁମାର ମୀନା ମତ ଦେଇଛନ୍ତି। ବିଧାନସଭା ଗୃହ ମଧ୍ୟରେ ପ୍ରଥମେ କେବଳ ବିଧାୟକଙ୍କୁ ପ୍ରଶ୍ନୋତ୍ତର ସହ ଅନ୍ୟାନ୍ୟ ଆଲୋଚନା ନେଇ ଅବଗତି କରାଯିବ। ଆବଶ୍ୟକ ସ୍ଥଳେ ସୂଚନା ପ୍ରଯୁକ୍ତି ବିଦ୍ୟା ତରଫରୁ ସ୍ଥାନୀୟ ସର୍ଭର ସ୍ଥାପନ କରି ଏହି କାର୍ଯ୍ୟକ୍ରମକୁ ରୂପାୟିତ କରିବା ପାଇଁ ବାଚସ୍ପତି ବିଭାଗକୁ ପରାମର୍ଶ ଦେଇଛନ୍ତି। ଆସନ୍ତା ୧୮ତାରିଖରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ୧୭ ରେ ସର୍ବଦଳୀୟ ବୈଠକ ବସିବ ବୋଲି ବାଚସ୍ପତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?