ଇ-ବିଧାନସଭା କର୍ମଶାଳା ଉଦ୍‌ଘାଟିତ

ଭୁବନେଶ୍ୱର,୧୬।୨(ବ୍ୟୁରୋ):  ବିଧାନସଭାର ସମସ୍ତ ଗୃହକାର୍ଯ୍ୟ ଡିଜିଟାଲ ବ୍ୟବସ୍ଥାରେ ପରିଚାଳିତ ହେବା ନେଇ ୨ ଦିନିଆ ଜାତୀୟ ଇ-ବିଧାନ ପ୍ରୟୋଗ କର୍ମଶାଳା ଓଡିଶା ବିଧାନସଭା ନୂଆ ସମ୍ମିଳନୀ କକ୍ଷରେ ସୋମବାର ଉଦ୍‌ଘାଟିତ ହୋଇଛି। ଏହି କର୍ମଶାଳାକୁ ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ବାଚସ୍ପତି କହିଛନ୍ତି, ଏଣିକି ବିଧାନସଭାର ସମସ୍ତ ଗୃହ କାର୍ଯ୍ୟର ବିବରଣୀ, ରାଜ୍ୟପାଳଙ୍କ ବଜେଟ ଅଭିଭାଷଣ, ରାଜ୍ୟ ବଜେଟ୍‌, ଅର୍ଥନୈତିକ ସର୍ବେକ୍ଷଣ ଆଦି ଜାତୀୟ ଇ-ବିଧାନ ଆପ୍ଲିକେସନ ବ୍ୟବସ୍ଥାରେ କରାଯିବ। ଏଥିପାଇଁ ଡିଜିଟାଲ ବ୍ୟବସ୍ଥାକୁ ଅଧିକ ସୁବ୍ୟବସ୍ଥିତ କରାଯାଉଛି। ଏହି ବ୍ୟବସ୍ଥାରେ ସମସ୍ତ ତାରକା, ଅଣତାରକା ଚିହ୍ନିତ ପ୍ରଶ୍ନ ଓ ଉତ୍ତର ମଧ୍ୟ ଉପସ୍ଥାପିତ ହେବ। ବିଧାନସଭାରେ ପଚରାଯିବାକୁ ଥିବା ବିଧାୟକଙ୍କ ପ୍ରଶ୍ନ ଅନ୍‌ଲାଇନ୍‌ରେ ଉପସ୍ଥାପିତ ହେବ। କର୍ମଶାଳାରେ ଭାରତ ସରକାରଙ୍କ ସଂସଦୀୟ ବ୍ୟାପାର ମନ୍ତ୍ରାଳୟର ଜାତୀୟ ଇ-ବିଧାନ ଆପ୍ଲିକେସନ୍ସ (ନେଭା)ର ସଂଯୋଜକ ଅର୍ପିତ୍‌ ତ୍ୟାଗୀ ଓ ଡାଟା ଆର୍କିଟେକ୍‌ ସମୀର ଭର୍ସନୀ ଏବଂ ଓଡିଶା ଶାଖା ଜାତୀୟ ସୂଚନା ବିଜ୍ଞାନ କେନ୍ଦ୍ର(ଏନ୍‌.ଆଇ.ସି)ର ନିର୍ଦ୍ଦେଶିକା ସରୀତା ସାହୁ ପ୍ରମୁଖ ଯୋଗଦେଇ ପ୍ରଶିକ୍ଷଣ ପ୍ରଦାନ କରିଛନ୍ତି। ଅନ୍ୟପଟେ ବିଧାନସଭାର ବଜେଟ୍‌ ଅଧିବେଶନ ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବାକୁ ଥିବାବେଳେ ୩ ଦିନିଆ ଟେଷ୍ଟିଂ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ବହୁ ସରକାରୀ କର୍ମଚାରୀ, ଖବରଦାତା ଏବଂ କେତେଜଣ ବିଧାୟକ ନିଜର ଟେଷ୍ଟିଂ କରିଛନ୍ତି। ଏହା ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଡିଜିଟାଲ ବ୍ୟବସ୍ଥାରେ ବିଧାନସଭାର ସମସ୍ତ ଗୃହକାର୍ଯ୍ୟ ପରିଚାଳିତ ହେବା ନେଇ ସମସ୍ତ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରାଯିବା ପାଇଁ କମ୍ପ୍ୟୁଟର ଜ୍ଞାନ କାୈଶଳରେ ଦକ୍ଷ ଓ ଅଭିଜ୍ଞ କର୍ମଚାରୀଙ୍କୁ ନିୟୋଜତ କରାଯାଇଛି। ଆୟୋଜିତ କର୍ମଶାଳାରେ ବିଧାନସଭା ପ୍ରଶ୍ନ ପ୍ରସ୍ତୁତି ଓ ଗୃହ କାର୍ଯ୍ୟ ପରିଚାଳନାରେ ସମ୍ପୃକ୍ତ ପଦାଧିକାରୀ, ବୈଷୟିକ ଟିମ୍‌ ଏବଂ ସରକାରୀ କାର୍ଯ୍ୟାଳୟର ପ୍ରତିନିଧିମାନେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri