ସହରାଞ୍ଚଳରେ ଖୁବ୍‌ଶୀଘ୍ର ଇ-ବସ୍‌ ସେବା

ଭୁବନେଶ୍ୱର,୬ା୫(ବ୍ୟୁରୋ): ରାଜ୍ୟରେ ‘ମୋ ବସ୍‌’ ସେବା ବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ୍‌) ସମ୍ପର୍କରେ ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସମୀକ୍ଷା କରିଛନ୍ତି। ଭୁବନେଶ୍ୱର ସହରାଞ୍ଚଳରେ ପରିବହନ କ୍ଷେତ୍ରରେ ‘ମୋ ବସ୍‌’ ସେବା ବର୍ତ୍ତମାନ ଏକ ଅତ୍ୟାଧୁନିକ ଆରାମ ଦାୟକ ଜନସାଧାରଣ ପରିବହନ ବ୍ୟବସ୍ଥା। ସମ୍ପ୍ରତି ଏହା ୩୨ଟି ରୁଟ୍‌ରେ ୨୨୫ ବସ ଚଳାଚଳ କରୁଛି। ଭୁବନେଶ୍ୱର, କଟକ, ଖୋର୍ଦ୍ଧା, ପିପିଲି, କୋଣାର୍କ ଓ ପୁରୀ ଭଳି ସହର ଦୈନିକ ହାରାହାରି ୧.୫ ଲକ୍ଷ ଯାତ୍ରୀ ଏଥିରେ ଯାତାୟାତ କରୁଛନ୍ତି। ପରିବର୍ତ୍ତିତ ପରିସ୍ଥିତିରେ ଏଥିରେ ଖୁବ୍‌ଶୀଘ୍ର ବ୍ୟାଟେରି ଚାଳିତ ବା ଇ-ବସ୍‌ ସାମିଲ କରିବାକୁ ମନ୍ତ୍ରୀ ଜେନା ପରାମର୍ଶ ଦେଇଛନ୍ତି। ୨୦୧୯ ମସିହାରୁ ପ୍ରତି ବର୍ଷ ଦୈନିକ ଯାତ୍ରୀ ପରିବହନ ସଂଖ୍ୟା ବୃଦ୍ଧି ପାଇ ଚାଲିଥିବାବେଳେ ରାଜସ୍ବ ମଧ୍ୟ ବୃଦ୍ଧି ପାଇଛି। ଇତିମଧ୍ୟରେ ଯାତ୍ରୀମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ମୋ ଇ-ରାଇଡ୍‌ , ଇ-ରିକ୍ସା ସେବା ଆରମ୍ଭ କରାଯାଇଛି। ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ୨୦୦ ଯାତ୍ରୀ ଅପେକ୍ଷା ପାଇଁ ଆଶ୍ରୟ ସ୍ଥଳ ନିର୍ମାଣ କରାଯାଇଛି। ପଟିଆ ଓ ଭଗବାନପୁରରେ ଅତ୍ୟାଧୁନିକ ବସ୍‌ ଡିପୋ ନିର୍ମିତ ହୋଇଥିବାବେଳେ ଗାଡ଼କଣ, ପୋଖରିପୁଟ ଓ ନରାଜଠାରେ ଡିପୋ କମ୍‌ ଅଫିସ ନିର୍ମାଣ କାର୍ଯ୍ୟ ଚଲିିଛି। କ୍ୟାପିଟାଲ ରିଜିଅନର ବିଭିନ୍ନ ଅଭ୍ୟନ୍ତରରେ ସେବା ପ୍ରଦାନ ପାଇଁ ପ୍ରାୟ ୧୦୦ ମିନି ବସ୍‌ ଚଳାଚଳ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

୮ ବର୍ଷ ପରେ କେନ୍ଦ୍ରୀୟ ବିଦ୍ୟାଳୟ ପାଳିଲା ବାର୍ଷିକ ଉତ୍ସବ : ଉପ ଜିଲାପାଳ କହିଲେ…

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଦୀର୍ଘ ୮ ବର୍ଷ ପରେ ଶନିବାର ସନ୍ଧ୍ୟାରେ ତ ବାର୍ଷିକ ଉତ୍ସବ ପାଳନ କରିଛି। ୨୦୧୭...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲା ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି...

ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍‌

ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍‌ ଯାଉଥିବା ବେଳେ...

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri