ଇପିଏଫ୍‌ଓରେ ଇ-କେୱାଇସି ବାଧ୍ୟତାମୂଳକ

ଭୁବନେଶ୍ୱର,୨୯।୩(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ (ଇପିଏଫ୍‌ଓ)ରେ ସାରା ଦେଶରେ କୋଟି କୋଟି ସଂଖ୍ୟାରେ ଆକାଉଣ୍ଟଧାରୀ ଅଛନ୍ତି। ଗ୍ରାହକମାନଙ୍କ ପାଇଁ ଇପିଏଫ୍‌ଓ ପକ୍ଷରୁ ଇ-କେୱାଇସି ବାଧ୍ୟତାମୂଳକ କରାଯାଇଛି। ଆକାଉଣ୍ଟଧାରୀଙ୍କୁ  ଅନ୍‌ଲାଇନ ଠକେଇରୁ ରକ୍ଷା କରିବା ପାଇଁ କଓ୍ବୋଇସିକୁ  ବାଧ୍ୟତାମୂଳକ କରାଯାଇଛି। ତେବେ ବର୍ତ୍ତମାନ ଇପିଏଫ୍‌ଓ  ଆକାଉଣ୍ଟଧାରୀମାନେ ଘରେ ବସି ଇ-କଓ୍ବୋଇସି ଅପ୍‌ଡେଟ୍‌  ସୁବିଧା ପାଇପାରିବେ।

ଇପିଏଫ୍‌ଓରେ ଇ-କେୱାଇସି ସମ୍ପୂର୍ଣ୍ଣ କରିବାକୁ  ଆଧାର କାର୍ଡ, ପାନ୍‌ କାର୍ଡ, ବ୍ୟାଙ୍କ ଆକାଉଣ୍ଟ ବିବରଣୀ, ପାସ୍‌ପୋର୍ଟ ନମ୍ବର, ଡ୍ରାଇଭିଂ ଲାଇସେନ୍ସ, ଭୋଟର ପରିଚୟ ପତ୍ର, ରାଶନ କାର୍ଡ ଆଦି ଡକ୍ୟୁମେଣ୍ଟର ଆବଶ୍ୟକତା ରହିଛି। କଓ୍ବୋଇସି ଅପ୍‌ଡେଟ୍‌ ପାଇଁ ପ୍ରଥମେ ଇପିଏଫ୍‌ଓର ଅଫିସିଆଲ ୱେବ୍‌ସାଇଟ ପରିଦର୍ଶନକରି  ସେବା ଟ୍ୟାବ ଉପରେ କ୍ଲିକ୍‌ କରିବାକୁ ପଡ଼ିବ।  ଏଥିରେ ‘ଫର୍‌ ଏମ୍ପ୍ଲଇଜ୍‌ ସେକ୍ସନରେ କ୍ଲିକ୍‌ କରି ଆକାଉଣ୍ଟଧାରୀଙ୍କୁ ୟୁଏଏନ୍‌  ସଦସ୍ୟ ପୋର୍ଟାଲରେ କ୍ଲିକ୍‌ କରିବାକୁ ପଡ଼ିବ।

ଏହା ପରେ  ୟୁଏଏନ୍‌ ନମ୍ବର ଏବଂ ପାସ୍‌ୱାର୍ଡ ପ୍ରବେଶ କରିବାକୁ ପଡ଼ିବ। ଏହାପରେ ଅନେକ ଅପ୍‌ସନ୍‌ ମଧ୍ୟରୁ କଓ୍ବୋଇସି ଅପ୍‌ସନ୍‌ କ୍ଲିକ୍‌କରି  ଆବଶ୍ୟକୀୟ ସୂଚନା ଦେବାକୁ ପଡ଼ିବ। କେୱାଇସି ଅପ୍‌ଡେଟ୍‌ ହେବା ପରେ ଏହି ସୂଚନା ଆକାଉଣ୍ଟଧାରୀଙ୍କ ନିଯୁକ୍ତିଦାତାଙ୍କ ନିକଟକୁ ଯିବ। ନିଯୁକ୍ତିଦାତାଙ୍କ ଅନୁମୋଦନ ପାଇବା ପରେ କେୱାଇସି ଇପିଏଫ୍‌ଓରେ ଅପ୍‌ଡେଟ୍‌ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri