ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢ଼ିଲା E-KYC ଅବଧି, ଜାଣନ୍ତୁ କେତେ ତାରିଖ ଯାଏ ବଢ଼ାଇଲେ ସରକାର

ଭୁବନେଶ୍ୱର,୧୫ା୨: ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର E-KYCକୁ ନେଇ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଏହି ଅବଧି ଆଉ ଫେବୃଆରୀ ୧୫ ପରେ ବଢ଼ିବନି ବୋଲି ମନ୍ତ୍ରୀ ପୂର୍ବରୁ କହିଥିବା ବେଳେ ଆଜି ଏହି ଅବଧିକୁ ପୁଣି ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ମନ୍ତ୍ରୀ କହିଛନ୍ତି, ନେଟ୍‌ଓ୍ବର୍କ ସମସ୍ୟା ପାଇଁ କିଛି ସ୍ଥାନରେ E-KYC ଅପଡେଟ ହୋଇପାରିନି। ଏହାକୁ ଦୃଷ୍ଟିରେ ରଖି ତଥା ଲୋକଙ୍କ ଦାବିକୁ ଦୃଷ୍ଟିରେ ରଖି ଅବଧିକୁ ପୁଣି ବଢ଼ାଯାଇଥିବା ମନ୍ତ୍ରୀ କହିଛନ୍ତି।

ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ୨କୋଟି ୯୪ ଲକ୍ଷ ୫୯ ହଜାର ୮୮୬ e-KYC ଓ ରାଜ୍ୟ ବାହାରୁ ୧ଲକ୍ଷ ୩୦ ହଜାର ୨୬ ଜଣ  ବାହାରେ e-KYC କରିଛନ୍ତି।

ସୂଚନାଯୋଗ୍ୟ, ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ନାଁ ଏବଂ ଆଧାର କାର୍ଡ ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପଚିହ୍ନ ନିଆଯାଉଛି। କିଛି ସ୍ଥାନରେ ଆଇ ସ୍କାନ୍‌ ମଧ୍ୟ କରାଯାଉଛି। ପରିବାରର ଯେଉଁ ସଦସ୍ୟଙ୍କ ନାମରେ ରାଶନ ସାମଗ୍ରୀ ମିଳୁଛି, ସେମାନଙ୍କର ଯାଞ୍ଚ କରାଯାଉଛି। ପରେ E-KYC ମାଧ୍ୟମରେ ଡିଲର ଅପ୍‌ଡେଟ୍‌ କରୁଛନ୍ତି।

ଅନ୍ୟପକ୍ଷରେ ଏହି E-KYC ଅପଡେଟ୍‌କୁ ନେଇ ଚିନ୍ତାରେ ପଡ଼ିଛନ୍ତି ହିତାଧିକାରୀ। ଘରର ଅନେକ ସଦସ୍ୟ ବାହାର ରାଜ୍ୟ, ଏପରିକି ଦେଶ ବାହାରେ କାମ କରୁଛନ୍ତି। ସରକାର ନିର୍ଦ୍ଧାରିତ କରିଥିବା ମାସକ ମଧ୍ୟରେ ସମସ୍ତେ କେମିତି ଆସି ବାୟୋମେଟ୍ରିକ ଦେବେ ବୋଲି ହିତାଧିକାରୀ ପ୍ରଶ୍ନ ଉଠାଇଥିଲେ। ଏହି ଅବଧିକୁ ବଢ଼ାଇବା ପାଇଁ ହିତାଧିକାରୀଙ୍କ ପକ୍ଷରୁ ଜୋର୍‌ଦାର ଦାବି କରିଥିଲେ। ଏହାକୁ ବିଚାର କରି ସରକାର ଏପରି ନିଷ୍ପତ୍ତି ନେଇଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri