ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢ଼ିଲା E-KYC ଅବଧି, ଜାଣନ୍ତୁ କେତେ ତାରିଖ ଯାଏ ବଢ଼ାଇଲେ ସରକାର

ଭୁବନେଶ୍ୱର,୧୫ା୨: ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର E-KYCକୁ ନେଇ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଏହି ଅବଧି ଆଉ ଫେବୃଆରୀ ୧୫ ପରେ ବଢ଼ିବନି ବୋଲି ମନ୍ତ୍ରୀ ପୂର୍ବରୁ କହିଥିବା ବେଳେ ଆଜି ଏହି ଅବଧିକୁ ପୁଣି ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ମନ୍ତ୍ରୀ କହିଛନ୍ତି, ନେଟ୍‌ଓ୍ବର୍କ ସମସ୍ୟା ପାଇଁ କିଛି ସ୍ଥାନରେ E-KYC ଅପଡେଟ ହୋଇପାରିନି। ଏହାକୁ ଦୃଷ୍ଟିରେ ରଖି ତଥା ଲୋକଙ୍କ ଦାବିକୁ ଦୃଷ୍ଟିରେ ରଖି ଅବଧିକୁ ପୁଣି ବଢ଼ାଯାଇଥିବା ମନ୍ତ୍ରୀ କହିଛନ୍ତି।

ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ୨କୋଟି ୯୪ ଲକ୍ଷ ୫୯ ହଜାର ୮୮୬ e-KYC ଓ ରାଜ୍ୟ ବାହାରୁ ୧ଲକ୍ଷ ୩୦ ହଜାର ୨୬ ଜଣ  ବାହାରେ e-KYC କରିଛନ୍ତି।

ସୂଚନାଯୋଗ୍ୟ, ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ନାଁ ଏବଂ ଆଧାର କାର୍ଡ ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପଚିହ୍ନ ନିଆଯାଉଛି। କିଛି ସ୍ଥାନରେ ଆଇ ସ୍କାନ୍‌ ମଧ୍ୟ କରାଯାଉଛି। ପରିବାରର ଯେଉଁ ସଦସ୍ୟଙ୍କ ନାମରେ ରାଶନ ସାମଗ୍ରୀ ମିଳୁଛି, ସେମାନଙ୍କର ଯାଞ୍ଚ କରାଯାଉଛି। ପରେ E-KYC ମାଧ୍ୟମରେ ଡିଲର ଅପ୍‌ଡେଟ୍‌ କରୁଛନ୍ତି।

ଅନ୍ୟପକ୍ଷରେ ଏହି E-KYC ଅପଡେଟ୍‌କୁ ନେଇ ଚିନ୍ତାରେ ପଡ଼ିଛନ୍ତି ହିତାଧିକାରୀ। ଘରର ଅନେକ ସଦସ୍ୟ ବାହାର ରାଜ୍ୟ, ଏପରିକି ଦେଶ ବାହାରେ କାମ କରୁଛନ୍ତି। ସରକାର ନିର୍ଦ୍ଧାରିତ କରିଥିବା ମାସକ ମଧ୍ୟରେ ସମସ୍ତେ କେମିତି ଆସି ବାୟୋମେଟ୍ରିକ ଦେବେ ବୋଲି ହିତାଧିକାରୀ ପ୍ରଶ୍ନ ଉଠାଇଥିଲେ। ଏହି ଅବଧିକୁ ବଢ଼ାଇବା ପାଇଁ ହିତାଧିକାରୀଙ୍କ ପକ୍ଷରୁ ଜୋର୍‌ଦାର ଦାବି କରିଥିଲେ। ଏହାକୁ ବିଚାର କରି ସରକାର ଏପରି ନିଷ୍ପତ୍ତି ନେଇଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଯୁବକ ଉଦ୍ଧାର: ବଢୁଛି ସନ୍ଦେହ

ବାହାନଗା,୧୮।୩(ଅରୂପ କୁମାର ଦାସ): ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଜଣେ ଯୁବକ ଉଦ୍ଧାର କରାଯିବା ଘଟଣା ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ଏଭଳି ଘଟଣା ଘଟିଛି…

କେସିଙ୍ଗାରୁ ଭୁବନେଶ୍ୱର ହେଉ ସିଧା ଟ୍ରେନ ଚଳାଚଳ: ଲୋକ ସଭାରେ ଦାବି ଉଠାଇଲେ ଏମ୍‌ପି

କେସିଙ୍ଗା,୧୮।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ ଦିଲ୍ଲୀରେ ଅନୁଷ୍ଠିତ ଲୋକ ସଭା ଗୃହରେ କଳାହାଣ୍ଡି ଜିଲାର ସଂସଦୀୟ କ୍ଷେତ୍ର କଳାହାଣ୍ଡି ଓ ନୂଆପଡ଼ା ଜିଲା ପାଇଁ…

ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର

ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri