ସିଏମ୍‌ସି,ଓଏଚ୍‌ପିସି, ଜଗନ୍ନାଥ ବିଶ୍ୱବିଦ୍ୟାଳୟ ପାଇଁ ଆରମ୍ଭ ହେଲା ଇ-ଅଫିସ

ଭୁବନେଶ୍ବର,୪ା୧୧(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର କଟକ ମହାନଗର ନିଗମ (ସିଏମ୍‌ସି), ଓଡ଼ିଶା ଜଳବିଦ୍ୟୁତ୍‌ ନିଗମ (ଓଏଚ୍‌ପିସି) ଏବଂ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ନିମନ୍ତେ ଇ-ଅଫିସ୍‌ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ରାଜ୍ୟ ଲୋକସେବା ଭବନ ସଭାଗୃହରୁ ଏହି ୩ଟି ଯାକ ସଂସ୍ଥାର କାର୍ଯ୍ୟଧାରା ଅନୁଯାୟୀ ପ୍ରସ୍ତୁତ ଭିନ୍ନ ଭିନ୍ନ ସଫ୍ଟଓ୍ବେରର ଶୁଭାରମ୍ଭ କରି ମୁଖ୍ୟ ଶାସନ ସଚିବ କହିଛନ୍ତି, ଓସ୍‌ୱାସ୍‌ ଏବଂ ଇ-ଅଫିସ୍‌ ସରକାରୀ ପ୍ରଶାସନ ଓ ସେବା ଯୋଗାଣରେ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ପ୍ରୟୋଗର ୨ଟି ଜ୍ୱଳନ୍ତ ଉଦାହରଣ। ଏହା ଅଫିସ କାର୍ଯ୍ୟଧାରାକୁ ସରଳ ଓ ସ୍ବୟଂକ୍ରିୟ କରିବା ସହ ନିଷ୍ପତ୍ତି ଗ୍ରହଣ ଏବଂ ସେବା ଯୋଗାଣରେ ବୈପ୍ଳବିକ ପରିବର୍ତ୍ତନ ଆଣିଛି।
ମୁଖ୍ୟ ଶାସନ ସଚିବ ଆହୁରି କହିଛନ୍ତି, ଅଫିସ ବରଣ୍ଡାରେ ଗଦା ଗଦା ଫାଇଲ୍‌ ବୋହିବା, ମାସ ମାସ ଧରି ଫାଇଲ୍‌ ଗୋଟିଏ ଟେବୁଲରେ ପଡି ରହିବା, ଫାଇଲ୍‌ ଲୁଚାଇଦେବା, ଫାଇଲ୍‌ ହଜିବା ଏବଂ ଫାଇଲ୍‌ରେ ହେରଫେର କରିବା ଆଦି ଅତୀତର କଥା ହୋଇଯାଇଛି। ଇ-ଅଫିସ୍‌ ମଧ୍ୟ ଅନ୍‌ଲାଇନରେ ବିଭିନ୍ନ ପ୍ରକାର ସେବା, ପ୍ରମାଣପତ୍ର ଅନୁମତି, କ୍ଷମତାପତ୍ର ପ୍ରଦାନରେ ବଡ଼ ସହାୟକ ହୋଇଛି। ଇ-ଅଫିସ୍‌ ବ୍ୟବସ୍ଥା ସରକାରୀ କାର୍ଯ୍ୟାଳୟକୁ ବର୍ତ୍ତମାନ ଓ ଭବିଷ୍ୟତ ଆହ୍ବାନ ପାଇଁ ଦକ୍ଷ କରିଛି। ଯେଉଁ କାର୍ଯ୍ୟାଳୟଗୁଡିକ ଓସ୍‌ୱାସ୍‌ ଦ୍ୱାରା ସଂଯୋଗ ହୋଇ ନ ପାରିଛି ସେସବୁରେ ଇ-ଅଫିସ୍‌ ଶୀଘ୍ର ଆରମ୍ଭ କରିବା ନିମନ୍ତେ ଏକ ସମୟାନୁବନ୍ଧିତ କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବାକୁ ସିଏମ୍‌ଜିଆଇ ଏବଂ ଏନ୍‌ଆଇସିଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଏହି ଅବସରରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି, ଖୁବ୍‌ କମ୍‌ ସମୟରେ ୮୩୬ ସରକାରୀ କାର୍ଯ୍ୟାଳୟରେ ଇ-ଅଫିସ୍‌ ଆରମ୍ଭ କରିବା ଦିଗରେ ସିଏମ୍‌ଜିଆଇର କାର୍ଯ୍ୟ ପ୍ରଶଂସନୀୟ। ଏହି ବ୍ୟବସ୍ଥା ଫାଇଲ୍‌ ଆରମ୍ଭରୁ ନିଷ୍ପତ୍ତି ଗ୍ରହଣ ଏବଂ ସେବା ପ୍ରଦାନକୁ ତ୍ୱରାନ୍ବିତ କରିବା ସହ ବିଭିନ୍ନ ସ୍ତରରେ ସରକାରୀ ବ୍ୟବସ୍ଥାକୁ ଅଧିକ ସକ୍ରିୟ ଓ ଉତ୍ତରଦାୟୀ କରିଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ପ୍ରମୁଖ ଶାସନ ସଚିବ ସୁରେନ୍ଦ୍ର କୁମାର କହିଛନ୍ତି, ଓସ୍‌ୱାସ୍‌ ମାଧ୍ୟମରେ ଅଫିସ ସ୍ବୟଂକ୍ରିୟ କରିବା ଦିଗରେ ଓଡ଼ିଶା ଜାତୀୟସ୍ତରରେ ଏକ ଅଗ୍ରଣୀ ରାଜ୍ୟ। ବିଭିନ୍ନ ସ୍ତରରେ ଥିବା କାର୍ଯ୍ୟାଳୟଗୁଡିକର ନଥିପତ୍ର ଡିଜିଟାଇଜଡ୍‌ କରିବା ସମୟ ସାପେକ୍ଷ ହୋଇଥିବାରୁ ଏନ୍‌ଆଇସି ଏବଂ ସିଏମ୍‌ଜିଆଇଙ୍କ ମିଳିତ ସହଯୋଗିତାରେ ଇ-ଅଫିସ୍‌ କାର୍ଯ୍ୟାନ୍ବୟନ ଆରମ୍ଭ ହୋଇଛି। ସମସ୍ତ ନିଗମ, ସାଧାରଣ ଉଦ୍ୟୋଗ ଏବଂ ବିଶ୍ୱବିଦ୍ୟାଳୟରେ ଇ-ଅଫିସ୍‌ ଆରମ୍ଭ କରିବା ପାଇଁ ଲକ୍ଷ୍ୟ ରହିଛି। ସିଏମ୍‌ଜିଆଇର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସତ୍ୟପ୍ରିୟ ରଥ କହିଛନ୍ତି, ବିଭିନ୍ନ କାର୍ଯ୍ୟାଳୟରେ ଇ-ଅଫିସ୍‌ର ଗ୍ରହଣୀୟତା ଓ କାର୍ଯ୍ୟକାରିତା ବେଶ୍‌ ଉତ୍ସାହଜନକ ହୋଇଛି। ଖୁବ୍‌ଶୀଘ୍ର ୧୦୦ କାର୍ଯ୍ୟାଳୟ ଓ ନିଗମରେ ଏହି ବ୍ୟବସ୍ଥା ପ୍ରଚଳନ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?