୧୪୮ ସରକାରୀ ହସ୍ପିଟାଲରେ ଇ-ପଞ୍ଜୀକରଣ

ଭୁବନେଶ୍ୱର, ୧୧।୬(ବ୍ୟୁରୋ): ରାଜ୍ୟର ଆଉ ୧୪୮ ସରକାରୀ ହସ୍ପିଟାଲରେ ଇ-ପଞ୍ଜୀକରଣ ବ୍ୟବସ୍ଥା ହେବ। ୩୧ ଡିଏଚ୍‌ଏଚ୍‌, ୧୧ ଏମ୍‌ସିଏଚ୍‌ ଓ ୧୦୬ ୟୁପିଏଚ୍‌ସିଠାରେ କଷ୍ଟୋମାଇଜ୍‌ଡ ହସ୍ପିଟାଲ ମ୍ୟାନେଜମେଣ୍ଟ ଇନ୍‌ଫରମେଶନ୍‌ ସିଷ୍ଟମ୍‌ ଲାଗୁ କରାଯିବ। ଏଥିପାଇଁ ଶୁକ୍ରବାର ରାଜ୍ୟ ସରକାର ଓ ସେଣ୍ଟର ଫର୍‌ ଡେଭଲପ୍‌ମେଣ୍ଟ ଅଫ୍‌ ଆଡ୍‌ଭାନ୍ସଡ କମ୍ପ୍ୟୁଟିଙ୍ଗ୍‌(ସି-ଡାକ୍‌) ମଧ୍ୟରେ ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ସରକାରଙ୍କ ପକ୍ଷରୁ ସ୍ବାସ୍ଥ୍ୟସେବା ନିର୍ଦ୍ଦେଶକ ଡା. ବିଜୟ କୁମାର ମହାପାତ୍ର ଓ ସି-ଡାକ୍‌ ପକ୍ଷରୁ ରାଜୀବ ଯାଦବ ଏହି ଚୁକ୍ତିନାମା ସ୍ବାକ୍ଷର କରିଥିଲେ। ଏହାଦ୍ୱାରା ରାଜ୍ୟର ଜନସାଧାରଣ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉପକୃତ ହୋଇପାରିବେ। ଏହା ମାଧ୍ୟମରେ ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନ ସହ ଓପିଡି ପାଇଁ ରେଜିଷ୍ଟ୍ରେଶନ୍‌ କରାଯାଇପାରିବ। ଲୋକେ ଆଉ ଧାଡ଼ିରେ ଠିଆ ନ ହୋଇ ଘରେ ବସି ମୋବାଇଲ୍‌ ଆପ୍ଲିକେଶନ ମାଧ୍ୟମରେ ଡାକ୍ତରଙ୍କଠାରୁ ଆପଏଣ୍ଟମେଣ୍ଟ ନେଇପାରିବ। ଏହା ମାଧ୍ୟମରେ ଇଲେକ୍ଟ୍ରୋନିକ୍‌ ହେଲ୍‌ଥ ରେକର୍ଡ ସାଇତି ରଖାଯିବା ସହ ବିଭିନ୍ନ ନିଦାନର ରିପୋର୍ଟ ମଧ୍ୟ ମିଳିପାରିବ। ସି-ଡାକ୍‌ ପକ୍ଷରୁ ସଫ୍ଟୱେୟାର ଏବଂ ଓକାକ୍‌ ପକ୍ଷରୁ ହାଡ୍‌ୱେୟାର ବ୍ୟବସ୍ଥା କରାଯିବ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜକୁମାର ଶର୍ମାଙ୍କ ଉପସ୍ଥିତିରେ ଏହି ଚୁକ୍ତିନାମା ସ୍ବାକ୍ଷରିତ ହୋଇଥିଲା। ଓଡ଼ିଶା ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଯାମିନୀ ଷଡଙ୍ଗୀ, ସ୍ବତନ୍ତ୍ର ସଚିବ ଡା. ଅଜିତ କୁମାର ମହାନ୍ତି, ଡିଏମ୍‌ଇଟି ଡା. ରମାରମଣ ମହାନ୍ତି ଓ ଓକାକ୍‌ର ସିଇଓ ମନୋଜ କୁମାର ପଟ୍ଟନାୟକ ଏବଂ ବିଭାଗୀୟ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ରାଜ୍ୟରେ ସ୍ବାସ୍ଥ୍ୟସେବା ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ତଥା ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସରକାରଙ୍କ ତରଫରୁ ହସ୍ପିଟାଲ ମ୍ୟାନେଜ୍‌ମେଣ୍ଟ ଇନ୍‌ଫରମେଶନ ସିଷ୍ଟମ୍‌ ଲାଗୁ କରିବା ନିମନ୍ତେ ପାଇଲଟ୍‌ ପ୍ରୋଜେକ୍ଟ ଭାବେ ସି-ଡାକ୍‌ ସହ ଏକ ଚୁକ୍ତି ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ, ଭୁବନେଶ୍ୱର କ୍ୟାପିଟାଲ୍‌ ହସ୍ପିଟାଲ୍‌, ଆଚାର୍ଯ୍ୟ ହରିହର କର୍କଟ ପ୍ରତିଷ୍ଠାନ ଓ ସର୍ଦ୍ଦାର ବଲ୍ଲଭଭାଇ ଶିଶୁ ଚିକିତ୍ସା ପ୍ରତିଷ୍ଠାନ (ଶିଶୁ ଭବନ) କଟକଠାରେ ଏହି ବ୍ୟବସ୍ଥା ସଫଳ ଭାବେ କାର୍ଯ୍ୟକାରୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?