୧୨ ଟିକିଆ ହାତୀପଲଙ୍କ ତାଣ୍ଡବ, ଘର ଭାଙ୍ଗି ଧାନ…

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳରେ ୧୨ ଟିକିଆ ହାତୀ ପଲଙ୍କ ଉତ୍ପାତ ଯୋଗୁଁ ଅତିଷ୍ଠ ହୋଇ ପଡ଼ିଛନ୍ତି ୬ଟି ଗ୍ରାମର ଗ୍ରାମବାସୀ । ହାତୀ ଉପଦ୍ରବ ପାଇଁ ଚିନ୍ତାରେ ତାମଡା ବନାଞ୍ଚଳର ବଡ଼ଗାଁ, ଡୁମେରମୁଣ୍ଡା, ନୁନିଆପାଲି, କଣ୍ଟାପାଲି ଗାଁର ଗ୍ରାମବାସୀ ।  ଦିନରେ ଘଞ୍ଚ ଜଙ୍ଗଲରେ ରହୁଥିବା ବେଳେ ରାତିହେଲେ ଗାଁ ମୁହାଁ ହେଉଛନ୍ତି, ଯାହାକି ଗ୍ରାମବାସୀଙ୍କ ନିଦ ହଜାଇଦେଇଛି । ଏବେ ଧାନ ଅମଳ ସରିଛି, ଆଉ ଅମଳ ଧାନ ଯେଉଁ ଘରେ ରଖା ଯାଇଛି ସେଇ ଘରକୁ ଆସି ଘର ଭାଙ୍ଗି ଧାନକୁ ମଧ୍ୟ ନଷ୍ଟ କରିଦେଉଥିବା ନେଇ ଅଭିଯୋଗ ହୋଇଛି ।

ରାତି ହେଲେ ଗାଁ ଗୁଡିକରେ ଭୟର ବାତାବରଣ ସାଙ୍ଗକୁ ଲୋକେ ଅନିଦ୍ରା ହୋଇ ହାତୀ ଉପଦ୍ରବ ଦାଉରୁ ରକ୍ଷା ପାଇବା ପାଇଁ ଅଣ୍ଟା ଭିଡ଼ିଥିଲେ ହେଁ ନିସ୍ତାର ପାଉନାହାନ୍ତି । ଏ ସମ୍ପର୍କରେ ବନବିଭାଗକୁ ପଚାରିଲେ ଅଧିକାରୀମାନେ ଆମର ଦୁଇ ସେକ୍ସନର କର୍ମଚାରୀ ହାତୀକୁ ଟ୍ରାକ କରି ତାଙ୍କୁ ଘଉଡ଼ାଇବାକୁ ଚେଷ୍ଟା ଜାରି ରଖିଥିବା କଥା କହି ଏଡ଼ାଇ ଯାଉଛନ୍ତି । ସରକାରଙ୍କ ଗାଇଡ଼ ଲାଇନ ଅନୁସାରେ କ୍ଷତିପୂରଣ ଦିଆଯିବ ବୋଲି ବନବିଭାଗର ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ପରେ ମଧ୍ଯ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Read more

ଭୁବନେଶ୍ବର, ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

ଆଇସିସି ଚେୟାରମ୍ୟାନ୍‌ ଜୟ ଶାହାଙ୍କ ବଡ଼ ବୟାନ, କହିଲେ…

ମୁମ୍ୱାଇ,୧୬ା୩: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଦେଖାଦେଇଥିବା ବିବାଦ ଏବଂ ଅନିଶ୍ଚିତତା ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଚେୟାରମ୍ୟାନ୍‌ ଜୟ ଶାହା ପ୍ରଥମଥର ପାଇଁ ମୁହଁ…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri