୧୨ ଟିକିଆ ହାତୀପଲଙ୍କ ତାଣ୍ଡବ, ଘର ଭାଙ୍ଗି ଧାନ…

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳରେ ୧୨ ଟିକିଆ ହାତୀ ପଲଙ୍କ ଉତ୍ପାତ ଯୋଗୁଁ ଅତିଷ୍ଠ ହୋଇ ପଡ଼ିଛନ୍ତି ୬ଟି ଗ୍ରାମର ଗ୍ରାମବାସୀ । ହାତୀ ଉପଦ୍ରବ ପାଇଁ ଚିନ୍ତାରେ ତାମଡା ବନାଞ୍ଚଳର ବଡ଼ଗାଁ, ଡୁମେରମୁଣ୍ଡା, ନୁନିଆପାଲି, କଣ୍ଟାପାଲି ଗାଁର ଗ୍ରାମବାସୀ ।  ଦିନରେ ଘଞ୍ଚ ଜଙ୍ଗଲରେ ରହୁଥିବା ବେଳେ ରାତିହେଲେ ଗାଁ ମୁହାଁ ହେଉଛନ୍ତି, ଯାହାକି ଗ୍ରାମବାସୀଙ୍କ ନିଦ ହଜାଇଦେଇଛି । ଏବେ ଧାନ ଅମଳ ସରିଛି, ଆଉ ଅମଳ ଧାନ ଯେଉଁ ଘରେ ରଖା ଯାଇଛି ସେଇ ଘରକୁ ଆସି ଘର ଭାଙ୍ଗି ଧାନକୁ ମଧ୍ୟ ନଷ୍ଟ କରିଦେଉଥିବା ନେଇ ଅଭିଯୋଗ ହୋଇଛି ।

ରାତି ହେଲେ ଗାଁ ଗୁଡିକରେ ଭୟର ବାତାବରଣ ସାଙ୍ଗକୁ ଲୋକେ ଅନିଦ୍ରା ହୋଇ ହାତୀ ଉପଦ୍ରବ ଦାଉରୁ ରକ୍ଷା ପାଇବା ପାଇଁ ଅଣ୍ଟା ଭିଡ଼ିଥିଲେ ହେଁ ନିସ୍ତାର ପାଉନାହାନ୍ତି । ଏ ସମ୍ପର୍କରେ ବନବିଭାଗକୁ ପଚାରିଲେ ଅଧିକାରୀମାନେ ଆମର ଦୁଇ ସେକ୍ସନର କର୍ମଚାରୀ ହାତୀକୁ ଟ୍ରାକ କରି ତାଙ୍କୁ ଘଉଡ଼ାଇବାକୁ ଚେଷ୍ଟା ଜାରି ରଖିଥିବା କଥା କହି ଏଡ଼ାଇ ଯାଉଛନ୍ତି । ସରକାରଙ୍କ ଗାଇଡ଼ ଲାଇନ ଅନୁସାରେ କ୍ଷତିପୂରଣ ଦିଆଯିବ ବୋଲି ବନବିଭାଗର ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ପରେ ମଧ୍ଯ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Budget 2026: କରଦାତାଙ୍କୁ ମିଳିବ ବଡ଼ ଆଶ୍ବସ୍ତି! ଏହି ନିୟମରେ ପରିବର୍ତ୍ତନ କରିପାରନ୍ତି ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୩୦।୧: ବଜେଟ୍ ୨୦୨୬ ପାଇଁ କାଉଣ୍ଟଡାଉନ୍ ଆରମ୍ଭ ହୋଇଯାଇଛି ଏବଂ ପ୍ରତି ବର୍ଷ ପରି, ଦେଶବ୍ୟାପୀ ଲକ୍ଷ ଲକ୍ଷ କରଦାତା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପରେ ନଜର…

ବଡ଼ ଖବର! କାକାଙ୍କ ସହ ଏକାଠି ହେବାକୁ ଯାଉଥିଲେ ଅଜିତ, ହେଲେ ବିଧିର ବିଧାନ ଥିଲା କିଛି ଅଲଗା

ମୁମ୍ବାଇ,୩୦।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଅକାଳ ମୃତ୍ୟୁ ପରେ ରାଜନୈତିକ ମହଲରେ ଶୋକ ପ୍ରକାଶ ପାଇଛି। ଏହି ସମୟରେ, ସୂତ୍ରଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଖବର ପ୍ରକାଶ କରୁଛନ୍ତି।…

ଆକାଶ ମାର୍ଗରେ ଏକାଠି ହେଲେ ପାକିସ୍ତାନ-ବାଂଲାଦେଶ, ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

କରାଚୀ,୩୦।୧: ୧୪ ବର୍ଷ ପରେ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ସିଧାସଳଖ ବିମାନ ସେବା ପୁନର୍ବାର ଆରମ୍ଭ ହୋଇଛି। ବାଂଲାଦେଶର ଜାତୀୟ ବିମାନ କମ୍ପାନୀ, ବିମାନ ବାଂଲାଦେଶ…

ଚଳନ୍ତା ଟ୍ରକର ଚକା ଫାଟି ଲାଗିଗଲା ନିଆଁ, ତାପରେ…

ପଟ୍ଟାଙ୍ଗି,୩୦।୧(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଦେଇ ପଡୋଶୀ ଆନ୍ଧ୍ରକୁ ସଂଯୋଗ କରିଥିବା ୨୬ନଂ ଜାତୀୟ ରାଜପଥ ଘାଟି ରାସ୍ତାରେ ଚଳନ୍ତା ଟ୍ରକର ଚକା…

ଶେଖ ହାସିନାଙ୍କ ଭାଷଣକୁ ନେଇ ନିଆଁବାଣ ହେଲା ବାଂଲାଦେଶ, ଭାରତ ବିରୋଧରେ ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ/ଢାକା,୩୦।୧: ବାଂଲାଦେଶ ଚଟ୍ଟୋଗ୍ରାମର ମିରସରାଇରେ ଭାରତୀୟ ଅର୍ଥନୈତିକ କ୍ଷେତ୍ର ପ୍ରକଳ୍ପକୁ ଆନୁଷ୍ଠାନିକ ଭାବରେ ବାତିଲ କରିଛି। ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ ଅର୍ଥନୈତିକ କ୍ଷେତ୍ର…

ମଣ୍ଡିରେ ପଡ଼ିଥିବା ଧାନ ଶୀଘ୍ର ଉଠାଅ,ସିପିଆଇ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭବାନୀପାଟଣା,୩୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ମଣ୍ଡିରେ ପଡିଥିବା ଧାନକୁ ଶୀଘ୍ର ଉଠାଣ ଦାବିରେ ଗୁରୁବାର ଭବାନୀପାଟଣାରେ ଜିଲାପାଳଙ୍କ ଅଫିସ ଘେରାଉ କରିଛି ସିପିଆଇ। ଏହା…

T20 ବିଶ୍ୱକପରୁ ପାକିସ୍ତାନ ଆଉଟ…, ପାକିସ୍ତାନର ମଜା ଉଡାଇଲା ଏହି ଦେଶ

ନୂଆଦିଲ୍ଲୀ,୩୦।୧: ପାକିସ୍ତାନ ୨୦୨୬ ଟି୨୦ ବିଶ୍ୱକପ ପାଇଁ ତାର ଦଳ ଘୋଷଣା କରିଛି, କିନ୍ତୁ ପିସିବି ଅଧ୍ୟକ୍ଷଙ୍କ ପୋଷ୍ଟ ପରେ ସେମାନଙ୍କ ଅଂଶଗ୍ରହଣକୁ ନେଇ ଅନିଶ୍ଚିତତା ଜାରି…

ଦେଶର ସବୁଠାରୁ ଭଲ ପ୍ରଧାନମନ୍ତ୍ରୀ କିଏ? ମୋଦି ନା ଇନ୍ଦିରା, ଚମକାଇଲା ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୩୦।୧: ଜନତା ପ୍ରାୟତଃ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ କାର୍ଯ୍ୟକାଳର ତୁଳନା କରନ୍ତି। ଇଣ୍ଡିଆ ଟୁଡେ-ସି ଭୋଟରଙ୍କ ‘ମୁଡ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri