ପୁଣି ଖସିଲା ପାରଦ, ୩୧ ଯାଏ ଶୀତର ପ୍ରକୋପ ଜାରି

ଭୁବନେଶ୍ୱର,୨୮ା୧(ବ୍ୟୁରୋ)-ରାଜ୍ୟରେ ଗତ କିଛିଦିନ ହେବ ପାରଦ ଉପରମୁହାଁ ରହିଥିବା ବେଳେ ଗୁରୁବାରଠାରୁ ତଳମୁହାଁ ହୋଇଛି। କେତେକ ସ୍ଥାନରେ ଶୀତ ଲହରି ଆରମ୍ଭ ହୋଇଛି। ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡାବାୟୁ ପ୍ରବାହ ଯୋଗୁ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ତଳକୁ ଖସିଛି। ୮ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସ ତଳେ ରହିଥିବା ବେଳେ ଅନ୍ୟାନ୍ୟ ଅଞ୍ଚଳରେ ୧୫ ଡିଗ୍ରୀ ମଧ୍ୟରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦାରିଙ୍ଗବାଡ଼ିରେ ୬.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀ ୮, କେନ୍ଦୁଝର ୮, ସୋନପୁର ୯, ବୌଦ୍ଧ ୯, ଝାରସୁଗୁଡା ୯, ଅନୁଗୋଳ ୯.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି ବାଲେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୨.୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୧୨.୧, ସମ୍ବଲପୁର ୧୧.୪, ହୀରାକୁଦ ୧୧.୪, ତାଳଚେର ୧୧, ବଲାଙ୍ଗୀର ୧୧, କୋରାପୁଟ ୧୦ ଏବଂ ନୟାଗଡ଼ରେ ୧୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।

ଆସନ୍ତା ୩୧ ଯାଏ ଶୀତର ପ୍ରକୋପ ଜାରି ରହିବ। ୨୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ନୂଆପଡ଼ା, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଏବଂ ବରଗଡ଼ ଜିଲାରେ ଶୀତ ଲହରି ପ୍ରବାହିତ ହେବ। ସେହିପରି ୩୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ନୂଆପଡ଼ା, ବୌଦ୍ଧ, କନ୍ଧମାଳ, ସୋନପୁର, ବଲାଙ୍ଗୀର, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କଳାହାଣ୍ଡି ଏବଂ ବରଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଶୀତ ଲହରି ପ୍ରବାହିତ ହେବ। ଜାନୁୟାରୀ ୩୧ ତାରିଖରେ ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, କଳାହାଣ୍ଡି ଏବଂ ବରଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶୀତ ଲହରି ପ୍ରବାହିତ ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ମେଘମୁକ୍ତ ଆକାଶ ସହ ଓଡ଼ିଶାକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ଯୋଗୁ ପାରଦ ତଳମୁହାଁ ହେବ। ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପୂର୍ବାନୁମାନ କରିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri