ପୁଣି ଖସିଲା ପାରଦ, ୩୧ ଯାଏ ଶୀତର ପ୍ରକୋପ ଜାରି

ଭୁବନେଶ୍ୱର,୨୮ା୧(ବ୍ୟୁରୋ)-ରାଜ୍ୟରେ ଗତ କିଛିଦିନ ହେବ ପାରଦ ଉପରମୁହାଁ ରହିଥିବା ବେଳେ ଗୁରୁବାରଠାରୁ ତଳମୁହାଁ ହୋଇଛି। କେତେକ ସ୍ଥାନରେ ଶୀତ ଲହରି ଆରମ୍ଭ ହୋଇଛି। ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡାବାୟୁ ପ୍ରବାହ ଯୋଗୁ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ତଳକୁ ଖସିଛି। ୮ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସ ତଳେ ରହିଥିବା ବେଳେ ଅନ୍ୟାନ୍ୟ ଅଞ୍ଚଳରେ ୧୫ ଡିଗ୍ରୀ ମଧ୍ୟରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦାରିଙ୍ଗବାଡ଼ିରେ ୬.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀ ୮, କେନ୍ଦୁଝର ୮, ସୋନପୁର ୯, ବୌଦ୍ଧ ୯, ଝାରସୁଗୁଡା ୯, ଅନୁଗୋଳ ୯.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି ବାଲେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୨.୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୧୨.୧, ସମ୍ବଲପୁର ୧୧.୪, ହୀରାକୁଦ ୧୧.୪, ତାଳଚେର ୧୧, ବଲାଙ୍ଗୀର ୧୧, କୋରାପୁଟ ୧୦ ଏବଂ ନୟାଗଡ଼ରେ ୧୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।

ଆସନ୍ତା ୩୧ ଯାଏ ଶୀତର ପ୍ରକୋପ ଜାରି ରହିବ। ୨୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ନୂଆପଡ଼ା, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଏବଂ ବରଗଡ଼ ଜିଲାରେ ଶୀତ ଲହରି ପ୍ରବାହିତ ହେବ। ସେହିପରି ୩୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ନୂଆପଡ଼ା, ବୌଦ୍ଧ, କନ୍ଧମାଳ, ସୋନପୁର, ବଲାଙ୍ଗୀର, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କଳାହାଣ୍ଡି ଏବଂ ବରଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଶୀତ ଲହରି ପ୍ରବାହିତ ହେବ। ଜାନୁୟାରୀ ୩୧ ତାରିଖରେ ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, କଳାହାଣ୍ଡି ଏବଂ ବରଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶୀତ ଲହରି ପ୍ରବାହିତ ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ମେଘମୁକ୍ତ ଆକାଶ ସହ ଓଡ଼ିଶାକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ଯୋଗୁ ପାରଦ ତଳମୁହାଁ ହେବ। ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପୂର୍ବାନୁମାନ କରିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇ ଫସିଛନ୍ତି ସ୍ବାମୀ:ସ୍ତ୍ରୀଙ୍କ କାନ୍ଧରେ ୪ ପିଲାଙ୍କ ବୋଝ

କୋକସରା, ୩୧।୫(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ସନପୋଡ଼ାଗୁଡ଼ା ଗ୍ରାମର ମୋହନ ମେହେର ପରିବାର ପ୍ରତିପୋଷଣ ପାଇଁ ଗତ ୬ମାସ ତଳେ ବେଙ୍ଗାଲୁରୁକୁ ଦାଦନ ଖଟିବାକୁ...

୫ ବର୍ଷ ପରେ ଧରାପଡିଲେ କୁଖ୍ୟାତ ଅପରାଧୀ

ବାଲେଶ୍ୱର ଅଫିସ, ୧୮।୨: ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ପୋଲିସ ଦୁର୍ଦ୍ଦାନ୍ତ ଡକାୟତ ନବକିଶୋର ଦେଙ୍କୁ ବୁଧବାର ବିଳମ୍ବିତ ରାତିରେ ଗିରଫ କରିଛି। ତାଙ୍କ ନିକଟରୁ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବାଗ୍‌ଚୀ ଦମ୍ପତ୍ତି ଦେଲେ ଅଢ଼େଇ କୋଟି

ଭୁବନେଶ୍ୱର,୫।୬(ବ୍ୟୁରୋ):ଦକ୍ଷତା ବିକାଶ ଅଥରିଟିର ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀ ଏବଂ ମୋ ସ୍କୁଲ ଅଭିଯାନର ଅଧ୍ୟକ୍ଷ ସୁସ୍ମିତା ବାଗ୍‌ଚୀ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଅଢ଼େଇ କୋଟି...

ଭଞ୍ଜନଗରରେ ହେବ ୪୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ

ଭଞ୍ଜନଗର,୫।୮(ଡି.ଏନ୍‌.ଏ.)- ଭଞ୍ଜନଗର,୫।୮(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୪୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍‌ପିଟାଲ ହେବ। ସେଥିରେ ୧୦ ଆଇସିୟୁ ବେଡ୍‌...

ଅପରାହ୍ନରେ କୋଭିଡ୍‌ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ରାଜ୍ୟରେ କୋଭିଡ ସ୍ଥିତି ସମୀକ୍ଷା କରିବେ । ଏ ନେଇ ସାଢ଼େ ୫ଟାରେ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା...

ଖୁବ୍‌ଶୀଘ୍ର ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲ୍‌ର ୨ୟ କ୍ୟାମ୍ପସ୍‌: ମନ୍ତ୍ରୀ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଖୁବ୍‌ଶୀଘ୍ର କଟକସ୍ଥ ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲର ୨ୟ କ୍ୟାମ୍ପସ୍‌ ନିର୍ମାଣ କରାଯିବ। ଏନେଇ ମଙ୍ଗଳବାର ଗଭର୍ନିଂ ବଡି ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ...

୨୦୨୨ ସୁଦ୍ଧା ୧୫୦୦ ମେଗାଓ୍ବାଟ୍‌ ସୌର ଶକ୍ତି ଉତ୍ପାଦନ ହେବ

ଭୁବନେଶ୍ୱର,୭।୭(ବ୍ୟୁରୋ): ୨୦୨୨ ସୁଦ୍ଧା ରାଜ୍ୟରେ ୧୫୦୦ ମେଗାଓ୍ବାଟ୍‌ ସୌରଶକ୍ତି ଉତ୍ପାଦନ ହେବ। ସୋମବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ଏବେ ୫ ମହାନଗର ନିଗମରେ ଟିକାକରଣ

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟକୁ ଶନିବାର ଆସିଥିବା ୧ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା କେବଳ ୫ଟି ମହାନଗର ନିଗମରେ ଦିଆଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ନିଷ୍ପତ୍ତି ନେଇଛି। ଏ...

Advertisement
Archives

Model This Week