Posted inଜାତୀୟ

ସରକାରଙ୍କ ବଡ଼ ପଦକ୍ଷେପ: ସାଇବର ଅପରାଧ ରୋକିବ ଇ-ଜିରୋ ଏଫ୍‌ଆଇଆର୍‌

ନୂଆଦିଲ୍ଲୀ,୨୦ା୫: ଦେଶରେ ସାଇବର ଅପରାଧ ଉଦ୍‌ବେଗଜନକ ଭାବେ ବଢ଼ିଚାଲିଥିବାବେଳେ ଅପରାଧୀଙ୍କୁ ତୁରନ୍ତ ଧରିବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ନୂଆ ଇ-ଜିରୋ ଏଫ୍‌ଆଇଆର୍‌ ବ୍ୟବସ୍ଥା ଆଣିଛନ୍ତି।

ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତୀୟ ସାଇବର ସମନ୍ବୟ କେନ୍ଦ୍ର (ଆଇସିସିସିସି ବା ଆଇ୪ସି) ଏହି ନୂଆ ଇନିସିଏଟିଭ୍‌ ଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି। ଏକ ପାଇଲଟ୍‌ ପ୍ରକଳ୍ପ ଭାବେ ପ୍ରଥମେ ଦିଲ୍ଲୀରେ ଏହା ଆରମ୍ଭ ହୋଇଛି। ଏହି ନୂଆ ବ୍ୟବସ୍ଥା ନ୍ୟାଶନାଲ ସାଇବରକ୍ରାଇମ୍‌ ରିପୋର୍ଟିଂ ପୋର୍ଟାଲ (ଏନ୍‌ସିଆର୍‌ପି) ଏବଂ ହେଲ୍ପଲାଇନ୍‌ ନମ୍ବର ୧୯୩୦ରେ ଦାଏର ସାଇବର ଆର୍ଥତ୍କ ଅପରାଧଗୁଡ଼ିକୁ ସ୍ବତଃ ଏତଲାରେ ପରିଣତ କରିବ।

ପ୍ରାରମ୍ଭିକ ପର୍ଯ୍ୟାୟରେ ୧୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଅପରାଧ ମାମଲାରେ ଏହା କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ବ୍ୟବସ୍ଥା ଖୁବ୍‌ଶୀଘ୍ର ସାରା ଦେଶକୁ ସମ୍ପ୍ରସାରିତ ହେବ ବୋଲି ଶାହା କହିଛନ୍ତି। ଅଭୂତପୂର୍ବ ଦ୍ରୁତ ବେଗରେ ଅପରାଧୀଙ୍କୁ ଧରିବା ଏହି ଇ-ଜିରୋ ଏତଲାର ଲକ୍ଷ୍ୟ। ଏହାଦ୍ୱାରା ସାଇବର ଅପରାଧର ମୂଳକୁ ଖୋଜି ବାହାର କରିବା ପାଇଁ ତଦନ୍ତକୁ ଦ୍ରୁତତର କରାଯିବ।

ଭାରତକୁ ସାଇବର ସୁରକ୍ଷିତ କରିବା ପାଇଁ କେନ୍ଦ୍ର ସରକାର ସାଇବର ସିକ୍ୟୁରିଟି ଗ୍ରୀଡ୍‌କୁ ମଜଭୁତ କରୁଥିବା ସ୍ବରାଷ୍ଟ୍ର ମନ୍ତ୍ରୀ କହିଛନ୍ତି। ସାଇବର ଅପରାଧ ରୋକିବା ଦିଗରେ ସମନ୍ବୟ ବଢ଼ାଇବା ପାଇଁ ଆଇନ ପ୍ରବର୍ତ୍ତନକାରୀ ସଂସ୍ଥାଗୁଡ଼ିକୁ ଆବଶ୍ୟକ ଢାଞ୍ଚା ଓ ବ୍ୟବସ୍ଥା ଯୋଗାଇଦେବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଆଇ୪ସି ଗଠନ କରିଥିଲା। ସାଇବର ଅପରାଧ ରୋକିବା ଦିଗରେ ଏହା ଏକ ନୋଡାଲ ପଏଣ୍ଟ ଭାବେ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri