Posted inଜାତୀୟ

ସରକାରଙ୍କ ବଡ଼ ପଦକ୍ଷେପ: ସାଇବର ଅପରାଧ ରୋକିବ ଇ-ଜିରୋ ଏଫ୍‌ଆଇଆର୍‌

ନୂଆଦିଲ୍ଲୀ,୨୦ା୫: ଦେଶରେ ସାଇବର ଅପରାଧ ଉଦ୍‌ବେଗଜନକ ଭାବେ ବଢ଼ିଚାଲିଥିବାବେଳେ ଅପରାଧୀଙ୍କୁ ତୁରନ୍ତ ଧରିବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ନୂଆ ଇ-ଜିରୋ ଏଫ୍‌ଆଇଆର୍‌ ବ୍ୟବସ୍ଥା ଆଣିଛନ୍ତି।

ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତୀୟ ସାଇବର ସମନ୍ବୟ କେନ୍ଦ୍ର (ଆଇସିସିସିସି ବା ଆଇ୪ସି) ଏହି ନୂଆ ଇନିସିଏଟିଭ୍‌ ଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି। ଏକ ପାଇଲଟ୍‌ ପ୍ରକଳ୍ପ ଭାବେ ପ୍ରଥମେ ଦିଲ୍ଲୀରେ ଏହା ଆରମ୍ଭ ହୋଇଛି। ଏହି ନୂଆ ବ୍ୟବସ୍ଥା ନ୍ୟାଶନାଲ ସାଇବରକ୍ରାଇମ୍‌ ରିପୋର୍ଟିଂ ପୋର୍ଟାଲ (ଏନ୍‌ସିଆର୍‌ପି) ଏବଂ ହେଲ୍ପଲାଇନ୍‌ ନମ୍ବର ୧୯୩୦ରେ ଦାଏର ସାଇବର ଆର୍ଥତ୍କ ଅପରାଧଗୁଡ଼ିକୁ ସ୍ବତଃ ଏତଲାରେ ପରିଣତ କରିବ।

ପ୍ରାରମ୍ଭିକ ପର୍ଯ୍ୟାୟରେ ୧୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଅପରାଧ ମାମଲାରେ ଏହା କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ବ୍ୟବସ୍ଥା ଖୁବ୍‌ଶୀଘ୍ର ସାରା ଦେଶକୁ ସମ୍ପ୍ରସାରିତ ହେବ ବୋଲି ଶାହା କହିଛନ୍ତି। ଅଭୂତପୂର୍ବ ଦ୍ରୁତ ବେଗରେ ଅପରାଧୀଙ୍କୁ ଧରିବା ଏହି ଇ-ଜିରୋ ଏତଲାର ଲକ୍ଷ୍ୟ। ଏହାଦ୍ୱାରା ସାଇବର ଅପରାଧର ମୂଳକୁ ଖୋଜି ବାହାର କରିବା ପାଇଁ ତଦନ୍ତକୁ ଦ୍ରୁତତର କରାଯିବ।

ଭାରତକୁ ସାଇବର ସୁରକ୍ଷିତ କରିବା ପାଇଁ କେନ୍ଦ୍ର ସରକାର ସାଇବର ସିକ୍ୟୁରିଟି ଗ୍ରୀଡ୍‌କୁ ମଜଭୁତ କରୁଥିବା ସ୍ବରାଷ୍ଟ୍ର ମନ୍ତ୍ରୀ କହିଛନ୍ତି। ସାଇବର ଅପରାଧ ରୋକିବା ଦିଗରେ ସମନ୍ବୟ ବଢ଼ାଇବା ପାଇଁ ଆଇନ ପ୍ରବର୍ତ୍ତନକାରୀ ସଂସ୍ଥାଗୁଡ଼ିକୁ ଆବଶ୍ୟକ ଢାଞ୍ଚା ଓ ବ୍ୟବସ୍ଥା ଯୋଗାଇଦେବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଆଇ୪ସି ଗଠନ କରିଥିଲା। ସାଇବର ଅପରାଧ ରୋକିବା ଦିଗରେ ଏହା ଏକ ନୋଡାଲ ପଏଣ୍ଟ ଭାବେ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri