ପ୍ରତି ସ୍କୁଲରେ ହେବ ସ୍ମାର୍ଟ କ୍ଲାସ୍‌: ୫-ଟି ସଚିବ

ରାୟଗଡ଼ା,୭ା୬(ସ୍ବ.ପ୍ର.): ୫-ଟି ସଚିବ ଭି.କେ.ପାଣ୍ଡିଆନ ଦୁଇଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିଛନ୍ତି। ଅପରାହ୍ନରେ ରାୟଗଡ଼ାରେ ପହଞ୍ଚି ବିଜୁ ପଟ୍ଟନାୟକ ଅଡିଟୋରିୟମକୁ ଯାଇଥିଲେ। ସେଠାରେ ଉପସ୍ଥିତ ଶତାଧିକ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିବା ସହ ଶିକ୍ଷାକ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ପିଲାଙ୍କୁ ଉତ୍ସାହିତ କରିଥିଲେ। ମୁଖ୍ୟମନ୍ତ୍ରୀ ଶିକ୍ଷା କ୍ଷେତ୍ରରେ ଓଡ଼ିଶାର ଉନ୍ନତ କରିବା ପାଇଁ ସର୍ବଦା ତତ୍ପର ବୋଲି ସେ କହିଥିଲେ। ସେଠାରୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସ୍ବାସ୍ଥ୍ୟ ବିଭାଗର ଅଧିକାରୀ ଓ ଡାକ୍ତରଙ୍କ ସହିତ ସ୍ବାସ୍ଥ୍ୟସେବା ଉପରେ ଆଲୋଚନା କରିଥିଲେ। ଆମ ହସ୍ପିଟାଲ କାର୍ଯ୍ୟ ଅନୁଧ୍ୟାନ କରି ସେଠାରୁ ଜୟରାମଗୁଡ଼ାସ୍ଥିତ ଇଣ୍ଡୋର ଷ୍ଟାଡିୟମ ଯାଇଥିଲେ। ନିର୍ମାଣ କାର୍ଯ୍ୟ ସାମଗ୍ରୀ ଦେଖି ଖୁସି ବ୍ୟକ୍ତ କରିଥିଲେ। ସମସ୍ତ ଦାବି ୭ଦିନ ମଧ୍ୟରେ ପୂରଣ କରାଯିବ ବୋଲି ସେ କହିଛନ୍ତି। ଜିଲାରେ ଶିକ୍ଷାର ମାନ ବୃଦ୍ଧି ପାଇଁ ସମସ୍ତ ସ୍କୁଲ, କଲେଜ ରୂପାନ୍ତରଣ କରିବା ସହ ନୂତନ କୋଠା, ଲାଇବ୍ରେରୀ ଓ ଅନ୍ୟାନ୍ୟ ଆବଶ୍ୟକତା ପୂରଣ କରାଯିବ। ଏଥି ସହିତ ସମସ୍ତ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସର ବ୍ୟବସ୍ଥା କରାଯିବ ବୋଲି କହିଥିଲେ । ଏହାପରେ ମଝିଘରିଆଣି ମନ୍ଦିର ଓ ଜଗନ୍ନାଥ ମନ୍ଦିର ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ। ମନ୍ଦିର ପାଇଁ ରହିଥିବା ଆବଶ୍ୟକତା ନେଇ କମିଟି ସହ ଆଲୋଚନା କରିବା ସହିତ ଏନେଇ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏହି ଗସ୍ତରେ ୫-ଟି ସଚିବଙ୍କ ସହ କ୍ରୀଡ଼ା ସଚିବ ଆର.ଭିନିଲ କ୍ରୀଷ୍ଣା, ଡିଆଇଜି ଚରଣ ସିଂ ମୀନା, ଜିଲାପାଳ ସ୍ବଧାଦେବ ସିଂ, ଏସ୍‌ପି ବିବେକାନନ୍ଦ ଶର୍ମାଙ୍କ ସମେତ ଅନ୍ୟ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ସଚିବଙ୍କ ଗସ୍ତ ପାଇଁ ଡିଆଇଜି ମୀନା ଓ ଏସ୍‌ପି ବିବେକାନନ୍ଦ ଶର୍ମାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏସଆଇଆର କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ କାର୍ଯ୍ୟ: ଗୁଡ଼ାରି BDO, ଇଓଙ୍କୁ ପୁରସ୍କୃତ କଲେ ଉପଜିଲାପାଳ

ଗୁଡାରି,୪।୧୦(ପ୍ରମୋଦ କୁମାର ପତି ): ସରକାରଙ୍କ ଏସଆଇଆର କାର୍ଯ୍ୟକ୍ରମରେ ଉତ୍ତମ ପ୍ରଦର୍ଶନ କରିଥିବାରୁ ଗୁଡାରି ବିଡ଼ିଓ ତଥା ଏଇଆର ଓ ଶୁଚିସ୍ମିତା ବେହେରା ଏବଂ ଏନଏସି କାର୍ଯ୍ୟ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଦଳୁଛି ସମୀକରଣ: କଂଗ୍ରେସ ଛାଡି ଭାଜପାରେ ମିଶିଲେ…

​କଲ୍ୟାଣସିଂହପୁର,୪।୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖାଣ୍ଡି ପଞ୍ଚାୟତର ଆଲିଜିନିଗୁଡ଼ା ଆମ୍ବତୋଟା ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଏକ ବିଶାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?