କ୍ଷମତାକୁ ଆସିଲେ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ: ଧର୍ମେନ୍ଦ୍ର

ଦେବଗଡ଼,୯।୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ଧାନର ସର୍ବନିମ୍ନ ଦର ୩୧ଶହ ଟଙ୍କା ଧାର୍ଯ୍ୟ ହେବ। ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ ଦିଆଯିବ। କେନ୍ଦୁପତ୍ରର ମୂଲ୍ୟ ବୃଦ୍ଧି କରାଯାଇ ବିଡା ପ୍ରତି ୨ଟଙ୍କା ମୂଲ୍ୟ ଧାର୍ଯ୍ୟ କରାଯିବ। ତୋଳାଳି ଓ ବନ୍ଧାଳିମାନଙ୍କୁ ଅଧିକ ବୋନସ ଦିଆଯିବ। ରାଜ୍ୟର ସବୁ ଗରିବଙ୍କୁ ଘର ଦିଆଯିବ। ସୋଲାର ଏନର୍ଜୀ ମଧ୍ୟ ଯୋଗାଇ ଦିଆଯିବ। ରାଜ୍ୟରେ ଦେଶୀ ମଦ ସମ୍ପୂର୍ଣ୍ଣ ଭାବେ ନିସିଦ୍ଧ କରାଯିବ। ଓଡ଼ିଶାକୁ ୨ଦିନ ତଳେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଇଥିବା ଗ୍ୟାରେଣ୍ଟିକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ ବୋଲି ବୁଧବାର ଦେବଗଡ ଜିଲା ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଦୃଢୋକ୍ତି ପ୍ରକାଶ କରିଛନ୍ତି।

ଭାଜପା ସଭାପତି ଅରୁଣ କୁମାର ସାହୁଙ୍କ ସଭାପତିତ୍ୱ ଓ ବିଧାୟକ ତଥା ଭାଜପା ବିଧାନସଭା ପ୍ରାର୍ଥୀ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ଉପସ୍ଥିତିରେ ଆୟୋଜିତ ସମାବେଶରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ କେନ୍ଦ୍ର ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଆଲୋକପାତ କରିବା ସହ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ରାଜ୍ୟରେ ଦୀର୍ଘ ୨୪ ବର୍ଷ ଧରି ବିଜେଡି ଶାସନ କରି ଆସୁଛି। ମୁଖ୍ୟମନ୍ତ୍ରୀ କଥାରେ ନୁହେଁ କାମରେ ବିଶ୍ୱାସ କରୁଛନ୍ତି ବୋଲି କହୁଥିବା ବେଳେ ସେ ଭିଡିଓରେ କଥା କହୁଛନ୍ତି ଓ ତାଙ୍କ ଗୁମାସ୍ତା ରିମୋଟ୍‌ ଧରି ପରିଚାଳନା କରୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଜୀ ଟଙ୍କା ପଠାଉଥିବା ବେଳେ ରାଜ୍ୟ ସରକାର ଲୋକଙ୍କୁ ପାଇପ ପାଣି ଯୋଗାଇବାରେ ବିଫଳ ହୋଇଛନ୍ତି। ଚାଷ ଜମିକୁ ଜଳସେଚନ ହେଉନାହିଁ। ସ୍କୁଲରେ ଶିକ୍ଷକ ନାହାନ୍ତି କି ଡାକ୍ତରଖାନାରେ ଡାକ୍ତର ନାହାନ୍ତି ବୋଲି ଧର୍ମେନ୍ଦ୍ର ପ୍ରଧାନ ଅଭିଯୋଗ କରିବା ସହ ଇଏ କି ପ୍ରକାର ବିକାଶ ବୋଲି ମଧ୍ୟ ସେ ପ୍ରଶ୍ନ କରିଥିଲେ। ଏବେ ରାଜ୍ୟରେ ଦେଶୀ ମଦ କାରବାର ଅନିୟନ୍ତ୍ରିତ ଥିବା ଦର୍ଶାଇ ଏହା ଦ୍ୱାରା ମହିଳାମାନେ ନିର୍ଯାତିତା ହେଉଛନ୍ତି। ଓଡ଼ିଶାରେ ଭାଜପା କ୍ଷମତାକୁ ଆସିଲେ ଏହାକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରାଯିବ ବୋଲି ଉକ୍ତ ସଂକଳ୍ପ ସମାବେଶରେ ପ୍ରତିଶ୍ରୁତି ଦେବା ସହ ଏଥର ଲୋକେ ପରିବର୍ତ୍ତନ ଚାହୁଁଥିବା ଦର୍ଶାଇ ଉଭୟ ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ଉପସ୍ଥିତ ଜନସାଧାରଣଙ୍କୁ ନିବେଦନ କରିଥିଲେ।

ଅବସରରେ ଦେବଗଡ ପୌର ପରିଷଦର ପୂର୍ବତନ କାଉନସିଲର ମୀନାକ୍ଷୀ ମିଶ୍ରଙ୍କ ସମେତ ତିଲେଇବଣି ବ୍ଲକର ବହୁ ଯୁବକ ଆନୁଷ୍ଠାନିକ ଭାବେ ଭାଜପାରେ ଯୋଗଦେଇଥିଲେ। ସମାବେଶରେ ସମ୍ବଲପୁର ଜିଲା ଭାଜପା ସଭାପତି ଗୋବିନ୍ଦ ଅଗ୍ରୱାଲା, ଜିଲା ଭାଜପା ସାଧାରଣ ସମ୍ପାଦକ ସଚ୍ଚିକାନ୍ତ ଦାଶ, ତିଲେଇବଣି ବ୍ଲକ ଅଧ୍ୟକ୍ଷା ବୃନ୍ଦାବତୀ ଭୋଇ, ଉପାଧ୍ୟକ୍ଷ ଆରତୀ ପ୍ରଧାନ, ଜିଲା ଭାଜପା ଉପସଭାପତି ରଞ୍ଜିତ କୁମାର ପଟେଲ, ମଣ୍ଡଳ ସଭାପତି ଯୋଗେଶ ଚନ୍ଦ୍ର ପ୍ରଧାନ, ବୀରେନ କୁମାର ନାୟକ, ମାଧବୀ ଦେବୀ, ରୋହିତ ଗଙ୍ଗଦେବ, ପ୍ରଣବ କୁମାର ପ୍ରଧାନ, ନିବେଦିତା ନାୟକ ଓ ନବୀନ କୁମାର ପାଣିଙ୍କ ସମେତ ବହୁ ଭାଜପା ନେତା ନିଜର ବକ୍ତବ୍ୟ ଉପସ୍ଥାପନ କରି ଦଳୀୟ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ଉପସ୍ଥିତ ଜନସାଧାରଣଙ୍କୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri