‘ଅଦ୍ୱିକା ଆପ୍‌’ ମାଧ୍ୟମରେ ଜୀବନକୌଶଳ ଶିକ୍ଷା

ଭୁବନେଶ୍ୱର, ୨୧।୪(ବ୍ୟୁରୋ):ବାଲ୍ୟ ବିବାହ ରୋକିବା ପାଇଁ ରାଜ୍ୟ ସରକାରଙ୍କ ‘ଅଦ୍ୱିକା’ କାର୍ଯ୍ୟକ୍ରମକୁ ଅଧିକ ସୁଗମ ଓ ସାର୍ବଜନୀନ କରିବା ଲାଗି ପ୍ରସ୍ତୁତ ହୋଇଛି ‘ଅଦ୍ୱିକା ଆପ୍‌’। ବୁଧବାର ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ ଏହାକୁ ଉନ୍ମୋଚନ କରିଛନ୍ତି। ୨୦୨୦ ଅକ୍ଟୋବରରେ ଆରମ୍ଭ ହୋଇଥିବା ଅଦ୍ୱିକା କାର୍ଯ୍ୟକ୍ରମ ଅଦ୍ୟାବଧି ରାଜ୍ୟର ପ୍ରତ୍ୟେକ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ପହଞ୍ଚତ୍ପାରିଛି। ୧୨ ଲକ୍ଷ କିଶୋରୀକିଶୋରଙ୍କ ଦକ୍ଷତା, ଶିକ୍ଷା, ଜୀବନକୌଶଳ ଆଦିରେ ଉନ୍ନତି ଅଣାଯାଇ ସମାଜର ମୁଖ୍ୟସ୍ରୋତରେ ସାମିଲ କରାଯାଇପାରିଛି। ସେମାନେ ଏହି ବୈଷୟିକ ଜ୍ଞାନ କୌଶଳ ସମେତ ଆପ୍‌ ମାଧ୍ୟମରେ ଜୀବନ କୌଶଳ ସମ୍ପର୍କରେ ଶିକ୍ଷା ଲାଭ କରିବା ସହିତ ବ୍ୟକ୍ତିତ୍ୱକୁ ପ୍ରସ୍ଫୁଟିତ କରିବେ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ଆଗାମୀ ଦିନରେ ଏହି କାର୍ଯ୍ୟକ୍ରମକୁ ଅଧିକ ସଶକ୍ତ ଓ ସୁଦୃଢ଼ କରାଯିବ। କିଶୋରୀକିଶୋରଙ୍କ ନେତୃତ୍ବ ବିକାଶ ପାଇଁ ବିବିଧ କାର୍ଯ୍ୟକ୍ରମ କରାଯିବ। ବିଭାଗ ଓ ଆମ ସମସ୍ତଙ୍କ ସହଯୋଗରେ ରାଜ୍ୟକୁ ୨୦୩୦ ସୁଦ୍ଧା ବାଲ୍ୟବିବାହ ମୁକ୍ତ କରିବାରେ ସଫଳ ହୋଇପାରିବା ବୋଲି ମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। ବିଭାଗୀୟ କମିଶନର ତଥା ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମା କହିଛନ୍ତି, କିଶୋରୀକିଶୋରମାନେ ହେଉଛନ୍ତି ସମାଜର ସର୍ବୋତ୍କୃଷ୍ଟ ସମ୍ବଳ। ସେମାନଙ୍କର ସର୍ବାଙ୍ଗୀନ ବିକାଶ ପାଇଁ ବିଭାଗ ବଦ୍ଧ ପରିକର। ଅଦ୍ୱିକା କାର୍ଯ୍ୟକ୍ରମ ଜରିଆରେ ୨୦୨୧-୨୨ ବର୍ଷରେ ୧୭୩୭ଟି ବାଲ୍ୟବିବାହକୁ ରୋକାଯିବା ସହ ପାଖାପାଖି ୧୨ ହଜାର ଗ୍ରାମକୁ ବାଲ୍ୟ ବିବାହମୁକ୍ତ ଘୋଷଣା କରାଯାଇଛି। ଅଦ୍ୟାବଧି ବାଲ୍ୟବିବାହରୁ ଉଦ୍ଧାର କରାଯାଇଥିବା ୧୭ରୁ ୧୯ ବର୍ଷର ୧୩,୬୧୪ଜଣ କିଶୋରୀକିଶୋରଙ୍କୁ ଦୀନଦାୟଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା ଓ କୌଶଳ ବିକାଶ ମିଶନରେ ସାମିଲ କରାଯାଇ ସେମାନଙ୍କ ଦକ୍ଷତା ଓ କୌଶଳ ବିକଶିତ କରାଯାଇ ସ୍ବାବଲମ୍ବୀ କରାଯାଇପାରିଥିବା ସୂଚନା ଦିଆଯାଇଛି।କ ଏହି ଆପ୍‌କୁ ୟୁନିସେଫ୍‌, ୟୁୱାହ ଓ ମାଇକ୍ରୋସଫ୍ଟ ମିଳିତ ଭାବେ ପ୍ରସ୍ତୁତ କରିଛନ୍ତି। କାର୍ଯ୍ୟକ୍ରମରେ ୟୁନିସେଫ୍‌ ଭାରତର ୟୁୱାହ ମୁଖ୍ୟ ଧୂୱାରାଖା ଶ୍ରୀରାମ, ମାଇକ୍ରୋସଫ୍ଟ ଫିଲାନ୍‌ଥ୍ରୋପିସ୍‌ର ନିର୍ଦ୍ଦେଶକ ମଞ୍ଜୁ ଦାସମାନା ପ୍ରମୁଖ ଉପସ୍ଥିତ ଥିଲେ। ବିଭାଗୀୟ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ ସ୍ବାଗତ ଭାଷଣ ଦେଇଥିଲେ। ସମସ୍ତ ଜିଲାର ସମାଜ ମଙ୍ଗଳ ଅଧିକାରୀ, ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ, ଅଙ୍ଗନବାଡ଼ି କର୍ମୀ ଓ କିଶୋରୀକିଶୋର ଯୋଗଦେଇ ଅନୁଭୂତି ଉପସ୍ଥାପନ କରିଥିଲେ। ଏହି ଆପ୍‌ ଏକ ସ୍ବାଗତଯୋଗ୍ୟ ପଦକ୍ଷେପ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri