ପତିତପାବନ ବାନା ଉପରେ ବସିଲା ଚିଲ, ମହାପ୍ରଭୁଙ୍କ ବଡ଼ ସଂଙ୍କେତ ନା ଆଉକିଛି!

ପୁରୀ,୨ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ନୀଳଚକ୍ର ଉପରେ ଏକ ଚିଲ କିଛି ସମୟ ଧରି ବସିଥିବା ମଙ୍ଗଳବାର ଦେଖିବାକୁ ମିଳିଥିଲା। ଏନେଇ ବିଭିନ୍ନ ମହଲରେ ନାନା କଳ୍ପନା ଜଳ୍ପନା ଶୁଣିବାକୁ ମିଳୁଛି। ମଧ୍ୟାହ୍ନରେ ଏକ ଚିଲ ଶ୍ରୀମନ୍ଦିର ଉପରେ ଉଡ଼ୁଥିଲା। କିଛି ସମୟ ବୁଲିବା ପରେ ଚିଲଟି ପତିତପାବନ ବାନା ଉପରେ ବସିଥିଲା। ପ୍ରାୟ ୫ ମିନିଟ ଧରି ବସିବା ପରେ ପୁଣି ଉଡ଼ିଯାଇଥିଲା। ତେବେ ପତିତପାବନ ବାନା ଉପରେ ଚିଲ ବସିବା ଶୁଭ କି ଅଶୁଭ ତାହାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନ ଉଠିଛି। କେତେଜଣ ସେବାୟତ ଏହାକୁ ମହାପ୍ରଭୁଙ୍କ ବଡ଼ ସଂକେତ ବୋଲି କହିଛନ୍ତି। ଚିଲ ପତିତପାବନ ବାନା ଉପରେ ବସିଲେ ଦେଶରେ ବିପର୍ଯ୍ୟୟ ଘଟିଥାଏ। ଭୂମିକମ୍ପ, ଭୂସ୍ଖଳନ, ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସହ ଖାଦ୍ୟାଭାବ, ଗୃହଯୁଦ୍ଧ ବୃଦ୍ଧି ପାଇଥାଏ ବୋଲି ସେମାନେ କହିଛନ୍ତି। ଆସନ୍ତା ୭ତାରିଖରେ ଚନ୍ଦ୍ରଗ୍ରହଣ ପଡୁଥିବାବେଳେ ତା’ର କିଛିଦିନ ପୂର୍ବରୁ ପତିତପାବନ ବାନା ଉପରେ ଚିଲ ବସିବା ଯୋଗୁ ଆଗକୁ କିଛି ଅଶୁଭ ସଙ୍କେତ ଦେଖାଯାଇପାରେ ଆଶଙ୍କା କରାଯାଉଛି। ଅନ୍ୟପକ୍ଷରେ ଏହା ଏକ ସାଧାରଣ କଥା ବୋଲି ଅନେକ ବ୍ୟକ୍ତବିଶେଷ ମତ ଦେଇଛନ୍ତି। ସୂଚନାଯୋଗ୍ୟ, ଏପରି ଘଟଣା ପ୍ରଥମ ନୁହେଁ। ପୂର୍ବରୁ ଚଳିତ ବର୍ଷ ଏପ୍ରଲିରେ ପତିତପାବନ ବାନା ନେଇ ଚିଲ ଉଡୁଥିବା ଦେଖିବାକୁ ମିଳିଥିଲା। ଶ୍ରୀମନ୍ଦିର ନୀଳଚକ୍ରରେ ପ୍ରତ୍ୟେକ ଦିନ ବାନା ପରିବର୍ତ୍ତନ କରାଯାଉଥିବା ବେଳେ ବିଭିନ୍ନ ସମୟରେ ନୀଳଚକ୍ର ଉପରେ ଚିଲ ବସିବା ନଜିର ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ,୧୮ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ…

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri