‘ଆମେ ଆଉ ଏକ ୯/୧୧ କିମ୍ବା ୨୬/୧୧ ହେବାକୁ ଦେବୁ ନାହିଁ’

ନୂଆଦିଲ୍ଲୀ/ନ୍ୟୁୟର୍କ,୧୬।୧୨: ଆମେ ଆଉ ଏକ ୯/୧୧ କିମ୍ବା ୨୬/୧୧ ହେବାକୁ ଦେବୁ ନାହିଁ ବୋଲି ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ମିଳିତ ଜାତିସଂଘ ସୁରକ୍ଷା ପରିଷଦ ବୈଠକରେ କହିଛନ୍ତି। ଏହି ବୈଠକରେ ଆତଙ୍କବାଦ ବିରୋଧରେ ବିଶ୍ୱ ଆଭିମୁଖ୍ୟ ଉପରେ ନିଜ ମତ ରଖି ଜୟଶଙ୍କର ୯/୧୧ ଏବଂ ୨୮/୧୧ ଆତଙ୍କବାଦୀ ଆକ୍ରମଣ ବିଷୟରେ ଉଲ୍ଲେଖ କରିଛନ୍ତି। ଏଥି ସହିତ ସେ ଚାଇନା ଏବଂ ପାକିସ୍ତାନକୁ ନାଁ ନ ନେଇ ଟାର୍ଗେଟ୍‌ କରିଥିଲେ।
ଜୟଶଙ୍କର କହିଛନ୍ତି, ଆମେ ଆଉ ଏକ ‘ନ୍ୟୁୟର୍କର ୯/୧୧’ କିମ୍ବା ‘ମୁମ୍ବାଇର ୨୬/୧୧’ ପୁନର୍ବାର ଘଟିବାକୁ ଦେଇପାରିବୁ ନାହିଁ। ଆତଙ୍କବାଦରୁ କୌଣସି ଦେଶ ରାଜନୈତିକ ଫାଇଦା ନେବାକୁ ଚେଷ୍ଟା କରିବା ଉଚିତ ନୁହେଁ। ଯେତେବେଳେ ଆତଙ୍କବାଦ ମୁକାବିଲା ପାଇଁ ଆସେ, ସେତେବେଳେ ଆମେ ଆମର ରାଜନୈତିକ ମତଭେଦକୁ ଦୂର କରି ଏକ ଶୂନ୍ୟ-ସହନଶୀଳତା ଆଭିମୁଖ୍ୟ ପ୍ରକାଶ କରିବା ଆବଶ୍ୟକ। ଆତଙ୍କବାଦରୁ କୌଣସି ଦେଶ ରାଜନୈତିକ ଫାଇଦା ନେବାକୁ ଚେଷ୍ଟା କରିବା ଉଚିତ ନୁହେଁ ବୋଲି ସେ କହିଛନ୍ତି।
ଡିସେମ୍ବର ୨୦୨୨ ମାସ ପାଇଁ ଭାରତ ୟୁଏନଏସସିର ଅଧ୍ୟକ୍ଷତା କରୁଛି। ଏସ ଜୟଶଙ୍କର ମଧ୍ୟ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସଙ୍କୁ ଭେଟି ଭାରତର ଜି-୨୦ ଅଧ୍ୟକ୍ଷତାରେ ଏକାଠି କାମ କରିବା ବିଷୟରେ ମତ ବିନିମୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

ଲଣ୍ଡନ ରାସ୍ତାରେ ରାଜାଙ୍କ ଘୋଡ଼ା

ଲଣ୍ଡନ,୨୬ା୪:ବ୍ରିଟେନ୍‌ ରାଜାଙ୍କ ୪ଟି ଘୋଡ଼ା ବୁଧବାର ପୂର୍ବାହ୍ନର ଗହଳି ସମୟରେ କେନ୍ଦ୍ରୀୟ ଲଣ୍ଡନରେ ବିନା ସବାରରେ ଦୌଡ଼ୁଥିବା ଦେଖିବାକୁ ମିଳିଥିଲା। ସେଥିରୁ ୨ଟି ଘୋଡ଼ା କୌଣସି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri