ପାକିସ୍ତାନରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର, ଜାଣନ୍ତୁ କାହିଁକି ?

ନୂଆଦିଲ୍ଲୀ,୧୫।୧୦: ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ମଙ୍ଗଳବାର ପାକିସ୍ତାନର ଇସ୍ଲାମଵାଦରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ତାଙ୍କୁ ପାକିସ୍ତାନର ବରିଷ୍ଠ ଅଧିକାରୀ ନୁର ଖାଁ ସ୍ୱାଗତ କରିଥିଲେ। ଏଠାରେ ସେ ସଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗ ଦେବେ। ଏହି ବୈଠକ ୧୫-୧୬ ଅକ୍ଟୋବରରେ ଅନୁଷ୍ଠିତ ହେବ।

ପାକିସ୍ତାନ ପାଖରେ ଏବେ ସଂଘାଇ ସହଯୋଗ ସଂଗଠନ (ଏସସିଓ) ର କାଉନସିଲ୍ ଅଫ୍ ହେଡସ୍ ଅଫ୍(CHG) ର ଅଧ୍ୟକ୍ଷତା ରହିଛି। ପାକିସ୍ତାନ ଅଧ୍ୟକ୍ଷତାରେ ଅକ୍ଟୋବରରେ ଦୁଇ ଦିନିଆ ଏସସିଓ ଏସସିଓ ମୁଖ୍ୟମାନଙ୍କର ବୈଠକ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅଗଷ୍ଟ ମାସରେ ପାକିସ୍ତାନ ଭାରତ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅକ୍ଟୋବରରେ ଅନୁଷ୍ଠିତ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ ପରିଷଦର ମୁଖ୍ୟଙ୍କ ବୈଠକକୁ ନିମନ୍ତ୍ରଣ କରିଥିଲା।

ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଭାଗ ନେବାକୁ ପାକିସ୍ତାନ ବୈଦେଶିକ କାର୍ଯ୍ୟାଳୟ ମୁଖପାତ୍ର ମମତାଜ ଜାହରା ବାଲୋଚ କହିଛନ୍ତି ଯେ ସଦସ୍ୟ ଦେଶର ମୁଖ୍ୟମାନଙ୍କୁ ନିମନ୍ତ୍ରଣ ପଠାଯାଇଛି। ଏହା ଅଧୀନରେ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ନିମନ୍ତ୍ରଣ ପଠାଯାଇଛି। ସେ କହିଛନ୍ତି ଯେ କିଛି ଦେଶ ଏହି ବୈଠକରେ ଅଂଶଗ୍ରହଣ ନିଶ୍ଚିତ କରିସାରିଛନ୍ତି, ଯାହା ବିଷୟରେ ଉପଯୁକ୍ତ ସମୟରେ ସୂଚନା ଦିଆଯିବ।

ଇସଲାମଵାଦରେ ହେବାକୁ ଥିବା ଏହି ବୈଠକ ପୂର୍ବରୁ କିଛି ମନ୍ତ୍ରୀ ସ୍ତରୀୟ ବୈଠକ ଅନୁଷ୍ଠିତ ହେବ। ଯାହା ଏସସିଓ ଦେଶ ଗୁଡିକର ଆର୍ଥିକ, ସାମାଜିକ, ସାଂସ୍କୃତିକ ଏବଂ ମାନବୀୟ ସହଯୋଗ ଉପରେ କେନ୍ଦ୍ରିତ ରହିବ। ଏସସିଓ ରେ ଭାରତ, ଚାଇନା, ଋଷ, ପାକିସ୍ତାନ, କାଜାକିସ୍ତାନ, କିର୍ଗିସ୍ତାନ, ତାଜିକିସ୍ତାନ ଏବଂ ଉଜବେକିସ୍ତାନ ସାମିଲ ହେବେ।

ଗତବର୍ଷ ଆଭାସୀ ମାଧ୍ୟମରେ ଆୟୋଜିତ ଏସସିଓ ଶିଖର ସମ୍ମିଳନୀର ଅଧ୍ୟକ୍ଷତା ଭାରତ କରିଥିଲା ଏବଂ ଏଥିରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ସହବାଜ ଶରିଫ ଅନଲାଇନ୍ ମାଧ୍ୟମରେ ଯୋଗ ଦେଇଥିଲେ। ତେବେ ସେ ସମୟରେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଥିବା ବିଲାବଲ ଭୁଟ୍ଟୋ ଜରଦାରୀ ଗୋଆରେ ଏସସିଓ ବିଦେଶୀଙ୍କ ମନ୍ତ୍ରଣାଳୟର ଦୁଇଦିନିଆ ବୈଠକରେ ଯୋଗ ଦେବାକୁ ଭାରତ ଆସିଥିଲେ। ଯାହା ପ୍ରାୟ ୧୨ ବର୍ଷ ପରେ ପ୍ରଥମ ପାକିସ୍ତାନ ବୈଦେଶିକ ମନ୍ତ୍ରୀଭାବେ ଭାରତ ଗସ୍ତରେ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri