Posted inଜାତୀୟ

ପୂର୍ବରୁ ନିଯୁକ୍ତିରେ ବିଳମ୍ବ କରି ହେଉଥିଲା ଲାଞ୍ଚ କାରବାର, ଆମେ ପ୍ରକ୍ରିୟାକୁ କରିଛୁ ସ୍ବଚ୍ଛ: ୧ ଲକ୍ଷ ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର ଦେଲେ ମୋଦି…

ନୂଆଦିଲ୍ଲୀ,୧୨।୨ : ସୋମବାର (ଫେବୃଆରୀ ୧୨) ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଯୁକ୍ତି ମେଳାରେ ଭାଗ ନେଇଛନ୍ତି। ଏହି କାର୍ଯ୍ୟକ୍ରମରେ ସେ ଏକ ଲକ୍ଷ ଯୁବବର୍ଗଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ନୂଆଦିଲ୍ଲୀରେ ଇଣ୍ଟିଗ୍ରେଟେଡ କମ୍ପ୍ଲେକ୍ସ ‘କର୍ମଯୋଗୀ ଭବନ’ର ପ୍ରଥମ ପର୍ଯ୍ୟାୟର ମୂଳଦୁଆ ପକାଇଛନ୍ତି। ଏହି କ୍ୟାମ୍ପସ ମିଶନ କର୍ମଯୋଗୀର ବିଭିନ୍ନ ସ୍ତମ୍ଭ ମଧ୍ୟରେ ସହଯୋଗ ଏବଂ ସମନ୍ନ୍ବୟକୁ ପ୍ରୋତ୍ସାହିତ କରିବ।

ରୋଜଗାର ମେଳାରେ ତାଙ୍କ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ୍‌ ଭାରତ ସରକାର ଯୁବବର୍ଗମାନଙ୍କୁ ଚାକିରି ଦେବାରେ କ୍ରମାଗତ ଭାବେ ଦ୍ରୁତ ଗତିରେ ଅଗ୍ରଗତି କରୁଛନ୍ତି। ପୂର୍ବ ସରକାରଗୁଡିକରେ, ଚାକିରି ବିଜ୍ଞାପନ ପ୍ରସଙ୍ଗରୁ ନିଯୁକ୍ତି ପତ୍ର ପ୍ରଦାନ ପର୍ଯ୍ୟନ୍ତରେ ବହୁତ ସମୟ ନେଉଥିଲେ। ଏହି ବିଳମ୍ବର ସୁଯୋଗ ନେଇ ଲାଞ୍ଚ କାରବାର ହେଉଥିଲା। ଆମେ ବର୍ତ୍ତମାନ ଭାରତ ସରକାରରେ ନିଯୁକ୍ତି ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ସ୍ବଚ୍ଛ କରିଛୁ।

ନିଯୁକ୍ତିକୁ ଠିକ ସମୟରେ ଶେଷ କରିବା ପାଇଁ ସରକାର କିପରି କାର୍ଯ୍ୟ କରୁଛନ୍ତି ତାହା ପ୍ରଧାନମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି ଆମ ସରକାରଙ୍କର ଗୁରୁତ୍ୱ ରହିଛି ନିଯୁକ୍ତି ପ୍ରକ୍ରିୟା ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ ହେବା ଉଚିତ। ଏହା ସହିତ ପ୍ରତ୍ୟେକ ଯୁବବର୍ଗ ନିଜର ଦକ୍ଷତା ପ୍ରମାଣ କରିବାକୁ ସମାନ ସୁଯୋଗ ପାଇବା ଆରମ୍ଭ କରିଛନ୍ତି।

ଆଜି ପ୍ରତ୍ୟେକ ଯୁବବର୍ଗଙ୍କ ମନରେ ବିଶ୍ୱାସ ରହିଛି ସେମାନେ କଠିନ ପରିଶ୍ରମ ଏବଂ ପ୍ରତିଭା ଆଧାରରେ ନିଜର ଚାକିରି ପାଇ ପାରିବେ। ୨୦୧୪ ପରଠାରୁ ଯୁବବର୍ଗମାନଙ୍କୁ ଭାରତ ସରକାରଙ୍କ ସହ ଯୋଡିବା ଏବଂ ସେମାନଙ୍କୁ ରାଷ୍ଟ୍ର ନିର୍ମାଣରେ ଅଂଶୀଦାର କରିବାକୁ ଆମର ପ୍ରୟାସ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?