ପ୍ରାରମ୍ଭିକ ରୋଗ ଚିହ୍ନଟକୁ ଗୁରୁତ୍ୱ

ଭୁବନେଶ୍ୱର,୨୨।୫: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ଏଲ୍‌ ଭି ପ୍ରସାଦ ଆଇ ଇନ୍‌ଷ୍ଟିଚ୍ୟୁଟ (ଏଲ୍‌ଭିପିଇଆଇ) ଭୁବନେଶ୍ୱରର ମିଥୁ ତୁଳସୀ ଚନରାଇ କ୍ୟାମ୍ପସ୍‌ ପକ୍ଷରୁ ରବିବାର ରେଟିନୋବ୍ଲାଷ୍ଟୋମା (ଚକ୍ଷୁ କର୍କଟ ରୋଗ)ର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଲିଉଡ ଅଭିନେତା ସବ୍ୟସାଚୀ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଉଭୟ ରୋଗୀ ଓ ସଚେତନତା ପଦଯାତ୍ରାର ଯାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଏପରିକି ସେ ରେଟିନୋବ୍ଲାଷ୍ଟୋମାରୁ ମୁକ୍ତି ପାଇଥିବା ରୋଗୀଙ୍କ ସହ ଏଲଭିପିଇଆଇ ଭୁବନେଶ୍ୱର କ୍ୟାମ୍ପସରେ ବିସ୍ତୃତ ଭାବ ବିନିମୟ କରିଛନ୍ତି।
ଏ ସମ୍ପର୍କରେ ଏଲଭିପିଇଆଇ ଭୁବନେଶ୍ୱରର ଚକ୍ଷୁ କର୍କଟ ରୋଗ ବିଶେଷଜ୍ଞ ଡା. ଦେବଜ୍ୟୋତି ତ୍ରିପାଠୀ କହିଛନ୍ତି, ଶିଶୁମାନଙ୍କଠାରେ ରେଟିନୋବ୍ଲାଷ୍ଟୋମା (ଚକ୍ଷୁ କର୍କଟ) ରୋଗର ପ୍ରାରମ୍ଭିକ ଚିହ୍ନଟ ଓ ଚିକିତ୍ସା ସମ୍ପର୍କରେ ସଚେତନତା ସୃଷ୍ଟି କରାଇବା ଆମର ମୂଳ ଲକ୍ଷ୍ୟ। ଏପରିକି ବ୍ୟାପକ ସଚେତନତାର ଅଭାବ ଏବଂ ବିଳମ୍ବରେ ରୋଗ ନିର୍ଣ୍ଣୟ ଓ ଚିକିତ୍ସା କାରଣରୁ କୌଣସି ଶିଶୁ ଚକ୍ଷୁ କର୍କଟ ରୋଗରେ ମୃତ୍ୟୁ ବରଣ ନ କରନ୍ତୁ ସେଥିପାଇଁ ଏଭଳି ଏକ ପଦଯାତ୍ରାର ଆୟୋଜନ କରାଯାଇଛି। ସେହିଭଳି ରେଟିନୋବ୍ଲାଷ୍ଟୋମା ସଚେତନତା ପଦଯାତ୍ରାରେ ଯୋଗ ଦେଇ ବ୍ୟାପକ ସଚେତନତାର ପ୍ରସାରରେ ସହଯୋଗ କରିଥିବାରୁ ସବ୍ୟସାଚୀ ମିଶ୍ରଙ୍କୁ ଆମେ ଧନ୍ୟବାଦ ଜଣାଉଛୁ। ଏପରିକି ରେଟିନୋବ୍ଲାଷ୍ଟୋମା ରୋଗୀଙ୍କ ପାଇଁ ଅନ୍ୟାନ୍ୟ ସାମାଜିକ ସେବା ଅନୁଷ୍ଠାନ ଏବଂ ବଦାନ୍ୟ ବ୍ୟକ୍ତିବିଶେଷ ତଥା ସରକାରୀ ସଂସ୍ଥାମାନଙ୍କଠାରୁ ମିଳିଥିବା ସହଯୋଗକୁ ମଧ୍ୟ ଆମେ ସ୍ବୀକାର କରୁଛୁ।
ସୂଚନାଯୋଗ୍ୟ ଏଲ୍‌. ଭି. ପ୍ରସାଦ ଆଇ ଇନଷ୍ଟିଚ୍ୟୁଟ୍‌ର ଭୁବନେଶ୍ୱର, ହାଇଦ୍ରାବାଦ, ବିଶାଖାପାଟଣା ଓ ବିଜୟୱାଡ଼ା କ୍ୟାମ୍ପସରେ ଆୟୋଜିତ ’ହ୍ବିଟାଥନ୍‌’ କାର୍ଯ୍ୟକ୍ରମର ଏକ ଅଂଶ ଭାବେ ଉକ୍ତ ପଦଯାତ୍ରାର ଆୟୋଜନ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି।...

ସର୍ବୋତ୍ତମ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨ା୪: ବ୍ରିଜ୍‌ଷ୍ଟୋନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ତୁରଞ୍ଜା ୬ଆଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଯାତ୍ରୀବାହୀ ଯାନ ସେଗ୍‌ମେଣ୍ଟ ପାଇଁ ବ୍ରାଣ୍ଡ୍‌...

ଶ୍ରୀଲେଦର୍ସ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତି ଅନାବରଣ

ଭୁବନେଶ୍ୱର,୨୨ା୪: ଦେଶର ପ୍ରମୁଖ ସୁଜ୍‌ ବ୍ରାଣ୍ଡ୍‌ ଶ୍ରୀଲେଦର୍ସର ପ୍ରତିଷ୍ଠାତା ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ସୁରେଶ ଚନ୍ଦ୍ର ଦେଙ୍କର ୧୧୩ତମ ଜନ୍ମବାର୍ଷିକୀ ରବିବାର ପାଳିତ...

ଶପର୍ସ ଷ୍ଟପ୍‌ ସହ ଆକ୍ସିସ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୨୨ା୪: ଆକ୍ସିସ୍‌ ବ୍ୟାଙ୍କ ଏବଂ ଶପର୍ସ ଷ୍ଟପ୍‌ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପନ ହୋଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri