ତତ୍କାଳ ଟିକେଟରେ ଅବ୍ୟବସ୍ଥା

ବଇଣ୍ଡା,୩୦।୯(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ରେଳ ଷ୍ଟେଶନରେ ତତ୍‌କାଳ ଟିକେଟରେ ଅବ୍ୟବସ୍ଥା ପରିଲକ୍ଷିତ ହେଉଛି। ଏପରି କି ଟିକେଟ୍‌ ପିଛା ୩ଶହ ଟଙ୍କା ଅଧିକ ନିଆଯାଉଥିବା ବଇଣ୍ଡା ଗ୍ରାମବାସୀ ଗୁରୁବାର ସମ୍ବଲପୁର ରେଳ ବିଭାଗ ଡିଆର୍‌ଏମ୍‌ଙ୍କଠାରେ ଅଭିଯୋଗ କରିଛନ୍ତି। ଏହାର ଏକ ନକଲ ଅନୁଗୋଳ ଜିଲାପାଳଙ୍କୁ ପ୍ରଦାନ କରିଛନ୍ତି।
ଅଭିଯୋଗରେ ଗ୍ରାମବାସୀ ଦର୍ଶାଇଛନ୍ତି, ବଇଣ୍ଡା ଷ୍ଟେଶନରେ ତତ୍କାଳ ଟିକେଟ କଟାଯିବା ବେଳେ ଶ୍ରମିକମାନଙ୍କଠାରୁ ୩୦୦ ଟଙ୍କା ଅଧିକ ନିଆଯାଉଛି। ଯେଉଁମାନେ ଅଧିକ ଅର୍ଥ ଦେଉନାହାନ୍ତି ସେମାନଙ୍କୁ ଟିକେଟ ଦେବାରେ ଅବହେଳା କରାଯାଉଛି। ଷ୍ଟେଶନର ଜଣେ ଅଧିକାରୀଙ୍କ ଏଥିରେ ସମ୍ପୃକ୍ତି ରହିଛି। ପୂର୍ବରୁ କିଶୋରନଗର ଅଞ୍ଚଳର ୨ ଜଣ ଶ୍ରମିକ ଏପରି ଅଧିକ ଟଙ୍କା ଦେଇଥିବା ନୁନୁକାପଶି ପଞ୍ଚାୟତ କାର୍ଯ୍ୟାଳୟଠାରେ ଅଭିଯୋଗ କରିଥିଲେ। ଏହି ଷ୍ଟେଶନରେ ତତ୍କାଳ ଟିକେଟ ପ୍ରଦାନ ବେଳେ ବାରମ୍ବାର ଯାତ୍ରୀଙ୍କୁ ହଇରାଣ କରାଯାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତୁରନ୍ତ ଏଥିପ୍ରତି ରେଳ ବିଭାଗ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି। ତେବେ ବଇଣ୍ଡା ରେଳ ଷ୍ଟେଶନ ମାଷ୍ଟର ଉମେଶ ଚନ୍ଦ୍ର ମଲ୍ଲିକ ଅଭିଯୋଗକୁ ଅସ୍ବିକାର କରିଛନ୍ତି। ଷ୍ଟେଶନରେ ତତ୍କାଳ ଟିକେଟ୍‌ ବିକ୍ରି ବେଳେ କାହାଠାରୁ ଅଧିକ ଅର୍ଥ ନିଆଯାଉ ନ ଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri