ତତ୍କାଳ ଟିକେଟରେ ଅବ୍ୟବସ୍ଥା

ବଇଣ୍ଡା,୩୦।୯(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ରେଳ ଷ୍ଟେଶନରେ ତତ୍‌କାଳ ଟିକେଟରେ ଅବ୍ୟବସ୍ଥା ପରିଲକ୍ଷିତ ହେଉଛି। ଏପରି କି ଟିକେଟ୍‌ ପିଛା ୩ଶହ ଟଙ୍କା ଅଧିକ ନିଆଯାଉଥିବା ବଇଣ୍ଡା ଗ୍ରାମବାସୀ ଗୁରୁବାର ସମ୍ବଲପୁର ରେଳ ବିଭାଗ ଡିଆର୍‌ଏମ୍‌ଙ୍କଠାରେ ଅଭିଯୋଗ କରିଛନ୍ତି। ଏହାର ଏକ ନକଲ ଅନୁଗୋଳ ଜିଲାପାଳଙ୍କୁ ପ୍ରଦାନ କରିଛନ୍ତି।
ଅଭିଯୋଗରେ ଗ୍ରାମବାସୀ ଦର୍ଶାଇଛନ୍ତି, ବଇଣ୍ଡା ଷ୍ଟେଶନରେ ତତ୍କାଳ ଟିକେଟ କଟାଯିବା ବେଳେ ଶ୍ରମିକମାନଙ୍କଠାରୁ ୩୦୦ ଟଙ୍କା ଅଧିକ ନିଆଯାଉଛି। ଯେଉଁମାନେ ଅଧିକ ଅର୍ଥ ଦେଉନାହାନ୍ତି ସେମାନଙ୍କୁ ଟିକେଟ ଦେବାରେ ଅବହେଳା କରାଯାଉଛି। ଷ୍ଟେଶନର ଜଣେ ଅଧିକାରୀଙ୍କ ଏଥିରେ ସମ୍ପୃକ୍ତି ରହିଛି। ପୂର୍ବରୁ କିଶୋରନଗର ଅଞ୍ଚଳର ୨ ଜଣ ଶ୍ରମିକ ଏପରି ଅଧିକ ଟଙ୍କା ଦେଇଥିବା ନୁନୁକାପଶି ପଞ୍ଚାୟତ କାର୍ଯ୍ୟାଳୟଠାରେ ଅଭିଯୋଗ କରିଥିଲେ। ଏହି ଷ୍ଟେଶନରେ ତତ୍କାଳ ଟିକେଟ ପ୍ରଦାନ ବେଳେ ବାରମ୍ବାର ଯାତ୍ରୀଙ୍କୁ ହଇରାଣ କରାଯାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତୁରନ୍ତ ଏଥିପ୍ରତି ରେଳ ବିଭାଗ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି। ତେବେ ବଇଣ୍ଡା ରେଳ ଷ୍ଟେଶନ ମାଷ୍ଟର ଉମେଶ ଚନ୍ଦ୍ର ମଲ୍ଲିକ ଅଭିଯୋଗକୁ ଅସ୍ବିକାର କରିଛନ୍ତି। ଷ୍ଟେଶନରେ ତତ୍କାଳ ଟିକେଟ୍‌ ବିକ୍ରି ବେଳେ କାହାଠାରୁ ଅଧିକ ଅର୍ଥ ନିଆଯାଉ ନ ଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ହେଲିକପ୍ଟର ଦୁର୍ଘଟଣା: ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ସମେତ ୭ ମୃତ, ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକ

ନାଇରୋବି,୨୦।୮: କେନ୍ଦ୍ରୀୟ କେନିଆରେ ବୁଧବାର ଏକ ସଫାରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ଫଳରେ ଏଥିରେ ଥିବା ସମସ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri