ବିପଦରେ ପୃଥିବୀ: କରୋନା ଯୋଗୁ ସୃଷ୍ଟି ହେବାରେ ଲାଗିଛି ନୂଆ ସଙ୍କଟ

ଓ୍ବାଶିଂଟନ/ନୂଆଦିଲ୍ଲୀ, ୪।୭: କରୋନା ମାହାମାରୀ ଯୋଗୁ ପୃଥିବୀ ଉପରେ ପୁଣି ଏକ ବିପଦ ମାଡ଼ି ଆସୁଛି। ଏବେ ଏହା ଦ୍ୱାରା ନୂଆ ସଙ୍କଟ ସୃଷ୍ଟି ହେବାରେ ଲାଗିଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ମାସ୍କ ଏବଂ ଗ୍ଲୋଭସ୍‌ର ବ୍ୟବହାର କରିବାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ତେବେ ଏସବୁକୁ ବ୍ୟବହାର ପରେ ଫିଙ୍ଗିବା ଦ୍ୱାରା ପରିବେଶ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ଅଗଷ୍ଟ ୧୫ରେ ସିଙ୍ଗଲ୍‌ ୟୁଜଡ୍‌ ପ୍ଲାଷ୍ଟିକ୍‌ ବ୍ୟବହାର ଉପରେ ଗୁରୁତ୍ୱାରୋପ କରିଥିଲେ। ୨୦୨୨ ସୁଦ୍ଧା ଦେଶରେ ଏହାର ବ୍ୟବହାର ହେବନାହିଁ ବୋଲି ମଧ୍ୟ କହିଥିଲେ। ତେବେ ଏହାର ଠିକ୍‌ ୧୬୮ ଦିନ ପରେ ଜାନୁୟାରୀ ୩୦ରେ ଭାରତରେ ପ୍ରଥମ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ଇତିମଧ୍ୟରେ ପୃଥିବୀର ୨୦୬ ଦେଶରେ କରୋନା ପହଞ୍ଚିସାରିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ମାସ୍କ୍‌, ଗ୍ଲୋଭସ୍‌, ପିପିଇ କିଟ୍‌, ଫେସ୍‌ ଶିଲ୍ଡ ଆଦିର ଚାହିଦା ବଢ଼ିବାରେ ଲାଗିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ରିପୋର୍ଟ ଅନୁସାରେ ପ୍ରତିମାସରେ ପୃଥିବୀରେ ୯୦ ଲକ୍ଷରୁ ଅଧିକ ମାସ୍କ୍‌, ୭୬ ଲକ୍ଷରୁ ଅଧିକ ଗ୍ଲୋଭସ୍‌ ଏବଂ ପ୍ରାୟ ୧୬ ଲକ୍ଷ ଗଗଲ୍ସ୍‌ର ଆବଶ୍ୟକ ପଡୁଛି। କେବଳ ଭାରତରେ ସାଢ଼େ ୪ ଲକ୍ଷରୁ ଅଧିକ ପିପିଇ କିଟ୍‌ ପ୍ରତିଦିନ ନିର୍ମିତ ହେଉଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଏସବୁର ବ୍ୟବହାର କରାଯାଉଛି। କିନ୍ତୁ ଏସବୁ ସହଜରେ ମାଟିରେ ମିଶି ପାରି ବ ନାହିଁ। ଏକ ରିପୋର୍ଟ ଅନୁସାରେ ଯଦି ଏସବୁର ଏକ ପ୍ରତିଶତ ମାଟିରେ ନ ମିଶେ ତେବେ ଗୋଟିଏ ମାସରେ ୪୦ ହଜାର କିଲୋ ବର୍ଜ୍ୟବସ୍ତୁ ସୃଷ୍ଟି ହେବ। ପିପିଇ କିଟ୍‌ ପ୍ଲାଷ୍ଟିକରୁ ନିର୍ମିତ ହେଉଛି। ଏହା ମାଟିରେ ନଷ୍ଟ ହେବା ପାଇଁ ୪୫୦ ବର୍ଷ ସମୟ ଲାଗିବ। ପ୍ରତିବର୍ଷ ସମୁଦ୍ରକୁ ୮୦ ଲକ୍ଷ ଟନ୍‌ ବର୍ଜ୍ୟବସ୍ତୁ ଯାଉଛି। ଏହି ଧାରା ଜାରି ରହିଲେ ୨୦୫୦ ସୁଦ୍ଧା ସମୁଦ୍ରରେ ମାଛ ତୁଳନାରେ ପ୍ଲାଷ୍ଟିକ୍‌ ବର୍ଜ୍ୟ ଅଧିକ ମିଳିବ। ୨୦୨୨ ସୁଦ୍ଧା ପ୍ରତିଦିନ କେବଳ ଭାରତରୁ ୭୭୫ ଟନ୍‌ ମେଡ଼ିକାଲ ବର୍ଜ୍ୟ ସୃଷ୍ଟି ହେବ। ଏବେ ପ୍ରତିଦିନ ଏହାର ପରିମାଣ ୫୫୦ ଟନ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲ ଶସ୍ତା ହେବା ଆଶାକୁ ଶକ୍ତ ଧକ୍କା: ଇରାନ ଉପରେ ଆମେରିକାର ବୋମା ବର୍ଷଣ, ଅଶୋଧିତ ତୈଳ ଦରରେ ନିଆଁ

ନୂଆଦିଲ୍ଲୀ, ୮।୭: ଆମେରିକା ପକ୍ଷରୁ ଇରାନ ଉପରେ ହୋଇଥିବା ନୂଆ ସାମରିକ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ଦରରେ ବଡ଼ ଧରଣର…

ଫୁଟ୍‌ବଲରେ ଟ୍ରମ୍ପ୍‌ କାର୍ଡ

ବିଶ୍ୱକପ୍‌ ଫୁଟ୍‌ବଲ ୨୦୨୬ କ୍ରୀଡ଼ାପ୍ରେମୀଙ୍କୁ ଆବୋରି ରଖିଛି। ଏହି ସମୟରେ ଗୋଟେ ମିମ୍‌ ସୋସିଆଲ ମିଡିଆରେ ବେଶି ଘୂରି ବୁଲୁଥିବା ଦେଖାଯାଉଛି। ଆମେରିକା ଫୁଟ୍‌ବଲ ଦଳର ଷ୍ଟ୍ରାଇକର୍‌ଙ୍କୁ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri