Posted inଜାତୀୟ

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ ରିକ୍ଟର ସ୍କେଲ୍‌ରେ ଏହି ଭୂକମ୍ପର ତୀବ୍ରତା ୪.୪ ରେକର୍ଡ କରାଯାଇଛି। ଦିଲ୍ଲୀ, ନୋଏଡ଼ା, ଗାଜିଆବାଦ ସମେତ ସମ୍ପୂର୍ଣ୍ଣ ଏନ୍‌ସିଆର୍‌ ଅଞ୍ଚଳରେ ହଠାତ୍ ଘରଦ୍ୱାର ଓ ଆସବାବପତ୍ର ହଲିବାକୁ ଲାଗିବାରୁ ଭୟଭୀତ ଲୋକେ ନିଜ ନିଜ ଘରୁ ବାହାରି ଆସି ରାସ୍ତାରେ ଏକାଠି ହୋଇଥିଲେ। କିଛି ସମୟ ପାଇଁ ଆଫ୍ରାତଫ୍ରି ପରିସ୍ଥିତି ସୃଷ୍ଟି ହୋଇଥିଲେ ମଧ୍ୟ ପରେ ସ୍ଥିତି ସ୍ୱାଭାବିକ ହୋଇଥିଲା।

ସୂଚନା ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ଖାଡୁନ୍ ଲାଗା ଗ୍ୱାଲିଠାରୁ ୨୨ କିଲୋମିଟର ଦୂରରେ ଥିଲା। ଏହା ବ୍ୟତୀତ ଉତ୍ତରାଖଣ୍ଡର ଉତ୍ତରକାଶୀରେ ମଧ୍ୟ ୪.୪ ତୀବ୍ରତାର ଭୂକମ୍ପ ରେକର୍ଡ କରାଯାଇଛି। ଉତ୍ତରାଖଣ୍ଡର ସମସ୍ତ ଜିଲ୍ଲା ସମେତ ହିମାଚଳ ପ୍ରଦେଶ, ପଞ୍ଜାବ ଏବଂ ପଶ୍ଚିମ ଉତ୍ତର ପ୍ରଦେଶର ମେରଠ, ଗାଜିଆବାଦ ଓ ନୋଏଡ଼ା ପରି ବହୁତଳ ପ୍ରାସାଦ ବିଶିଷ୍ଟ ଆବାସିକ ଅଞ୍ଚଳରେ ଭୂକମ୍ପର ଝଟ୍‌କା ସ୍ପଷ୍ଟ ଭାବେ ଅନୁଭୂତ ହୋଇଥିଲା। ଅନ୍ୟପକ୍ଷରେ, ଆଫଗାନିସ୍ତାନରେ ଭୂକମ୍ପର କେନ୍ଦ୍ରସ୍ଥଳ ରହିଥିବା ଅନ୍ୟ ଏକ ଝଟ୍‌‌କାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬.୧ ମାପ କରାଯାଇଛି।

ପ୍ରାୟ ୩୦ ସେକେଣ୍ଡ ପର୍ଯ୍ୟନ୍ତ ଏହି କମ୍ପନ ଅନୁଭୂତ ହୋଇଥିବାରୁ ବିଶେଷ କରି ଉଚ୍ଚା କୋଠାବାଡ଼ିରେ ରହୁଥିବା ଲୋକମାନେ ଅଧିକ ଆତଙ୍କିତ ହୋଇପଡ଼ିଥିଲେ। ପ୍ରକାଶଥାଉ କି, ଦିଲ୍ଲୀ-ଏନ୍‌ସିଆର୍‌ ଅଞ୍ଚଳ ଭୂକମ୍ପ ଦୃଷ୍ଟିରୁ ବେଶ୍‌ ସମ୍ବେଦନଶୀଳ। ନାସନାଲ ସେଣ୍ଟର ଫର ସିସ୍‌ମୋଲୋଜି (NCS) ଅନୁଯାୟୀ ଦିଲ୍ଲୀକୁ ‘ସିସ୍‌ମିକ୍ ଜୋନ୍-୪’ରେ ରଖାଯାଇଛି, ଯାହା ଭୂକମ୍ପ ପାଇଁ ଅଧିକ ବିପଦପୂର୍ଣ୍ଣ ଅଞ୍ଚଳ ଅଟେ।

ଅକ୍ଟୋବର ୬ ତାରିଖରେ ଦେଶର ବିଭିନ୍ନ ଭାଗରେ ଏହିପରି କ୍ରମାଗତ କମ୍ପନ ରେକର୍ଡ କରାଯାଇଛି। NCS ସୂଚନା ଅନୁଯାୟୀ, ବର୍ତ୍ତମାନ ସବୁଠି ପରିସ୍ଥିତି ସ୍ୱାଭାବିକ ରହିଛି ଏବଂ କୌଣସି ବଡ଼ ଧରଣର କ୍ଷୟକ୍ଷତି କିମ୍ବା ଜୀବନହାନିର ଖବର ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?