ଭାରତ ସମେତ ୭ ଦେଶରେ ଭୂକମ୍ପ, ପାକିସ୍ତାନରେ ୧୩ ମୃତ-୨୦୦ରୁ ଅଧିକ ଆହତ: ମୃତାହତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା… …

ନୂଆଦିଲ୍ଲୀ/ଇସଲାମାବାଦ/କାବୁଲ,୨୨।୩ : ଭାରତ ସମେତ ୭ ଦେଶରେ ଭୂକମ୍ପ ଅନୁଭୁତ ହୋଇଛି। ଆଫଗାନିସ୍ତାନରେ ଅଧିକ ତୀବ୍ରତାଯୁକ୍ତ ଭୂକମ୍ପ ଅନୁଭୂତ ହୋଇଥିବାବେଳେ ପାକିସ୍ତାନ, ଚାଇନା ସମେତ ଅନ୍ୟ କେତେକ ଦେଶରେ ଦୀର୍ଘ ସମୟ ଧରି କମ୍ପୁଥିଲା। ପାକିସ୍ତାନରେ ଇସଲାମାବାଦ ସମେତ ପଞ୍ଜାବ, ଖାଇବର ପାସ୍ତୁନଖ୍ବା ଏବଂ ବାଲୁଚିସ୍ତାନର ବିଭିନ୍ନ ସହରରେ ପ୍ରବଳ କମ୍ପନ ଅନୁଭୂତ ହୋଇଥିଲା। ଭୂକମ୍ପ ଯୋଗୁଁ ପାକିସ୍ତାନରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଓ ୨୦୦ରୁ ଅଧିକ ଜଣ ଆହତ ହୋଇଥିବା ଖବର ମିଳିଛି।

ଭାରତ, ପାକିସ୍ଥାନ, ଆଫଗାନିସ୍ତାନ, କିର୍ଗିଜସ୍ତାନ, ତାଜିକିସ୍ତାନ, ଉଜବେକିସ୍ତାନ, ଚାଇନାରେ ଭୂକମ୍ପ ଅନୁଭୁତ ହୋଇଥିବା ଭୂଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଖାଇବର ପାସ୍ତୁନଖ୍ବା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ରିପୋର୍ଟରେ କୁହାଯାଇଛି ଯେ ଭୂକମ୍ପ ଯୋଗୁ ଛାତ, କାନ୍ଥ ଓ ଘର ଭୁଶୁଡ଼ିବା ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ଜଣ ଆହତ ହୋଇଛନ୍ତି। ଭୂକମ୍ପ ଯୋଗୁଁ ଏଠାରେ ଆଠଟି ଘର ନଷ୍ଟ ହୋଇଯାଇଛି। ଏହି ଭୂକମ୍ପର କେନ୍ଦ୍ର ଥିଲା ଆଫଗାନିସ୍ତାନର ହିନ୍ଦୁ କୁଶ ଅଞ୍ଚଳ। ଏହାର ଭୂଗର୍ଭର ୧୮୦ କିଲୋମିଟର ଗଭୀରତା ଭୂକମ୍ପର କେନ୍ଦ୍ର ଥିଲା ।

ଏଥି ସହ ସ୍ବାତ ଜିଲା ପୋଲିସ ଅଧିକାରୀ ଶାଫିଉଲ୍ଲା ଗଣ୍ଡାପୁର ଗଣମାଧ୍ୟମକୁ କହିଛନ୍ତି ଯେ ଏହି ଜିଲାରେ ୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସେ କହିଛନ୍ତି ଯେ ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପ୍ରାଥମିକ ସୂଚନା ଅନୁଯାୟୀ, ଆଫଗାନିସ୍ତାନର ଫାୟାଜାବାଦର ୭୭ କିଲୋମିଟର ଦକ୍ଷିଣ-ପୂର୍ବରେ ୬.୮ ତୀବ୍ରତାଯୁକ୍ତ ଭୂକମ୍ପ ଘଟିଛି। ପାକିସ୍ତାନର ପେଶୱାର, କୋହାଟ ଏବଂ ସ୍ବାବିରେ ମଧ୍ୟ କମ୍ପନ ଅନୁଭୂତ ହୋଇଛି। ଏହା ବ୍ୟତୀତ ଲାହୋର, କ୍ୱେଟା ଏବଂ ରାୱଲପିଣ୍ଡିରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା। ଭୟଭୀତ ଲୋକମାନେ ସେମାନଙ୍କ ଘରୁ ବାହାରି ଆସିଥିଲେ। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଗୁଞ୍ଜରଓ୍ବାଲା, ଗୁଜରାଟ, ସିଆଲକୋଟ, କୋଟ ମୋମିନ, ମାଧରାଞ୍ଛ୍ଜା, ଚକୱାଲ, କୋହାଟ ଏବଂ ଗିଲଗିଟ-ବଲ୍ଟିସ୍ତାନ ଅଞ୍ଚଳରେ ମଧ୍ୟ ଭୂକମ୍ପନ ଅନୁଭୂତ ହୋଇଥିଲା। ଭାରତର କେତେକ ରାଜ୍ୟରେ ଭୂକମ୍ପ ଅନୁଭୁତ ହୋଇଥିଲା।

ମଙ୍ଗଳବାର ରାତି ୧୦ ଟା ୧୯ ସମୟରେ ଦିଲ୍ଲୀ-ଏନସିଆରରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଥିଲା। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୬ ମାପ କରାଯାଇଥିଲା। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ଫାୟାଜାବାଦ ଥିଲା। କମ୍ପନ ଏତେ ଶକ୍ତିଶାଳୀ ଥିଲା ଯେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ଆସିଥିଲେ। ଦିଲ୍ଲୀ ସମେତ ପଞ୍ଜାବର ଉତ୍ତରପ୍ରଦେଶରେ ମଧ୍ୟ ଭୂକମ୍ପରେ କମ୍ପନ ଅନୁଭୂତ ହୋଇଥିଲା। ଦୁଇରୁ ତିନିଥର ଭୂକମ୍ପରେ କମ୍ପନ ଅନୁଭୂତ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri