ଆଫଗାନିସ୍ତାନରେ ଭୂକମ୍ପ: ୧୪ ମୃତ, ୭୮ ଆହତ

କାବୁଲ,୭ା୧୦: ଉତ୍ତର-ପଶ୍ଚିମ ଆଫଗାନିସ୍ତାନ ହେରାଟରେ ଶନିବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬.୩ ଥିବା ବେଳେ ଏଥିରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି। ୭୮ ଜଣ ଆହତ ହୋଇଛନ୍ତି ବୋଲି ଅଧିକାରୀମାନେ କହିଛନ୍ତି। ଭୂସ୍ଖଳନ ଏବଂ ବିଲ୍ଡିଂ ଭୁଶୁଡ଼ି ପଡ଼ିଛି। ତେବେ ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି ଆମେରିକା ଜିଓଲୋଜିକାଲ ସର୍ଭେ କହିଛି। ଏହି ଭୂକମ୍ପ କେନ୍ଦ୍ରର ବୃହତ୍ତମ ସହର ହେରାଟଠାରୁ ୪୦ କିଲୋମିଟର ଦୂରରେ ଅବସ୍ଥିତ। ସୋସିଆଲ ମିଡିଆରେ ଭୂକମ୍ପ ସମୟର ଭିଡିଓ ବହୁଳ ଭାବରେ ଶେୟାର କରାଯାଇଛି। ଏଥିରେ ଦେଖିବାକୁ ମିଳିଛି ଯେ, ବାସିନ୍ଦା ଏବଂ ଦୋକାନୀମାନେ ସହରର ଅଟ୍ଟାଳିକା ଛାଡ଼ି ଚାଲିଯାଉଛନ୍ତି। ଜଣେ ୪୫ ବର୍ଷୀୟ ହେରାଟ ବାସିନ୍ଦା ବଶିର ଅହମ୍ମଦ କହିଛନ୍ତି, ଆମେ ଅଫିସରେ ଥିବା ବେଳେ ଏହା ଥରିଥିଲା। ଏହା ପରେ ସମ୍ପୂର୍ଣ୍ଣ କୋଠା ଥରିଥିଲା। ଏବଂ ହଠାତ୍‌ କୋଠା ଥରିବାକୁ ଲାଗିଲା।

ସେ କହିଛନ୍ତି,‘ମୁଁ ମୋ ପରିବାର ସହିତ ଯୋଗାଯୋଗ କରିପାରୁନାହିଁ। ନେଟଓ୍ବାର୍କ ସଂଯୋଗ ବିଚ୍ଛିନ୍ନ ହୋଇଛି। ମୁଁ ବହୁତ ଚିନ୍ତିତ ଏବଂ ଭୟଭୀତ, ଏହା ବହୁତ ଭୟଙ୍କର ଥିଲା ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?