ଘୁଞ୍ଚିଲା ଆଲିଆଙ୍କ ଆକ୍ସନ ଫିଲ୍ମ ‘ଆଲ୍ଫା’ ରିଲିଜ ତାରିଖ

ମୁମ୍ବାଇ: ବଲିଉଡର ବହୁ ପ୍ରତୀକ୍ଷିତ ଆକ୍ସନ ଫିଲ୍ମ ‘ଆଲ୍ଫା’ର ରିଲିଜ ତାରିଖ ଘୁଞ୍ଚାଇ ଦିଆଯାଇଛି। ପୂର୍ବରୁ ଏହି ଫିଲ୍ମ ଖ୍ରୀଷ୍ଟମାସ ସମୟରେ ପରଦାକୁ ଆସିବାର ଥିଲା, କିନ୍ତୁ ଆସନ୍ତାବର୍ଷ ୧୭ ଏପ୍ରିଲରେ ସିନେମା ହଲ୍‌ରେ ମୁକ୍ତିଲାଭ କରିବ। ୟଶରାଜ ଫିଲ୍ମସ୍‌ (ଓ୍ବାଇଆର୍‌ଏଫ୍‌)ର ‘ସ୍ପାଇ ୟୁନିଭର୍ସ’ର ଏହି ପ୍ରଥମ ମହିଳା-ପ୍ରଧାନ ଫିଲ୍ମରେ ଆଲିଆ ଭଟ୍ଟ ଏବଂ ଶର୍ବରୀ ୱାଘଙ୍କୁ ଦମଦାର୍‌ ଆକ୍ସନ ଅବତାରରେ ଦେଖିବାକୁ ମିଳିବ। ଏହି ଫିଲ୍ମକୁ ନେଇ ଦର୍ଶକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଥିବାବେଳେ, ମେକର୍ସମାନେ ଏହାର ରିଲିଜ ତାରିଖ ବଦଳାଇ ଦେଇଛନ୍ତି।
ଫିଲ୍ମସ ମୁଖପାତ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଫିଲ୍ମର ବଡ଼ ଆକାର ଏବଂ ଆକ୍ସନ ସିନ୍‌ଗୁଡ଼ିକର ବିଶାଳ ଭିଜୁଆଲ ଇଫେକ୍ଟସ (ଭିଏଫଏକ୍ସ) କାମ ଶେଷହେବାକୁ ଅଧିକ ସମୟ ଲାଗୁଛି।
ସମସ୍ତ ଭିଏଫଏକ୍ସ କାର୍ଯ୍ୟ ଡିସେମ୍ବର ସୁଦ୍ଧା ସାରିବା ସମ୍ଭବ ହେବ ନାହିଁ ବୋଲି ଟିମ୍‌ ଅନୁଭବ କରିବା ପରେ ତାରିଖ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନିଆଯାଇଛି। ମେକର୍ସମାନେ ଚଳଚ୍ଚିତ୍ରର ଗୁଣବତ୍ତା ସହିତ କୌଣସି ପ୍ରକାର ସାଲିସ କରିବାକୁ ଚାହୁଁନାହାଁନ୍ତି।
ଫିଲ୍ମରେ ଆଲିଆ ଏବଂ ଶର୍ବରୀ ୱାଘଙ୍କ ବ୍ୟତୀତ ବବି ଦେଓଲ ଭିଲେନ ଭୂମିକାରେ ନଜର ଆସିବେ। ଆଲିଆ ଏବଂ ଶର୍ବରୀଙ୍କ ସହିତ ବବିଙ୍କ ଟକ୍କର ଏହି ପ୍ରୋଜେକ୍ଟର ମୁଖ୍ୟ ଆକର୍ଷଣ ହେବ ବୋଲି କୁହାଯାଉଛି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri