ଆଫଗାନିସ୍ତାନରେ ଭୂକମ୍ପ: ୨୦ ମୃତ, ୫୩୪ ଆହତ

କାବୁଲ,୪ା୧୧: ଆଫଗାନିସ୍ତାନର ଉତ୍ତର ଭାଗରେ ରବିବାର ବିଳମ୍ବିତ ରାତିରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇ ଅନୂ୍ୟନ ୨୦ ଜଣଙ୍କ ମୃତ୍ୟୁ ଘଟିବା ସହ ୫୩୪ ଆହତ ହୋଇଛନ୍ତି। ଭଗ୍ନାବଶେଷ ତଳୁ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ମୃତାହତଙ୍କ ସଂଖ୍ୟ ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ଭୂକମ୍ପର ତୀବ୍ରତା ୬.୩ ରହିଥିଲା। ଆମେରିକା ଭୂତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥାର ସୂଚନା ଅନୁଯାୟୀ ଭୂକମ୍ପର କେନ୍ଦ୍ରସ୍ଥଳ ଖୁଲମ୍‌ ସହରଠାରୁ ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗରେ ୨୨ କି.ମି. ଦୂରରେ ଅବସ୍ଥିତ। ସମସ୍ତ ମୃତଦେହ ଏବଂ ଆହତଙ୍କୁ ବଲ୍‌ଖ ଏବଂ ସମାଙ୍ଗନ ପ୍ରଦେଶର ବିଭିନ୍ନ ହସ୍ପିଟାଲକୁ ନିଆଯାଇଛି।
ଭୂକମ୍ପରେ ବଦଖଶାଁ ପ୍ରଦେଶର ଶହର-ଇ-ବୋଜୋର୍ଗ ଜିଲା ଅନ୍ତର୍ଗତ ଗୋଟିଏ ଗାଁରେ ୮୦୦ ଘର ସମ୍ପୂର୍ଣ୍ଣ କିମ୍ବା ଆଂଶିକ କ୍ଷତିଗ୍ରସ୍ତ ହୋଇଛି। ତେବେ ଗ୍ରାମାଞ୍ଚଳରେ ଇଣ୍ଟରନେଟ୍‌ ସେବା ନ ଥିବାରୁ ପ୍ରକୃତ ମୃତାହତଙ୍କ ସଂଖ୍ୟା ଜଣାପଡ଼ି ନ ଥିବା ପ୍ରାଦେଶିକ ପୋଲିସ ମୁଖ୍ୟାଳୟ ତରଫରୁ କୁହାଯାଇଛି। ସର୍ବାଧିକ କ୍ଷତିଗ୍ରସ୍ତ ବଲ୍‌ଖ ଏବଂ ସମାଙ୍ଗନରେ ଉଦ୍ଧାରକାରୀ ଓ ଜରୁରୀ ସେବା ପ୍ରଦାନକାରୀ ଟିମ୍‌ ପହଞ୍ଚତ୍ ଉଦ୍ଧାର ଓ ଅହତମାନଙ୍କୁ ହସ୍ପିଟାଲରେ ପହଞ୍ଚାଇବା କାର୍ଯ୍ୟରେ ଲାଗିଥିବା କାବୁଲସ୍ଥିତ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଉତ୍ତର ଭାଗରେ ଥିବା ବଲ୍‌ଖ ପ୍ରଦେଶ ରାଜଧାନୀ ମାଜାର-ଇ-ଶରିଫ୍‌ରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ସେଠାରେ ଥିବା ଐତିହାସିକ ବ୍ଲ୍ୟୁ ମସ୍‌ଜିଦ କ୍ଷତିଗ୍ରସ୍ତ ହେଇଥିବା ସୋସିଆଲ ମିଡିଆରେ ପ୍ରସାରିତ ଫଟୋରୁ ଜଣାପଡ଼ିଛି। ରାଜଧାନୀ କାବୁଲ ସମେତ ଅନ୍ୟ କେତେକ ପ୍ରଦେଶରେ ମଧ୍ୟ କମ୍ପନ ଅନୁଭୂତ ହୋଇଛି। ପଥର ଖସି ପାର୍ବତ୍ୟାଞ୍ଚଳର ମୁଖ୍ୟ ରାସ୍ତା ଅବରୋଧ ହେଇଥିଲାବେଳେ ପରେ ତାହାକୁ ଖୋଲାଯାଇଛି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri