ଆଫଗାନିସ୍ତାନରେ ଭୂକମ୍ପ: ୨୦ ମୃତ, ୫୩୪ ଆହତ

କାବୁଲ,୪ା୧୧: ଆଫଗାନିସ୍ତାନର ଉତ୍ତର ଭାଗରେ ରବିବାର ବିଳମ୍ବିତ ରାତିରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇ ଅନୂ୍ୟନ ୨୦ ଜଣଙ୍କ ମୃତ୍ୟୁ ଘଟିବା ସହ ୫୩୪ ଆହତ ହୋଇଛନ୍ତି। ଭଗ୍ନାବଶେଷ ତଳୁ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ମୃତାହତଙ୍କ ସଂଖ୍ୟ ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ଭୂକମ୍ପର ତୀବ୍ରତା ୬.୩ ରହିଥିଲା। ଆମେରିକା ଭୂତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥାର ସୂଚନା ଅନୁଯାୟୀ ଭୂକମ୍ପର କେନ୍ଦ୍ରସ୍ଥଳ ଖୁଲମ୍‌ ସହରଠାରୁ ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗରେ ୨୨ କି.ମି. ଦୂରରେ ଅବସ୍ଥିତ। ସମସ୍ତ ମୃତଦେହ ଏବଂ ଆହତଙ୍କୁ ବଲ୍‌ଖ ଏବଂ ସମାଙ୍ଗନ ପ୍ରଦେଶର ବିଭିନ୍ନ ହସ୍ପିଟାଲକୁ ନିଆଯାଇଛି।
ଭୂକମ୍ପରେ ବଦଖଶାଁ ପ୍ରଦେଶର ଶହର-ଇ-ବୋଜୋର୍ଗ ଜିଲା ଅନ୍ତର୍ଗତ ଗୋଟିଏ ଗାଁରେ ୮୦୦ ଘର ସମ୍ପୂର୍ଣ୍ଣ କିମ୍ବା ଆଂଶିକ କ୍ଷତିଗ୍ରସ୍ତ ହୋଇଛି। ତେବେ ଗ୍ରାମାଞ୍ଚଳରେ ଇଣ୍ଟରନେଟ୍‌ ସେବା ନ ଥିବାରୁ ପ୍ରକୃତ ମୃତାହତଙ୍କ ସଂଖ୍ୟା ଜଣାପଡ଼ି ନ ଥିବା ପ୍ରାଦେଶିକ ପୋଲିସ ମୁଖ୍ୟାଳୟ ତରଫରୁ କୁହାଯାଇଛି। ସର୍ବାଧିକ କ୍ଷତିଗ୍ରସ୍ତ ବଲ୍‌ଖ ଏବଂ ସମାଙ୍ଗନରେ ଉଦ୍ଧାରକାରୀ ଓ ଜରୁରୀ ସେବା ପ୍ରଦାନକାରୀ ଟିମ୍‌ ପହଞ୍ଚତ୍ ଉଦ୍ଧାର ଓ ଅହତମାନଙ୍କୁ ହସ୍ପିଟାଲରେ ପହଞ୍ଚାଇବା କାର୍ଯ୍ୟରେ ଲାଗିଥିବା କାବୁଲସ୍ଥିତ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଉତ୍ତର ଭାଗରେ ଥିବା ବଲ୍‌ଖ ପ୍ରଦେଶ ରାଜଧାନୀ ମାଜାର-ଇ-ଶରିଫ୍‌ରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ସେଠାରେ ଥିବା ଐତିହାସିକ ବ୍ଲ୍ୟୁ ମସ୍‌ଜିଦ କ୍ଷତିଗ୍ରସ୍ତ ହେଇଥିବା ସୋସିଆଲ ମିଡିଆରେ ପ୍ରସାରିତ ଫଟୋରୁ ଜଣାପଡ଼ିଛି। ରାଜଧାନୀ କାବୁଲ ସମେତ ଅନ୍ୟ କେତେକ ପ୍ରଦେଶରେ ମଧ୍ୟ କମ୍ପନ ଅନୁଭୂତ ହୋଇଛି। ପଥର ଖସି ପାର୍ବତ୍ୟାଞ୍ଚଳର ମୁଖ୍ୟ ରାସ୍ତା ଅବରୋଧ ହେଇଥିଲାବେଳେ ପରେ ତାହାକୁ ଖୋଲାଯାଇଛି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ବାୟୁ ପ୍ରଦୂଷଣରେ ଦିଲ୍ଲୀବାସୀ ଅତିଷ୍ଠ: କାର୍ଯ୍ୟାନୁଷ୍ଠାନ ଦାବିରେ ବାହାରିଲା ରାଲି

ନୂଆଦିଲ୍ଲୀ,୯ା୧୧: ଦିଲ୍ଲୀ ବାୟୁ ପ୍ରଦୂଷଣ କ୍ରମଶଃ ଉତ୍କଟ ହୋଇ ଶନିବାର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୦୦ ଅତିକ୍ରମ କରିଥିଲା। ଦିଲ୍ଲୀ ରେଡ୍‌ ଜୋନ୍‌ରେ ପ୍ରବେଶ...

ଛାଡ଼ଖାଇରେ କରୁଥିଲେ ଛେଳି ଚୋରି : ନିର୍ଧୁମ ଛେଚିଲେ ଗ୍ରାମବାସୀ

ଆନନ୍ଦପୁର,୯ା୧୧(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଚକ୍ରତୀର୍ଥ ନିକଟରୁ ଏକ ଛେଳିକୁ ବାଇକରେ ନେଇଯାଉଥିବା ବେଳେ ଗ୍ରାମବାସୀ ୨ ଜଣକୁ କାବୁ...

୩ ସନ୍ତାନ ପ୍ରସବ କଲେ ମହିଳା

ମୋହନା,୯ା୧୦(ମନ୍ମଥ ମିଶ୍ର ): ଗଜପତି ଜ଼ିଲା ମୋହନା ବ୍ଲକ ଖାରିଗୁଡା ପଞ୍ଚାୟତ ଅନ୍ତର୍ଗତ ବନ୍ଦ୍ରିରି ଗାଁର ଜଣେ ମହିଳା ରବିବାର ୩ଟି ସନ୍ତାନ ପ୍ରସବ କରିଛନ୍ତି...

କାହିଁକି ସରୁନି ପ୍ରକଳ୍ପ ପଚାରି ବୁଝିଲେ ସଚିବ

ଗଞ୍ଜାମ,୯ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ମଲାଡ଼ରେ ଥିବା ମେଗା ପାନୀୟ ଜଳ ପ୍ରକଳ୍ପକୁ ପଞ୍ଚାୟତରାଜ ବିଭାଗ ସଚିବ ତଥା କମିଶନର ଗିରିଶ ଏସ୍‌.ଏନ୍‌ ପରିଦର୍ଶନ...

ନୂଆପଡ଼ା ଉପନିର୍ବାଚନ: ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ନୂଆପଡ଼ା,୯।୧୧: ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏନେଇ ରବିବାର ଅପରାହ୍ନ ୪ଟାରୁ ନୂଆପଡ଼ାରେ ନୀରବ ଅବଧି ଆରମ୍ଭ ହୋଇଯାଇଛି। ଏପରିକି...

ନୂଆପଡ଼ା ଉପନିର୍ବାଚନକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୯।୧୧: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌. ଗୋପାଳନ ରବିବାର ନୂଆପଡ଼ା ଉପନିର୍ବାଚନକୁ ନେଇ ବଡ଼ ସୂଚନା ଦେଇଛନ୍ତି। ନୂଆପଡ଼ାରେ ଅପରାହ୍ନ ୪ରୁ ନୀରବ ଅବଧି...

କଳାହାଣ୍ଡି ବୁଲିବେ ୧୨ ଜଣିଆ ଅଧିକାରୀ

କେସିଙ୍ଗା,୯ା୧୧(ତୁମେଶ୍ୱର ସାହୁ): ଦିଲ୍ଲୀରୁ ୧୨ ଜଣିଆ ପ୍ରଶାସନିକ ଅଧିକାରୀଙ୍କୁ କେସିଙ୍ଗା ରେଲୱେ ଷ୍ଟେସନରେ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରାଯାଇଥିଲା। ସେହି...

‘ପାକିସ୍ତାନ କେବେ ଶାନ୍ତି ଚାହୁଁନାହିଁ’, ବଡ଼ କଥା କହିଦେଲେ ମୋହନ ଭାଗବତ

ନୂଆଦିଲ୍ଲୀ,୯।୧୧: ଭାରତ-ପାକିସ୍ତାନ ସମ୍ପର୍କରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆରଏସଏସ ମୁଖ୍ୟ ମୋହନ ଭାଗବତ ପାକିସ୍ତାନର ମନୋଭାବ ସମ୍ପର୍କରେ ଏକ କଡ଼ା ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri