Posted inଜାତୀୟ

ରାଜଧାନୀରେ ଭୂକମ୍ପ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ରହିଛି…

ନୂଆଦିଲ୍ଲୀ,୧୭ା୨: ରାଜଧାନୀ ଦିଲ୍ଲୀର ଏନ୍‌ସିଆର୍‌ ସମତେ ଉତ୍ତର ଭାରତରେ ସୋମବାର ସକାଳ ୫.୩୬ ମିନିଟ୍‌ରେ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ କେନ୍ଦ୍ର ସୂଚନା ଅନୁଯାୟୀ, ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୪.୦ ଥିଲା। ପ୍ରାରମ୍ଭିକ ସୂଚନା ଅନୁଯାୟୀ,ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଧୌଲାକୁଆଁ ନିକଟସ୍ଥ ଲେକ୍‌ ପାର୍କ ପାଖରେ ହୋଇଥିଲା।

ଭୂକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ, କୋଠାଗୁଡ଼ିକ ଥରି ଉଠିଲା ଏବଂ ଲୋକମାନେ ଘରୁ ବାହାରକୁ ବାହାରି ଆସିଲେ। ଗଛ ଉପରେ ବସିଥିବା ପକ୍ଷୀମାନେ ମଧ୍ୟ ଜୋରରେ ଶବ୍ଦ କରି ଏଠାକୁ ସେଠାକୁ ଉଡ଼ିବାକୁ ଲାଗିଲେ। ଏହାର କେନ୍ଦ୍ରସ୍ଥଳ ନୂଆଦିଲ୍ଲୀରେ ଭୂମିଠାରୁ ପାଞ୍ଚ କିଲୋମିଟର ତଳେ ଥିଲା। ଏହା ୨୮.୫୯ ଡିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୭୭.୧୬ ଡିଗ୍ରୀ ପୂର୍ବ ଦ୍ରାଘିମାରେ ଥିଲା। କମ ଗଭୀରତା ଏବଂ କେନ୍ଦ୍ର ଦିଲ୍ଲୀରେ ଥିବାରୁ, ଏହାର ପ୍ରଭାବ ଦିଲ୍ଲୀ-ଏନସିଆରରେ ଅଧିକ ଅନୁଭୂତ ହୋଇଥିଲା।

ଦିଲ୍ଲୀ-ଏନସିଆର ସହିତ, ଉତ୍ତରପ୍ରଦେଶର ମୁରାଦାବାଦ, ସହାରନପୁର, ଅଲୱର, ମଥୁରା ଏବଂ ଆଗ୍ରାରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଥିଲା। ହରିୟାଣାର କୁରୁକ୍ଷେତ୍ର, ହିସାର, କୈଥଲରେ ଭୂକମ୍ପ ଅନୁଭୂତ ହୋଇଥିଲା। ଏପର୍ଯ୍ୟନ୍ତ ଏଥିରୁ କୌଣସି ପ୍ରକାରର କ୍ଷତିର ଖବର ଆସିନାହିଁ।

ଅନ୍ୟପକ୍ଷରେ, ପରେ ଦିଲ୍ଲୀ ପୋଲିସ ଏକ ଜରୁରୀକାଳୀନ ହେଲ୍ପଲାଇନ୍ ନମ୍ବର ଜାରି କରିଛି। ଦିଲ୍ଲୀ ପୋଲିସ ଇନଷ୍ଟାଗ୍ରାମରେ ପୋଷ୍ଟ କରି କହିଛି, “ଆଶା କରୁଛି ଆପଣମାନେ ସମସ୍ତେ ସୁରକ୍ଷିତ ଅଛନ୍ତି।” ଯେକୌଣସି ଜରୁରୀକାଳୀନ ସହାୟତା ପାଇଁ ୧୧୨ ଡାଏଲ୍ କରି ଆମ ସହିତ ଯୋଗାଯୋଗ କରନ୍ତୁ।”

ଭୂକମ୍ପ ସମ୍ପର୍କରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ ଟ୍ୱିଟରରେ ପୋଷ୍ଟ କରି କହିଛନ୍ତି, “ମୁଁ ସମସ୍ତଙ୍କ ସୁରକ୍ଷା ପାଇଁ ପ୍ରାର୍ଥନା କରୁଛି।” ଆପ ନେତା ଆତିଶୀ ମଧ୍ୟ ପୋଷ୍ଟ କରିଛନ୍ତି, “ଦିଲ୍ଲୀରେ ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ମୁଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ସମସ୍ତେ ସୁରକ୍ଷିତ ରୁହନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri