Posted inଜାତୀୟ

ଆଫଗାନିସ୍ତାନରେ ୫.୮ ତୀବ୍ରତାର ଭୂକମ୍ପର ପ୍ରଭାବ, ଥରିଲା ଦିଲ୍ଲୀ, ଜମ୍ମୁ-କଶ୍ମୀର; ଭୟରେ…

ନୂଆଦିଲ୍ଲୀ,୧୯।୪: ଆଫଗାନିସ୍ତାନରେ ଶନିବାର ଅପରାହ୍ନ ୧୨ଟା ୧୭ ମିନିଟ୍‌ ସମୟରେ ୫.୮ ତୀବ୍ରତାର ଭୂକମ୍ପ ହୋଇଛି। ଏହାର ପ୍ରଭାବରେ ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ, ଜମ୍ମୁ-କଶ୍ମୀର ସମେତ ଉତ୍ତରଭାରତର ଅଧିକାଂଶ ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଛି। ତେବେ ଏଥିରେ କେହି ମୃତାହତ ହୋଇଥିବାର ଖବର ମିଳିନାହିଁ। ଏଥିରେ ଭୟଭୀତ ହୋଇ ଲୋକେ ନିଜ ଅଫିସ ଏବଂ ଘରୁ ବାହାରକୁ ଦୌଡ଼ି ଆସୁଥିବା ଦେଖାଯାଇଥିଲା।

ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ୩୬.୧୦ ଡିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୭୧.୨୦ ଡିଗ୍ରୀ ପୂର୍ବ ଦ୍ରାଘିମା ମଧ୍ୟରେ ଏବଂ ୧୩୦ କିଲୋମିଟର ଗଭୀରରେ ବୋଲି ଜଣାପଡ଼ିଛି।

ପାକିସ୍ତାନରେ ପୂର୍ବାହ୍ନ ୧୧ଟା ୪୭ରେ ସଂଘଟିତ ଅନ୍ୟ ଏକ ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନ-ତାଜିକିସ୍ତାନ ସୀମାନ୍ତ ଅଞ୍ଚଳର ୯୪ କିଲୋମିଟର ଗଭୀରରେ ବୋଲି ନ୍ୟାଶନାଲ ସିସ୍‌ମିକ୍‌ ମନିଟରିଂ ସେଣ୍ଟର ପକ୍ଷରୁ କୁହାଯାଇଛି। ପାକିସ୍ତାନର ଇସ୍‌ଲାମାବାଦ, ଲାହୋର, ପେଶାଓ୍ବର,ରାଓ୍ବଲପିଣ୍ଡି ଏବଂ ଖାଇବର ପଖ୍‌ତୁନ୍‌ଖ୍ବାର ବିଭିନ୍ନ ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri