ରାଜ୍ୟର ୪ ଜିଲାରେ ଭୂମିକମ୍ପ ଝଟ୍‌କା, ଭୟରେ ଘରୁ ବାହାରି ଆସିଲେ ଲୋକେ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ରାଜ୍ୟର ୪ ଜିଲାରେ ଶୁକ୍ରବାର ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ପୂର୍ବାହ୍ନ ୧୧ଟା ୧୯ରେ କିଛି ସମୟ ପାଇଁ ଗଞ୍ଜାମ, ନୟାଗଡ଼, ଫୁଲବାଣୀ ଓ ବୌଦ୍ଧ ଜିଲାରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି ା ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୩.୫ ରହିଥିବା କୁହାଯାଇଛି। ଭୂମିକମ୍ପ ଅନୁଭୂତ ହେବା ସମୟରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ।