ଥରିଲା ଜାପାନ

ଟୋକିଓ,୧୯ା୬: ଜାପାନର ଇଶିକାଓ୍ବା ପ୍ରାନ୍ତ ନୋଟୋ ଅଞ୍ଚଳରେ ଭୟଙ୍କର ଭୂକମ୍ପ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହା ତୀବ୍ରତା ୫.୪ ଥିଲା। ଭୂକମ୍ପ ପ୍ରଭାବରେ ସୁନାମୀ ଆସିବାର ଆଶଙ୍କା ସୃଷ୍ଟି ହୋଇଛି। ଏନେଇ ପ୍ରଶାସନ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ତେବେ ଆଜି ଅପରାହ୍ନରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା।

ସୁଜୁ ସିଟିରେ ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬ରୁ ୭ ଥିଲା। ସେହିପରି ଓ୍ବାଜିମା ସହରରେ ଏହାର ତୀବ୍ରତା ୪ ଥିଲା। ଜାପାନ ପାଣିପାଗ ବିଭାଗ କହିଛି, ଏହି ଭୂକମ୍ପ ପ୍ରାୟ ୧୦ କିଲୋମିଟର ପର୍ଯ୍ୟନ୍ତ ହୋଇଥିଲା।

କ୍ଷୟକ୍ଷତିର ପରିମାଣ ତୁରନ୍ତ ଆକଳନ କରି ଜନସାଧାରଣଙ୍କୁ ସଠିକ୍‌ ସୂଚନା ପ୍ରଦାନ କରିବା ଏବଂ ବିପର୍ଯ୍ୟୟକୁ ନେଇ ଜରୁରିକାଳୀନ ପଦକ୍ଷେପ ନେବା ପାଇଁ ପ୍ରଧାନମନ୍ତ୍ରୀ ଫୁମିଓ କିଶିଡା କହିଛନ୍ତି।

ସେ କହିଛନ୍ତି, ମୁଁ ଟାସ୍କଫୋର୍ସର ସଦସ୍ୟମାନଙ୍କୁ ନିର୍ଦ୍ଦେଶ ଦେଇଛି। ଏପର୍ଯ୍ୟନ୍ତ କୌଣସି ବଡ଼ କ୍ଷୟକ୍ଷତି ହୋଇନାହିଁ। ଶିକା ଆଣବିକ ବିଦ୍ୟୁତ୍‌ ଉତ୍ପାଦନ କେନ୍ଦ୍ର ତଥା ନିକଟସ୍ଥ ଆଣବିକ ବିଦ୍ୟୁତ୍‌ ଉତ୍ପାଦନ କେନ୍ଦ୍ରରେ କ୍ଷୟକ୍ଷତି ସମ୍ପର୍କରେ କୌଣସି ଖବର ଆସି ନାହିଁ। ତେବେ ଆମେ ଅତି ସତର୍କତାର ସହ ସମସ୍ତ ପଦକ୍ଷେପ ଗ୍ରହଣ କରିବା ଜାରି ରଖିବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri