ଥରିଲା ନେପାଳ: ୧ଘଣ୍ଟାରେ ୪ଥର ଭୂକମ୍ପ ଝଟ୍‌କା, ଭୁଶୁଡି ପଡିଲା ଅନେକ ଘର, ସ୍କୁଲ କୋଠା

କାଠମାଣ୍ଡୁ,୩।୧୦: ନେପାଳରେ ଅପରାହ୍ନରେ ୬.୩ ତୀବ୍ରତାର ଭୂମିକମ୍ପ ହୋଇଛି। ମଙ୍ଗଳବାର ଗୋଟିଏ ଘଣ୍ଟା ଭିତରେ ୪ଥର ଭୂକମ୍ପ ଝଟ୍‌କା ଲାଗିଛି। ନେପାଳରେ ଘଟିଥିବା ଭୂମିକମ୍ପ ଯୋଗୁଁ ଚେନପୁର ଅଞ୍ଚଳରେ ଅନେକ ଘର ଭୁଶୁଡ଼ି ପଡ଼ିଛି। ଭୂସ୍ଖଳନ ହେତୁ ବଜହାଙ୍ଗ ଅଞ୍ଚଳ ତଥା ଏହାର ଆଖପାଖରେ ଅନେକ ରାସ୍ତା ଅବରୋଧ ହୋଇଯାଇଛି। କେତେକ ସ୍ଥାନରେ ଗାଈଗୋରୁ ମରିବାର ଖବର ମଧ୍ୟ ରହିଛି। ଭୂମିକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ ଏହାର କମ୍ପନ ଦିଲ୍ଲୀ ଏନସିଆର ସମେତ ସମଗ୍ର ଉତ୍ତର ଭାରତରେ ଅନୁଭୂତ ହୋଇଥିଲା। ଭୂମିକମ୍ପର କେନ୍ଦ୍ରସ୍ଥଳ ବଜହାଙ୍ଗ ଅଞ୍ଚଳର ଚେନପୁରରେ ଥିଲା।

ପ୍ରଥମ ଭୂକମ୍ପର ତୀବ୍ରତା କମ ଥିଲା, କିନ୍ତୁ ଦ୍ୱିତୀୟ ଭୂକମ୍ପ ଏତେ ଭୟଙ୍କର ଥିଲା ଯେ ସ୍କୁଲ କୋଠା, ୱାର୍ଡ ଅଫିସ କୋଠା ଏବଂ ଅନେକ ଘରର କାନ୍ଥରେ ଫାଟ ସୃଷ୍ଟି ହୋଇଛି, କିଛି ଘର ଭୁଶୁଡି ପଡିଛି। ଭୂସ୍ଖଳନରେ ପଥର ଖସିଯିବା କାରଣରୁ କିଛି ଗୋରୁଙ୍କର ମୃତ୍ୟୁ ହୋଇଛି। କେତେକ ଅଞ୍ଚଳରୁ ଘର ଭୁଶୁଡି ପଡିଥିବାର ଖବର ମଧ୍ୟ ରହିଛି। ବର୍ତ୍ତମାନ ସୁଦ୍ଧା ୨ଜଣ ଗୁରୁତର ଆହତ ହୋଇଥିବା ଖବର ରହିଛି। କିନ୍ତୁ ରିଲିଫ ଓ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ନେପାଳରେ ହୋଇଥିବା ଭୂକମ୍ପରେ ହୋଇଥିବା କ୍ଷୟକ୍ଷତିର ଆକଳନ କରାଯାଉଛି ବୋଲି ବଜହାଙ୍ଗ ମୁଖ୍ୟ ଜିଲା ଅଧିକାରୀ ନାରାୟଣ ପାଣ୍ଡେ କହିଛନ୍ତି। ସେ କହିଛନ୍ତି, ଭୂମିକମ୍ପ ଯୋଗୁଁ ଏପର୍ଯ୍ୟନ୍ତ ାକଣସି ମାନବ କ୍ଷୟକ୍ଷତି ସମ୍ପର୍କରେ ସୂଚନା ନାହିଁ, ତଥାପି ତଦନ୍ତ ଜାରି ରହିଛି। ବର୍ତ୍ତମାନ ଭୂମିକମ୍ପରେ ନେପାଳର କେଉଁ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଛି ଏବଂ କେତେ ପରିମାଣରେ ତାହା ଜାଣିବା ପାଇଁ ଉଦ୍ୟମ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?