ଆର୍ଜେଣ୍ଟିନା-ଚିଲିରେ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୬.୫, ୬.୩

ବୁଇନସ ଏରିସ/ସାଣ୍ଟିଆଗୋ,୨୩ ।୩: ଆର୍ଜେଣ୍ଟିନାରେ ବୁଧବାର ଏକ ଭୂକମ୍ପ ଅନୁଭୂତ ହୋଇଛି । ୟୁଏସ ଜିଓଲଜିକାଲ ସର୍ଭେ(ୟୁଏସଜିଏସ) ଭୂକମ୍ପ ସମ୍ପର୍କରେ ସୂଚନା ଦେଇଛି । ୟୁଏସ ଜିଓଲଜିକାଲ ସର୍ଭେ ଆର୍ଜେଣ୍ଟିନାର ସ୍ୟାନ ଆଣ୍ଟୋନିୟୋ ଡି ଲସ କୋବରେସର ଉତ୍ତର-ଉତ୍ତର ପଶ୍ଚିମରୁ ୮୪ କିଲୋମିଟର ଦୂରରେ ୬.୫ ତୀବ୍ରତାର ଭୂକମ୍ପ ସୂଚନା ଦେଇଛି । ଏବେ ପର୍ଯ୍ୟନ୍ତ ଏହି ଭୂକମ୍ପରେ କୌଣସି ପ୍ରକାର କ୍ଷୟକ୍ଷତିର ସୂଚନା ଦେଇନାହିଁ ୟୁଏସଜିଏସ । ସ୍ୟାନ ଆଣ୍ଟୋନିୟୋ ଡି ଲସ କୋବରେସ ଉତ୍ତର-ପଶ୍ଚିମ ଆର୍ଜେଣ୍ଟିନାର ଏକ ଛୋଟ ସହର ।
ଅନ୍ୟପଟେ ଚିଲିର ଇକ୍ୱିକରେ ବି ବୁଧବାର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୩ ରେକର୍ଡ କରାଯାଇଛି । ଭୂକମ୍ପର କେନ୍ଦ୍ର ଚିଲିର ଇକ୍ୱିକରୁ ୫୧୯ କିଲୋମିଟର ଦକ୍ଷଣ ପୂର୍ବରେ ଥିଲା । ନ୍ୟାଶନାଲ ସେଣ୍ଟର ଫର ସିସ୍ମୋଲୋଜି(ଏନସିଏସ) ଏହି ସୂଚନା ଦେଇଛି । ଇକ୍ୱିକ ଉତ୍ତର ଚିଲିରେ ଅଟାକାମା ମରୁଭୂମିର ପଶ୍ଚିମରେ ଥିବା ଏକ ଉପକୂଳ ସହର । ଏଥିରେ ବି କୌଣସି ପ୍ରକାରର କ୍ଷୟକ୍ଷତିର ସୂଚନା ମିଳିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri