Posted inଜାତୀୟ

ଓ୍ବାର୍ଲଡ କପ ମଧ୍ୟରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ,୧୯।୧୧: ଗୋଟିଏ ପଟେ ଟିମ ଇଣ୍ଡିଆ ଏବଂ ଅଷ୍ଟ୍ରେଲିଆ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ବିଶ୍ୱକପର ଅନ୍ତିମ ମ୍ୟାଚ ଖେଳୁଛନ୍ତି। ଅନ୍ୟ ପଟେ ଦେଶର ଏକ ଅଂଶରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ରବିବାର ସା ପ୍ରାୟ ୬ଟା ୩୦ ସମୟରେ ଆଣ୍ଡାମାନ ସାଗରରେ ଭୂକମ୍ପ ଅନୁଭୂତ ହୋଇଥିଲା। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଏ ବିଷୟରେ ସୂଚନା ଦେଇଛି। ଏହି ଭୂକମ୍ପ ସମ୍ପର୍କରେ ସୂଚନା ଦେଇ ଏନସିଏସ କହିଛି ଯେ ରବିବାର ସାରେ ଆଣ୍ଡାମାନ ସାଗରରେ ଏକ ଭୂକମ୍ପ ଘଟିଛି। ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୪.୫ ମାପ କରାଯାଇଥିଲା। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ଆଣ୍ଡାମାନ ସାଗରରେ ସା ୬ଟା ୩୬ରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା।
ସୂଚନାଯୋଗ୍ୟ, ଗତ କିଛି ମାସ ମଧ୍ୟରେ ଭାରତ ସମେତ ବିଶ୍ୱର ଅନେକ ଦେଶରେ ଭୂକମ୍ପ ଅନୁଭୂତ ହେଉଛି। ଗତ ଶୁକ୍ରବାର ଫିଲିପାଇନ୍ସରେ ଏକ ଭୂକମ୍ପ ହୋଇଥିଲା। ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୮ ଥିଲା। ରବିବାର ସା ସୁଦ୍ଧା ଏହି ଭୂକମ୍ପରେ ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି ପାଇଛି। ଜାତୀୟ ବିପର୍ଯ୍ୟୟ ବିପଦ ହ୍ରାସ ଏବଂ ପରିଚାଳନା ପରିଷଦ ଅନୁଯାୟୀ, ଏହି ଭୂକମ୍ପ ଯୋଗୁଁ ଆହତଙ୍କ ସଂଖ୍ୟା ଏବଂ କେତେ ଜଣଙ୍କର ମୃତ୍ୟୁ ହୋଇଛି ସେ ବିଷୟରେ ସମ୍ପୂର୍ଣ୍ଣ ଭାବେ କୁହାଯାଇପାରିବ ନାହିଁ। ବର୍ତ୍ତମାନ ପ୍ରାଦେଶିକ ଅଧିକାରୀମାନେ ମୃତକଙ୍କ ସଂଖ୍ୟାକୁ ନିରନ୍ତର ଆକଳନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri