Posted inଜାତୀୟ

ଓ୍ବାର୍ଲଡ କପ ମଧ୍ୟରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ,୧୯।୧୧: ଗୋଟିଏ ପଟେ ଟିମ ଇଣ୍ଡିଆ ଏବଂ ଅଷ୍ଟ୍ରେଲିଆ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ବିଶ୍ୱକପର ଅନ୍ତିମ ମ୍ୟାଚ ଖେଳୁଛନ୍ତି। ଅନ୍ୟ ପଟେ ଦେଶର ଏକ ଅଂଶରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ରବିବାର ସା ପ୍ରାୟ ୬ଟା ୩୦ ସମୟରେ ଆଣ୍ଡାମାନ ସାଗରରେ ଭୂକମ୍ପ ଅନୁଭୂତ ହୋଇଥିଲା। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଏ ବିଷୟରେ ସୂଚନା ଦେଇଛି। ଏହି ଭୂକମ୍ପ ସମ୍ପର୍କରେ ସୂଚନା ଦେଇ ଏନସିଏସ କହିଛି ଯେ ରବିବାର ସାରେ ଆଣ୍ଡାମାନ ସାଗରରେ ଏକ ଭୂକମ୍ପ ଘଟିଛି। ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୪.୫ ମାପ କରାଯାଇଥିଲା। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ଆଣ୍ଡାମାନ ସାଗରରେ ସା ୬ଟା ୩୬ରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା।
ସୂଚନାଯୋଗ୍ୟ, ଗତ କିଛି ମାସ ମଧ୍ୟରେ ଭାରତ ସମେତ ବିଶ୍ୱର ଅନେକ ଦେଶରେ ଭୂକମ୍ପ ଅନୁଭୂତ ହେଉଛି। ଗତ ଶୁକ୍ରବାର ଫିଲିପାଇନ୍ସରେ ଏକ ଭୂକମ୍ପ ହୋଇଥିଲା। ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୮ ଥିଲା। ରବିବାର ସା ସୁଦ୍ଧା ଏହି ଭୂକମ୍ପରେ ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି ପାଇଛି। ଜାତୀୟ ବିପର୍ଯ୍ୟୟ ବିପଦ ହ୍ରାସ ଏବଂ ପରିଚାଳନା ପରିଷଦ ଅନୁଯାୟୀ, ଏହି ଭୂକମ୍ପ ଯୋଗୁଁ ଆହତଙ୍କ ସଂଖ୍ୟା ଏବଂ କେତେ ଜଣଙ୍କର ମୃତ୍ୟୁ ହୋଇଛି ସେ ବିଷୟରେ ସମ୍ପୂର୍ଣ୍ଣ ଭାବେ କୁହାଯାଇପାରିବ ନାହିଁ। ବର୍ତ୍ତମାନ ପ୍ରାଦେଶିକ ଅଧିକାରୀମାନେ ମୃତକଙ୍କ ସଂଖ୍ୟାକୁ ନିରନ୍ତର ଆକଳନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri