ଥରିଲା ଆଫଗାନିସ୍ତାନ: ଭାରତ, ପାକିସ୍ତାନରେ ଝଟ୍‌କା

କାବୁଲ/ନୂଆଦିଲ୍ଲୀ,୨୭ା୬: ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଶନିବାର ରାତିରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬.୨ ଥିବା ନ୍ୟାଶନାଲ ସେଣ୍ଟର ଫର୍‌ ସିସ୍ମୋଲୋଜି ପକ୍ଷରୁ କୁହାଯାଇଛି। ରାତି ୭ଟା ୪ ମିନିଟ୍‌ ସମୟରେ ଭୂକମ୍ପ ଅନୁଭୂତ ହୋଇଥିବାବେଳେ ଏହାର କେନ୍ଦ୍ରସ୍ଥଳ ୨୧୫ କି.ମି. ଗଭୀରରେ ବୋଲି ଜଣାପଡ଼ିଛି। ତେବେ ଭୂକମ୍ପଜନିତ ମୃତାହତ ସଂଖ୍ୟା ଏବଂ କ୍ଷୟକ୍ଷତି ପରିମାଣ ଜଣାପଡ଼ିନାହିଁ। ଏହାର ପ୍ରଭାବରେ ପାକିସ୍ତାନ ଏବଂ ଉତ୍ତରପଶ୍ଚିମ ଭାରତରେ ଝଟକା ଅନୁଭୂତ ହୋଇଛି। ଏଥିସହିତ ଚାଇନା, ତାଜିକିସ୍ତାନ, ଉଜ୍‌ବେକିସ୍ତାନ, କିର୍‌ଗିଜସ୍ତାନ ଓ ତୁର୍କମେନିସ୍ତାନରେ ମଧ୍ୟ କମ୍ପନ ଅନୁଭୂତ ହୋଇଥିବା ଜଣାପଡ଼ିଛି।

ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ଉତ୍ତରପୂର୍ବରେ ଥିବା କାଲାଫଗାନଠାରୁ ୮୧ କି.ମି. ଦୂରରେ। ତେବେ କେନ୍ଦ୍ରସ୍ଥଳ ବହୁ ଗଭୀରରେ ହୋଇଥିବାରୁ ଏହାର ପ୍ରଭାବ ବ୍ୟାପକ ଅଞ୍ଚଳରେ ଅନୁଭୂତ ହେଲେ ମଧ୍ୟ କ୍ଷୟକ୍ଷତି ପରିମାଣ ଅପେକ୍ଷାକୃତ କମ୍‌ ହେବା ଆଶା କରାଯାଉଛି।

ଭୂକମ୍ପ ଝଟକା ଦିଲ୍ଲୀ, ଜମ୍ମୁ-କଶ୍ମୀର ସମେତ ଉତ୍ତର ଭାରତର ବିଭିନ୍ନ ରାଜ୍ୟରେ ଅନୁଭୂତ ହୋଇଛି। ଭୟରେ ଲୋକେ ଘରୁ ବାହାରକୁ ପଳାଇ ଆସିଥିଲେ। ଆଫଗାନିସ୍ତାନର କାବୁଲ, ଖୋଷ୍ଟ ଏବଂ ନଙ୍ଗରହାର ପ୍ରଦେଶରେ ସର୍ବଧିକ କମ୍ପନ ଅନୁଭୂତ ହୋଇଥିବାବେଳେ ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦ, ସ୍ବାତ୍‌, ହଙ୍ଗୁ, ଉତ୍ତର ଓ୍ବାଜିରିସ୍ତାନ, ଚିତ୍ରାଲ ଓ ରାଓ୍ବଲପିଣ୍ଡିରେ ଝଟକା ଅନୁଭବ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ୍‌ ଲିକ୍‌: ଆଖି ବୁଜିଲେ ଆଉ ଜଣେ ଜୁଆଙ୍ଗ ଯୁବତୀ

ଭୁବନେଶ୍ୱର,୨୭।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ ଘଟଣାରେ ଶନିବାର ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ମନ୍ଦିରରୁ ଦର୍ଶନ ସାରି ଫେରିବାବେଳେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଇ ଅଟୋ…

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟ ନୂଆ ଜଲମରା ବ୍ରିଜ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ସ୍କୁଟି (ନଂ. ଓଡ଼ି୩୨ ଏମ…

ଧାନକିଣାରେ ମନ୍ଥର, ଜୁନ ଶେଷ, ଉଠିନି ମେ’ ମାସର ଧାନ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ମେ ୨୦ରୁ ରବି ଧାନ ମଣ୍ଡି ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଉକ୍ତ ମାସର ଧାନ ଉଠିପାରିନାହିଁ। ଫଳରେ ଗତ ମାସେ…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା…

ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ସହଯୋଗ କାମନା

ଭଞ୍ଜନଗର,୨୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ବିକାଶ ପରିଷଦ ଭଞ୍ଜନଗର ଶାଖାର ୪ର୍ଥ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଏକତରଫା ପ୍ରେମ ପାଇଁ ଯୁବତୀଙ୍କୁ ଜାଳିଥିଲେ, ଏବେ…

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରେ ଘଟିଥିବା ଅଭାବନୀୟ ଘଟଣାର ଚିତ୍ର ସାମ୍ନାକୁ ଆସିଛି। ଏକତରଫା ପ୍ରେମରୁ ଯୁବକ ଜଣକ ଯୁବତୀଙ୍କ…

ଏସ୍‌ସିବି ମେଡିକାଲରୁ ବୃଦ୍ଧ ରୋଗୀ ନିଖୋଜ, ମଙ୍ଗଳାବାଗ ଥାନାରେ ଏତଲା

କଟକ, ୨୭/୬: କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ଜଣେ ବୃଦ୍ଧ ରୋଗୀ ନିଖୋଜ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ପରିବାର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri