ଖରିଫ ଧାନରେ ମାଟିଆଗୁଣ୍ଡି ପୋକ

କେନ୍ଦ୍ରାପଡ଼ା ଅଫିସ, ୩୦ା୮:ଚଳିତ ବର୍ଷର ଲଗାଣ ବର୍ଷା ଓ ବନ୍ୟାଜନିତ କ୍ଷତି ଆକଳନ ସରିନାହିଁ। ରାଜକନିକା ଓ ଆଳି ବ୍ଲକ ଅଞ୍ଚଳରେ ପୁନର୍ବାର ବ୍ରାହ୍ମଣୀ, ଖରସ୍ରୋତା ଓ କାଣୀରେ ବନ୍ୟା ଆସି କ୍ଷେତ ଜମି ପାଣି ଘେରରେ ଅଛି। ଏପରି କି ମହାନଦୀ ସିଷ୍ଟମ୍‌ରେ ହୋଇଥିବା ବନ୍ୟାରେ କ୍ଷେତରୁ ପାଣି ନିଷ୍କାସନ ହୋଇନାହିଁ। ଏହି ସମୟରେ ମାଟିଆ ଗୁଣ୍ଡି ପୋକ ଚାଷୀଙ୍କ ଉପରେ୨ ଦାଉ ସାଜିଛି। ବନ୍ୟା ଘେରରେ ନ ଥିବା ଖରିଫ ଧାନ କ୍ଷେତରେ ଏହି ପୋକ ପ୍ରବଳ ମାତ୍ରାରେ ଦେଖାଗଲେଣି। ମାଟିଆ ଗୁଣ୍ଡି ପୋକ ଜିଲାର ୮ ବ୍ଲକ ଅଞ୍ଚଳର ଖରିଫ ଧାନ ଚାଷ ଉପରେ ପ୍ରଭାବ ପକାଇଛନ୍ତି। ଏଥିସହ ସାର କଳାବଜାରରେ ବିକ୍ରି ଚାଲିଛି ବୋଲି ଜିଲା କୃଷି ବିଭାଗ ଅଧିକାରୀଙ୍କ ନିକଟରେ ସୋମବାର ଅଭିଯୋଗ ହୋଇଛି।
ଏ ସମ୍ପର୍କରେ ଅଭିଯୋଗକାରୀ ଜଜାଙ୍ଗ ଗ୍ରାମର ଚାଷୀ ହରେକୃଷ୍ଣ ବେହେରା କହିଛନ୍ତି, କେନ୍ଦ୍ରାପଡ଼ା ଜିଲାର ଚାଷୀଙ୍କ ପାଇଁ ଚଳିତବର୍ଷ ସଙ୍କଟମୟ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରଥମେ ଲଗାଣବର୍ଷା ଓ ପରେ ବନ୍ୟା ଆସି ଖରିଫ ଚାଷକୁ ନଷ୍ଟ କରିଥିଲା। ତେବେ ଚାଷୀମାନେ ପୁଣି ଥରେ ଧାନ ରୋଇ ଜୀବିକା ନିର୍ବାହ କରିବାକୁ ଆଶା ବାନ୍ଧିଥିବା ବେଳେ ମାଟିଆଗୁଣ୍ଡି ପୋକ ଦେଖାଦେଇଛି। ସେହିପରି ଜିଲା ମଧ୍ୟରେ ଥିବା ୧୨୧ ସମବାୟ ସମିତି ମଧ୍ୟରୁ ୨୯ଟି ସମିତିରେ ୟୁରିଆ ସାର ପହଞ୍ଚତ୍ ନାହିଁ। ଫଳରେ କେତେଜଣ ସାର ବ୍ୟବସାୟୀ ଏହାର ଫାଇଦା ଉଠାଉଛନ୍ତି। କୃଷକ ନେତା ବିଧୁଭୂଷଣ ମହାପାତ୍ର କହିଛନ୍ତି, ପ୍ରତିବର୍ଷ ଖରିଫ ଧାନ ସମୟରେ ପୋକ ଲାଗିବା ଫଳରେ ୩୦ରୁ ୪୦ ପ୍ରତିଶତ ଚାଷ ନଷ୍ଟ ହେଉଛି। ଏ ନେଇ କୃଷି ବିଶେଷଜ୍ଞ ନିରୀକ୍ଷଣ କରି ଆବଶ୍ୟକ ପରାମର୍ଶ ସହ ରାସାୟନିକ ସାର ଓ କୀଟନାଶକ ବ୍ୟବସ୍ଥା କରିବା କଥା। ସାର ଓ କୀଟନାଶକ ପର୍ଯ୍ୟାପ୍ତ ପରିମାଣରେ ଜିଲାରେ ମିଳୁ ନ ଥିବାରୁ ଚାଷୀଙ୍କ କ୍ଷତିଭରଣା ସରକାର କରିବା ଆବଶ୍ୟକ ବୋଲି ସେ ଦାବି କରିଛନ୍ତି। କେନ୍ଦ୍ରାପଡ଼ା ବ୍ଲକ ଦେପୁରା ଗ୍ରାମର ଚାଷୀ ଜଗଦୀଶ ପତି କହିଛନ୍ତି, ଚଳିତବର୍ଷ ଚାଷ ପାଇଁ ନିକଟସ୍ଥ ସମବାୟ ସମିତିରୁ ୩୦ ହଜାର ଟଙ୍କା ଋଣ କରିଛି। ତେବେ ସାରର ଅଭାବ ଓ ପୋକ ଆକ୍ରମଣରେ ଚାଷ ଜମି ନଷ୍ଟ ହୋଇଛି। ଏ ପରିସ୍ଥିତିରେ ଋଣ ଶୁଝିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଏ ସମ୍ପର୍କରେ ଜିଲା ସହକାରୀ କୃଷି ଅଧିକାରୀ ଶୁଭଲକ୍ଷ୍ମୀ ନାୟକଙ୍କୁ ପଚାରିବାରେ ବର୍ଷା ଓ ବନ୍ୟା ପାଣି ଛାଡ଼ିବା ପରେ ମାଟିଆଗୁଣ୍ଡି ପୋକ ଖରିଫ ଧାନଚାଷରେ ଦେଖାଯାଆନ୍ତି। ଜମିରୁ ପାଣି ନିଷ୍କାସନ କରି ପୁନର୍ବାର ପାଣି ଭରିବା, ଏ ସମୟରେ ଯବକ୍ଷାରଯାନ ଜାତୀୟ ସାର ପ୍ରୟୋଗ ନ କରିବା, ଅନୁମୋଦିତ ଭାବେ ପଟାସ ସାର ପ୍ରୟୋଗ କରିବା ଆଦି କେତେକ ପ୍ରତିକାର ବ୍ୟବସ୍ଥା ସମ୍ପର୍କରେ ଚାଷୀଙ୍କୁ ସତର୍କ କରାଯାଉଛି। ଗୋଟିଏ ପ୍ରକାର କୀଟନାଶକ ବ୍ୟବହାର ନ କରି ଅଦଳବଦଳ ପାଇଁ ପରାମର୍ଶ ଦିଆଯାଉଛି। ୫୦ ପ୍ରତିଶତ ରିହାତିରେ ରାସାୟନିକ କୀଟନାଶକ ଚାଷୀଙ୍କ ପାଇଁ ଯୋଗାଇ ଦିଆଯାଉଥିବା ଓ ସାର ଅଭାବ ପରିସ୍ଥିତି ରୋକାଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?