Posted inଖେଳ

ଆଇଏସ୍‌ଏଲ୍‌: ଇଷ୍ଟବେଙ୍ଗଲକୁ ହରାଇଲା ହାଇଦ୍ରାବାଦ

ଭାସ୍କୋ, ୧୫।୧୨-
ସ୍ଥାନୀୟ ତିଳକ ମଇଦାନରେ ମଙ୍ଗଳବାର ଅନୁଷ୍ଠିତ ଏକ କଡ଼ା ଚ୍ୟାଲେଞ୍ଜପୂର୍ଣ୍ଣ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ) ମ୍ୟାଚରେ ହାଇଦ୍ରାବାଦ ଏଫସି ୩-୨ ଗୋଲରେ ଇଷ୍ଟବେଙ୍ଗଲକୁ ପରାସ୍ତ କରିଛି। ଏକଦା ମ୍ୟାଚ୍‌ରେ ଆଗୁଆ ରହିବା ସତ୍ତ୍ୱେ ପରାଜୟରୁ ବର୍ତ୍ତି ପାରି ନାହିଁ ଇଷ୍ଟବେଙ୍ଗଲ। ୫ ମ୍ୟାଚରୁ ୪ର୍ଥ ପରାଜୟ ସହ ଇଷ୍ଟବେଙ୍ଗଲ ମାତ୍ର ୧ ପଏଣ୍ଟ ପାଇ ଟେବୁଲର ୧୧ତମ ସ୍ଥାନରେ ଅପରିବର୍ତ୍ତିତ ରହିଛି। ଅନ୍ୟପକ୍ଷରେ ହାଇଦ୍ରାବାଦର ଅପରାଜେୟ ଧାରା ଜାରି ରହିଛି। ଦଳ ୫ ମ୍ୟାଚରୁ ୨ ବିଜୟ ଓ ୩ ଡ୍ର ସହ ୯ ପଏଣ୍ଟ ପାଇ ୫ମ ସ୍ଥାନକୁ ଉନ୍ନୀତ ହୋଇଛି।

୨୬ତମ ମିନିଟରେ ଜ୍ୟାକ୍ସ ମାଘୋମାଙ୍କ ଗୋଲ ଯୋଗୁ ଇଷ୍ଟବେଙ୍ଗଲ ପ୍ରଥମାର୍ଦ୍ଧ ସୁଦ୍ଧା ୧-୦ ଗୋଲର ଅଗ୍ରଣୀ ହାସଲ କରିଥିଲା। ଦ୍ୱିତୀୟାର୍ଦ୍ଧ କିନ୍ତୁ ସାଣ୍ଟାନା ଓ ହାଇଦ୍ରାବାଦ ନାମରେ ରହିଥିଲା। ୫୬ତମ ମିନିଟରେ ମହମ୍ମଦ ୟାସିରଙ୍କଠାରୁ ପାଇଥିବା ପାସ୍‌କୁ ଗୋଲରେ ପରିଣତ କରି ସାଣ୍ଟାନା ମ୍ୟାଚକୁ ସମାନ ସ୍ତରକୁ ନେଇ ଆସିଥିଲେ। ସେଇ ୧ ମିନିଟ ମଧ୍ୟରେ ଲିଷ୍ଟନ କୋଲାକୋଙ୍କଠାରୁ ପାସ୍‌ ପାଇ ତାହାକୁ ଗୋଲ କରିବା ସହ ସାଣ୍ଟାନା ହାଇଦ୍ରାବାଦକୁ ପ୍ରତୀକ୍ଷିତ ଅଗ୍ରଣୀ କରାଇଥିଲେ। ୬୮ତମ ମିନିଟରେ ହାଲିଚରନ ନାର୍ଜାରେ ଆଉ ଏକ ଗୋଲ ଦେଇ ହାଇଦ୍ରାବାଦ ଅଗ୍ରଣୀକୁ ଆଗକୁ ବଢ଼ାଇଥିଲେ। ଏଥର ମଧ୍ୟ ନାର୍ଜାରେଙ୍କୁ କୋଲାକୋ ପାସ୍‌ ଦେଇଥିଲେ। କ୍ରମେ ହାଇଦ୍ରାବାଦ ପ୍ରାଧାନ୍ୟ ବିସ୍ତାର କରିଥିବାବେଳେ ୮୧ତମ ମିନିଟରେ ମାଘୋମା ବ୍ୟକ୍ତିଗତ ଦ୍ୱିତୀୟ ଗୋଲ ସ୍କୋର କରି ଇଷ୍ଟବେଙ୍ଗଲ ପାଇଁ ପ୍ରତ୍ୟାବର୍ତ୍ତନ ସୁଯୋଗ ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri