Posted inଖେଳ

ଫାଇନାଲରେ ଇଷ୍ଟ ବେଙ୍ଗଲ

ଭୁବନେଶ୍ୱର,୨୫ା୧(ସରୋଜ ଜେନା): କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ କଳିଙ୍ଗ ସୁପର କପ୍‌ ଫାଇନାଲରେ ପ୍ରବେଶ କରିଛି ଇଷ୍ଟ ବେଙ୍ଗଲ ଏଫ୍‌ସି। ବୁଧବାର ଅନୁଷ୍ଠିତ ସେମିଫାଇନାଲରେ ଦଳ ଜାମସେଦପୁର ଏଫ୍‌ସିକୁ ୨-୦ଗୋଲରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଅନ୍ତିମ ମ୍ୟାଚ୍‌ର କୋଲକାତା ଡର୍ବି ବିଜୟୀ ହୋଇଥିବା ଇଷ୍ଟ ବେଙ୍ଗଲ ଆତ୍ମବିଶ୍ୱାସରେ ନଜର ଆସିଥିଲା। ପ୍ରଥମ ମିନିଟରୁ ଦଳ ଆକ୍ରମଣାତ୍ମକ ପ୍ରଦର୍ଶନ କରିଥିଲା। ବୁଧବାର ସନ୍ଧ୍ୟାରେ ଝିପି ଝିପି ବର୍ଷା ହୋଇଥିବା ବେଳେ ଜାମସେଦପୁର ଖେଳାଳିଙ୍କ ପାଇଁ ଏହା ସମସ୍ୟା ସୃଷ୍ଟି କରିଥିଲା।
ପ୍ରଥମ ମିନିଟରୁ ଇଷ୍ଟ ବେଙ୍ଗଲ ଆକ୍ରମଣାତ୍ମକ ଫୁଟବଲ ଖେଳିଥିଲା। ତେବେ ୧୯ ତମ ମିନିଟରେ ଇଷ୍ଟ ବେଙ୍ଗଲ ପକ୍ଷରୁ ପ୍ରଥମ ଗୋଲ ସ୍କୋର କରିଥିଲେ ମାହେର ହିଜାଜି। ଜାଭିଏର ସିଭେରିଓଙ୍କ କଟ୍‌ ବ୍ୟାକ୍‌କୁ ଡିଫ୍ଲେକ୍ଟ କରିବା ସହିତ ଇଷ୍ଟ ବେଙ୍ଗଲକୁ ୧-୦ରେ ଆଗୁଆ କରିଥିଲେ ହିଜାଜି। ୨୬ ତମ ମିନିଟରେ ଜାମସେଦପୁର ଅଧିନାୟକ ମାଞ୍ଜୋରୋ ସ୍କୋର କରିବାକୁ ଉଦ୍ୟମ କରିଥିଲେ ହେଁ ଏହାକୁ ନିଷ୍ଫଳ କରି ଦେଇଥିଲେ ଇଷ୍ଟ ବେଙ୍ଗଲ ଗୋଲକିପର ପ୍ରଭସୁଖରନ୍‌ ଗିଲ୍‌। ଏହାର ୧ ମିନିଟ୍‌ ମଧ୍ୟରେ ମାଞ୍ଜୋରୋ ଓ ହାଓକିପ୍‌ ସ୍କୋର କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଥିଲେ। ପ୍ରଥମ ହାଫ୍‌ରେ ୧-୦ରେ ଆଗୁଆ ରହିଥିଲା ଇଷ୍ଟ ବେଙ୍ଗଲ। ଦ୍ୱିତୀୟାର୍ଦ୍ଧରେ ମଧ୍ୟ ଇଷ୍ଟ ବେଙ୍ଗଲ ଆକ୍ରମଣାତ୍ମକ ପ୍ରଦର୍ଶନ କରିଥିଲା। ମ୍ୟାଚ୍‌ର ୪୭ ତମ ମିନିଟରେ ଜାଭିଏର ସିଭେରିଓ ଟୋରୋ ଦ୍ୱିତୀୟ ଗୋଲ ସ୍କୋର କରିଥିଲେ। ଦ୍ୱିତୀୟ ଗୋଲ ପରେ ଜାମସେଦପୁର ଆକ୍ରମଣାତ୍ମକ ପ୍ରଦର୍ଶନ କରିଥିଲେ ମଧ୍ୟ ସ୍କୋର କରିବାରେ ସମ୍ଭବ ହୋଇ ନ ଥିଲା। ମ୍ୟାଚ୍‌ର ୮୨ ତମ ମିନିଟରେ ଇଷ୍ଟ ବେଙ୍ଗଲକୁ ପେନାଲ୍ଟି କିକ୍‌ ମିଳିଥିଲେ ମଧ୍ୟ ଏହାକୁ ମିସ୍‌ କରିଥିଲେ କ୍ଲେଟନ୍‌ ସିଲ୍‌ଭା। ଶେଷରେ ଫାଇନାଲ ହୁଟର ବାଜିବା ସହ ମ୍ୟାଚ ଜିତି ନେଇଥିଲା ଇଷ୍ଟ ବେଙ୍ଗଲ। ଗୁରୁବାର ଦ୍ୱିତୀୟ ସେମି ଫାଇନାଲରେ ପରସ୍ପରକୁ ଭେଟିବେ ଓଡ଼ିଶା ଏଫ୍‌ସି ଓ ମୁମ୍ବାଇ ସିଟି ଏଫ୍‌ସି। ଏହି ମ୍ୟାଚ୍‌ର ବିଜେତା ୨୮ ତାରିଖରେ ଇଷ୍ଟ ବେଙ୍ଗଲ ସହିତ ଫାଇନାଲ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ବିଦାରକ ଦୃଶ୍ୟ; ଶବ ପାଇଁ ନାହିଁ ଷ୍ଟ୍ରେଚର୍‌! ତଳେ ଘୋଷାଡ଼ି ନେଲେ ମୃତଦେହ

ପାଟନା,୧୭ା୯: ବିହାରର ବକ୍ସରରୁ ମାନବିକତା ଓ ମୃତଦେହର ସମ୍ମାନ ସହ ଜଡ଼ିତ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି । ସୋସିଆଲ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

ମୋଦିଙ୍କ ଜନ୍ମଦିନରେ ରେଖା ଗୁପ୍ତାଙ୍କ ବଡ଼ ନିଷ୍ପତ୍ତି: ଦାନ କଲେ ନିଜର ସମସ୍ତ ଅଙ୍ଗ

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀରେ ଅଙ୍ଗଦାନକୁ ପ୍ରୋତ୍ସାହିତ କରିବା ପାଇଁ ‘ଷ୍ଟେଟ ଅର୍ଗାନ ଆଣ୍ଡ ଟିସୁ ଟ୍ରାନ୍ସପ୍ଲାଣ୍ଟ ଅର୍ଗାନାଇଜେସନ’ (SOTO) ନାମକ ଏକ ସରକାରୀ ପ୍ଲାଟଫର୍ମ ସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ…

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ପାକିସ୍ତାନ କ୍ରିକେଟରେ ହଇଚଇ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ରିଜୱାନ

ଇସଲାମାବାଦ,୧୭।୯: ସମ୍ପ୍ରତି ଶେଷ ହୋଇଥିବା ପାକିସ୍ତାନ-ଇଂଲଣ୍ଡ ଟେଷ୍ଟ ସିରିଜ ବିବାଦ ଘେରରେ ରହିଥିଲା। ଦ୍ୱିତୀୟ ଟେଷ୍ଟ ମ୍ୟାଚ ପରେ, ମହମ୍ମଦ ରିଜୱାନ, ଇମାମ-ଉଲ-ହକ ଏବଂ ସଲମାନ ଆଘାଙ୍କ…

ଦିଗପହଣ୍ଡିରେ ଆଶ୍ଚର୍ଯ୍ୟଜନକ ଘଟଣା; ସ୍ୱପ୍ନାଦେଶ ପରେ ମାଟିତଳୁ ମିଳିଲା ମା’ କାଳୀଙ୍କ ମୂର୍ତ୍ତି, ଗାଁ ଲୋକଙ୍କ ପୂଜାର୍ଚ୍ଚନା

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଘର…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଯଜ୍ଞ କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା; ସିଜେପି (CJP)କହିଲା, ’ଆମେ ସେମାନଙ୍କଠାରୁ ଏଭଳି ନାଟକର…’

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଆୟୋଜିତ ‘୧୦୮-କୁଣ୍ଡୀୟ ଯଜ୍ଞ’ରେ ଅଂଶଗ୍ରହଣ କରିଥିଲେ। ଏହି ଘଟଣାକୁ ନେଇ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?